ସିଏମ୍ ଟ୍ରଫି ଚମ୍ପିଆନ: ବରଗଡ଼ ଏଫସିକୁ ଜିଲା ପ୍ରଶାସନର ସମ୍ବର୍ଦ୍ଧନା

ବରଗଡ଼,୯।୬(ପ୍ରେମାନନ୍ଦ ଖମାରୀ) :  ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ଷ୍ଟାଡିୟମଠାରେ ରବିବାର ହୋଇଥିବା ହୋଇଥିବା ୧୫ ବର୍ଷରୁ କମ୍ ସିଏମ ଟ୍ରଫି – ୨୦୨୫ ଫୁଟବଲ ପ୍ରତିଯୋଗିତାରେ ବରଗଡ ଏଫସି ପ୍ରତିପକ୍ଷ ଭୁବନେଶ୍ୱରକୁ ୩-୨ ଗୋଲ ବ୍ୟବଧାନରେ ପରାସ୍ତ କରି ଚାମ୍ପିଆନ ହୋଇ ବରଗଡ ଜିଲାକୁ ଗୌରାବାନ୍ୱିତ କରିଛି। କ୍ରୀଡା ଓ ଯୁବ ସେବା ବିଭାଗ ଏବଂ ଫୁଟବଲ୍ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଉକ୍ତ ପ୍ରତିଯୋଗିତାରେ ରାଜ୍ୟର ସମସ୍ତ ଜିଲାରୁ ୬ହଜାରରୁ ଅଧିକ ଯୁବ ଖେଳାଳି ଅଂଶଗ୍ରହଣ କରିଥିଲେ ଓ ୮୫୮ଟି ମ୍ୟାଚ୍ ଖେଳାଯାଇଥିଲା । ଏହି ସଫଳତାକୁ ଅବଲୋକନ କରି ସୋମବାର
ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରରେ ଏକ ବିଶେଷ ସମ୍ମାନ ସଭା ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲା କ୍ରୀଡ଼ା ଅଧିକାରୀ ଅଜୟ କୁମାର ପଟ୍ଟନାୟକ, ଜିଲା ଏଥଲେଟିକ୍ ଅସୋସିଏସନ୍ର ଉପାଧ୍ୟକ୍ଷ ଯୁଗଳ ପ୍ରସାଦ ସିଂହ, ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, ଏଫଏଓର ଉପାଧ୍ୟକ୍ଷ ରବି ପଣ୍ଡା, ଏଥଲେଟିକ୍ ସେକ୍ରେଟାରୀ ହରଦୀପ୍ ସିଂହ, ଫୁଟବଲ୍ ସେକ୍ରେଟାରୀ ଏସ. କେ ସବଦର, ଡ଼ଃ ସୁଭ୍ରାଂଶୁ ଶେଖର ମହାପାତ୍ର, କ୍ରିକେଟ୍ ସେକ୍ରେଟାରୀ ଅମିୟ ଭୂଷଣ ସାହୁ, ଆଉଟଡୋର ଗେମ୍ସ ସେକ୍ରେଟାରୀ ସୁରେଶ ଦାଶ, ଓ ପରିଷଦ ସଦସ୍ୟ ପ୍ରଦୀପ ସାହୁ ଓ ମହେନ୍ଦ୍ର ଦାଶଙ୍କ ସମେତ ପୂର୍ବତନ ଖେଳାଳି ଅତିଶ ପଣ୍ଡା, ଜ୍ଞାନ ରଞ୍ଜନ ପୁଜାରୀ, ପ୍ରଦୀପ ପ୍ରଧାନ, ସଚ୍ଚିଦାନନ୍ଦ ପଣ୍ଡା, ପ୍ରଶାନ୍ତ ଜେନା, ବିକାଶ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ । ବରଗଡ଼ ଦଳକୁ ସୌରଭ କୁମାର ଭୋଇ କ୍ୟାପଟେନ୍ ଭାବେ ନେତୃତ୍ୱ ଦେଇଥିଲେ। ଦଳଟି ମୁଖ୍ୟ କୋଚ୍ ରମକାନ୍ତ ଦାଶ ଓ ସହକାରୀ କୋଚ୍ ଟିକେଶ୍ୱର ଖର୍ସେଲଙ୍କ ନିର୍ଦ୍ଦେଶନା ଅନୁସାରେ ୨୫ ଜଣ ଖେଳାଳି ସହିତ ଏହି ମହତ୍ତ୍ୱପୂର୍ଣ୍ଣ ଅଭିଯାନରେ ଅଂଶଗ୍ରହଣ କରିଥିଲେ । ଏହି ବିଜୟ ବରଗଡ଼ ଜିଲା ପାଇଁ ଏକ ଗର୍ବର ବିଷୟ ହେବା ସହିତ ଓଡ଼ିଶା ରାଜ୍ୟ ସରକାରଙ୍କ “ଖେଳ ବିକାଶ ଭିଜନ୍ ୨୦୨୯”ର ଲକ୍ଷ୍ୟ ପ୍ରତି ସାର୍ଥକ ପଦକ୍ଷେପ ଅତୁଟ ରହିଛି। ଏହା ଗ୍ରାମୀଣ ତଳସ୍ତରରେ ଯୁବ ପ୍ରତିଭାମାନେ ଜାତୀୟ ଓ ଆନ୍ତର୍ଜାତୀୟ ମଞ୍ଚରେ ପ୍ରତିନିଧିତ୍ୱ କରିବାକୁ ପ୍ରସ୍ତୁତ ହେବା ପାଇଁ ଅବସର ସୃଷ୍ଟି କରିବ ବୋଲି ଜିଲାପାଳ ଗୋୟଲ ମତ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?