Posted inଜାତୀୟ

ଅଯୋଧ୍ୟାରେ ତିଆରି ହେବ ୧୦୧ଫୁଟ୍‌ ଉଚ୍ଚ ମୁଖ୍ୟମନ୍ତ୍ରୀଙ୍କ ଭବ୍ୟ ମନ୍ଦିର

ଲକ୍ଷ୍ନୌ,୨୧।୨: ରାମଙ୍କ ସହର ଅଯୋଧ୍ୟାରେ ଅନେକ ମଠ ଏବଂ ମନ୍ଦିର ରହିଛି। କିନ୍ତୁ ବର୍ତ୍ତମାନ ଏହି ସହର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ଦିର ସହିତ ପରିଚିତ ହେବ। ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କର୍ମକ୍ଷେତ୍ର ଅଯୋଧ୍ୟାରେ ଶ୍ରୀ ଯୋଗୀ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଯୋଗୀଙ୍କ ପ୍ରଚାରକ ପ୍ରଭାକର ମୌର୍ଯ୍ୟ ଏହି ମନ୍ଦିର ନିର୍ମାଣ କରିବାକୁ ଯାଉଛନ୍ତି। ଅଯୋଧ୍ୟାର କଲ୍ୟାଣ ଭଦର୍ସା ଗ୍ରାମର ମଜରେ ମୌର୍ଯ୍ୟର ପୁରବାରେ ଶ୍ରୀ ଯୋଗୀ ମନ୍ଦିର ନିର୍ମାଣ ହେବାକୁ ଯାଉଛି। ଫେବୃଆରୀ ୨୪ରେ ମନ୍ଦିରର ଭୂମି ପୂଜନ କରାଯିବ। ରାମଲାଲାଙ୍କ ମୁଖ୍ୟ ପୁରୋହିତ ଆଚାର୍ଯ୍ୟ ସତ୍ୟେନ୍ଦ୍ର ଦାସ ଏହି ଭୂମିପୂଜା କରିବେ ବୋଲି ଜଣାପଡ଼ିଛି। ଭୂମିପୂଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମଧ୍ୟ ନିମନ୍ତ୍ରଣ ପତ୍ର ପଠାଯାଇଛି। ଏହି ଅବସରରେ ହନୁମାନଗଢ଼ିର ପୂଜାରୀ ରାଜୁ ଦାସ ଏବଂ ଅଯୋଧ୍ୟାଙ୍କର ବହୁ ବରିଷ୍ଠ ସାଧୁ ସନ୍ଥ ଏଥିରେ ସାମିଲ ହେବେ। ସୂଚନା ମୁତାବକ, ଶ୍ରୀ ଯୋଗୀଙ୍କ ଏହି ମନ୍ଦିର ୧୦୧ ଫୁଟ ଉଚ୍ଚ ହେବ। ଏହି ମନ୍ଦିରର ଲମ୍ବ ଏବଂ ଚଉଡା ୫୦ -୫୦ ହେବ। ଏହି ମନ୍ଦିରର ନିର୍ମାଣ ପାଇଁ ପ୍ରାୟ ୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ମନ୍ଦିର ନିର୍ମାଣ ପାଇଁ ପ୍ରାୟ ୫ବର୍ଷ ଲାଗିବ। ଏହି ମନ୍ଦିରରେ ଭଗବାନଙ୍କ ମୂର୍ତ୍ତି ବଦଳରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପ୍ରତିମୂର୍ତ୍ତି ରହିବ। ଭଗବାନଙ୍କ ପରି ଏହି ପ୍ରତିମାକୁ ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ ମନ୍ଦିରରେ ପୂଜା କରାଯିବ ଏବଂ ସନ୍ଧ୍ୟାରେ ଆଳତୀ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri