Posted inଜାତୀୟ

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଘୋଷଣା; ମୃତକଙ୍କ ପରିବାରକୁ ଦିଆଯିବ ୨୫ ଲକ୍ଷ ଟଙ୍କାର କ୍ଷତିପୂରଣ

ପ୍ରୟାଗରାଜ,୨୯ା୧- ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ମେଳାରେ ଘଟିଥିବା ଦଳାଚକଟାରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଘଟଣାକୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖଦ କହିବା ସହ ମୃତ ଶ୍ରଦ୍ଧାଳୁଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରିଛନ୍ତି। ଏଥିସହ ଘଟଣାର ତଦନ୍ତ ଲାଗି ସେ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରୟାଗରାଜରେ ପ୍ରବଳ ଭିଡ଼ ଯୋଗୁ ସମସ୍ତ ରାସ୍ତା ବନ୍ଦ ଥିଲା। ପରିସ୍ଥିତିକୁ ସ୍ବାଭାବିକ କରିବା ଏବଂ ରାସ୍ତା ଖୋଲିବା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ସତର୍କତାର ସହିତ କାର୍ଯ୍ୟ କରିଥିଲା। ସେ କହିଥିଲେ ଯେ ମେଳା କର୍ତ୍ତୃପକ୍ଷଙ୍କ ଅନୁରୋଧରେ ଆଖଡ଼ାମାନେ ସେମାନଙ୍କର ସ୍ନାନ ସ୍ଥଗିତ ରଖିଥିଲେ। ଅପରାହ୍ନରେ ସ୍ନାନ ଆରମ୍ଭ ହୋଇଥିଲା ଯେଉଁଥିରେ ସମସ୍ତେ ଅମୃତ ସ୍ନାନ କରିଥିଲେ। ତେବେ ଆଖରା ମାର୍ଗରେ ହୋଇଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି।

ଏହାଛଡ଼ା ପ୍ରବଳ ଭିଡ଼ ଯୋଗୁ ଏହି ଦୁର୍ଘଟଣା ଘଟିଛି। ଆଜି ପ୍ରାୟ ୮ କୋଟି ଭକ୍ତ ଅମୃତ ସ୍ନାନ କରିଛନ୍ତି। ପ୍ରୟାଗରାଜ ଆଖପାଖ ଜିଲାଗୁଡ଼ିକରେ ଭକ୍ତମାନଙ୍କୁ ଅଟକାଯାଇଥିଲା। ସମସ୍ତ ଆଖଡ଼ା ସ୍ନାନ କରିବା ପରେ, ଲୋକମାନଙ୍କୁ ମହାକୁମ୍ଭକୁ ଆସିବାକୁ ଅନୁମତି ଦିଆଯାଇଛି। କୁମ୍ଭ ମେଳାରେ ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ତିନି ସଦସ୍ୟ ବିଶିଷ୍ଟ ନ୍ୟାୟିକ କମିଶନ ଘୋଷଣା କରାଯାଇଛି। ଅବସରପ୍ରାପ୍ତ ବିଚାରପତି ହର୍ଷ କୁମାର ଏହି କମିଶନର ମୁଖ୍ୟ ହେବେ ଏବଂ ପୂର୍ବତନ ଡିଜିପି ଭିକେ ଗୁପ୍ତା ଏବଂ ଅବସରପ୍ରାପ୍ତ ଆଇଏଏସ୍‌ ଡିକେ ସିଂହଙ୍କୁ ଏହି ନ୍ୟାୟିକ କମିଶନର ସଦସ୍ୟ କରାଯାଇଛି। ଏପରିକି ଘଟଣାର ଏକ ପୃଥକ ପୋଲିସ ତଦନ୍ତ କରାଯିବ। ପ୍ରତ୍ୟେକ ପ୍ରଭାବିତ ପରିବାରକୁ ୨୫ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି। ୟୁପି ମୁଖ୍ୟ ସଚିବ ମନୋଜ କୁମାର ସିଂହ ଏବଂ ଡିଜିପି ପ୍ରଶାନ୍ତ କୁମାର ଆସନ୍ତାକାଲି ଘଟଣାସ୍ଥଳ ପରିଦର୍ଶନ କରିବେ ଏବଂ ଅଧିକ ବ୍ୟବସ୍ଥା ପାଇଁ ସେଠାରେ ଏକ ସମୀକ୍ଷା ବୈଠକ ମଧ୍ୟ କରିବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ବୁଧବାର ଭୋର ସମୟରେ ମୌନୀ ଅମାବାସ୍ୟା ପାଇଁ ଅନେକ କୋଟି ଶ୍ରଦ୍ଧାଳୁ ବୁଡ଼ ପକାଇବାକୁ ସଙ୍ଗମସ୍ଥଳକୁ ଯାଇଥିବାବେଳେ ଦଳାଚକଟା ହୋଇଛି। ଏଥିରେ ୩୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇଥିବାବେଳେ ୬୦ରୁ ଅଧିକ ଆହତ ହୋଇଥିବା ସରକାରୀ ଭାବେ କୁହାଯାଇଛି। ତେବେ ମୃତାହତଙ୍କ ପ୍ରକୃତ ସଂଖ୍ୟା ଅଧିକ ହୋଇଥିବା ଆଶଙ୍କା କରାଯାଉଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରମୁଖ ଶୋକ ବ୍ୟକ୍ତ କରିବା ସହ ସୋସିଆଲ ମିଡିଆରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଜାନୁଆରୀ ୧୯ରେ ମହାକୁମ୍ଭ ମେଳାର ସେକ୍ଟର ୧୯ରେ ନିଅଁା ଲାଗି ୧୮ଟି ଟେଣ୍ଟ ଜଳିଯାଇଥିବାବେଳେ ସଦ୍ୟ ଅଭାବନୀୟ ଦଳାଚକଟା ଏହି ଧର୍ମୀୟ କାର୍ଯ୍ୟକ୍ରମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ଉଠାଇଛି। କଂଗ୍ରେସ ସମେତ ବିରୋଧୀ ଦଳଗୁଡ଼ିକ ଭିଆଇପି ସଂସ୍କୃତି ଯୋଗୁ ଏପରି ଘଟିଥିବା ଦର୍ଶାଇ କେନ୍ଦ୍ର ଏବଂ ୟୁପିର ଭାଜପା ସରକାରଙ୍କୁ ଘେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri