ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ କ୍ଲବ ଓ ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ମଧ୍ୟରେ ଫାଇନାଲ ମ୍ୟାଚ ହୋଇଥିଲା। ଏଥିରେ ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ପେନାଲ୍ଟି ସୁଟ ଆଉଟରେ ବିଜୟୀ ହୋଇ ପ୍ରଥମଥର ପାଇଁ ଅନୁଷ୍ଠିତ ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତାର ଚାମ୍ପିଅନ ହୋଇଛି। ପ୍ରାରମ୍ଭରେ ଫୁଟବଲ ଆସୋସିଏସନ ଅଫ ଓଡିଶା (ଫାଓ) ଉପ ସଭାପତି ରବି ପଣ୍ଡା, ଜିଲା କ୍ରୀଡା ଅଧିକାରୀ ଅଜୟ ପଟ୍ଟନାୟକ, କ୍ରୀଡା ସଂସଦ ଉପ ସଭାପତି ଯୁଗଳ ପ୍ରସାଦ ସିଂ, ସମ୍ପାଦକ କିଶୋର ମିଶ୍ର ପ୍ରମୁଖ ମ୍ୟାଚକୁ ଉଦଘାଟନ କରିଥିଲେ। ଫାଇନାଲ ଖେଳଟି ଖୁବ ସଂଘର୍ଷପୂର୍ଣ୍ଣ ହୋଇଥିଲା । ମ୍ୟାଚର ନିର୍ଦ୍ଧାରିତ ସମୟ ମଧ୍ୟରେ କେହି କାହାରିକୁ ଗୋଲ ଦେବାରେ ସକ୍ଷମ ହୋଇ ପାରି ନଥିଲେ। ଫଳରେ ପେନାଲ୍ଟି ସୁଟ ଆଉଟରେ ୩-୨ ଗୋଲ ସ୍କୋର କରି ଖରମୁଣ୍ଡା ୟୁଥ ଆଥଲେଟିକ ଆସୋସିଏସନ ପ୍ରଥମ ଥର ପାଇଁ ଆୟୋଜିତ ହୋଇଥିବା ସି ଏମ ଟ୍ରଫିର ଚାମ୍ପିଅନ ଆଖ୍ୟା ଅର୍ଜନ କରିଥିଲା।

ମ୍ୟାଚକୁ ପ୍ରଶାନ୍ତ ବେହେରା ପରିଚାଳନା କରିଥିବା ବେଳେ ତାଙ୍କୁ ଲାଇନରେ ଶୁଭମ ପାତ୍ର , ପୂର୍ଣ୍ଣଚନ୍ଦ୍ର ଭୁଏ ସହଯୋଗ କରିଥିଲେ । ଚତୁର୍ଥ ରେଫରୀ ଥିଲେ ବଣ୍ଟି ପ୍ରଧାନ। ମ୍ୟାଚ କମିଶନର ଥିଲେ ସୁରେଶ ଦାଶ। ମ୍ୟାଚ ପରେ ସଚ୍ଚିଦାନନ୍ଦ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶାର ଉପ ସଭାପତି ରବି ପଣ୍ଡା, ପ୍ରାକ୍ତନ ସମ୍ପାଦକ ଅରୁଣ କୁମାର ମହାନ୍ତି, ଜିଲା କ୍ରୀଡା ଅଧିକାରୀ ଅଜୟ ପଟ୍ଟନାୟକ, ଜିଲା କ୍ରୀଡା ସଂସଦ ସାଧାରଣ ସମ୍ପାଦକ କିଶୋର କୁମାର ମିଶ୍ର, କ୍ରୀଡା ସମ୍ପାଦକ ହରଦିପ ସିଂ, ଫୁଟବଲ ସମ୍ପାଦକ ସେକ ସବଦର୍‌, କୋଷାଧ୍ୟକ୍ଷ ଡଃ. ଶୁଭ୍ରାଂଶୁ ଶେଖର ମହାପାତ୍ର, ଆଉଟଡୋର ଗେମ୍ସ ସମ୍ପାଦକ ସୁରେଶ ଦାଶ , ସ୍କାଉଟ ଜସପାଲ ଊର୍ମା ପ୍ରମୁଖ ଚାମ୍ପିଆନ , ଉପ ବିଜେତା ତଥା ଖେଳାଳି, ଅଫିସିଆଲ ଓ ମେଡ଼ିକାଲ ଷ୍ଟାଫଙ୍କୁ ପୁରସ୍କୃତ କରିଥିଲେ। ଏଥିରେ ଖାରମୁଣ୍ଡା ଦଳକୁ ଚାମ୍ପିଅନ ଟ୍ରଫି , ଉପ ବିଜେତା ୟୁନାଇଟେଡ କ୍ଲବକୁ ଉପ ବିଜେତା ଟ୍ରଫି , ସୌରଭ ଭୋଇଙ୍କୁ ଶ୍ରେଷ୍ଠ ଡିଫେଣ୍ଡର, ଦିବ୍ୟାଂଶୁ ଲାକ୍ରାଙ୍କୁ ଶ୍ରେଷ୍ଠ ଗୋଲ କିପର, ଶିବ ମୁଣ୍ଡାଙ୍କୁ ପ୍ରତିଯୋଗିତାର ଶ୍ରେଷ୍ଠ ଖେଳାଳି, ଆୟୁଷ୍ମାନ କୁମ୍ଭାରଙ୍କୁ ଫାଇନାଲ ମ୍ୟାଚର ଶ୍ରେଷ୍ଠ ଖେଳାଳି, ଆରବ କୁମ୍ଭାର, ପ୍ରତିକ ବିଶାଳ ଓ ଦିନେଶ ମେହେରଙ୍କୁ ଶ୍ରେଷ୍ଠ ଉଦୀୟମାନ ଖେଳାଳି ଭାବରେ ପୁରସ୍କୃତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?