Posted inଜାତୀୟ

ୟୁପିରେ ମନ୍ତ୍ରୀଙ୍କ ବିଭାଗ ବଣ୍ଟନ: ବ୍ରଜେଶଙ୍କୁ ମିଳିଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ଷମତା ସମ୍ଭାଳିବା ପରେ ସୋମବାର ମନ୍ତ୍ରୀଙ୍କ ବିଭାଗଗୁଡ଼ିକୁ ବଣ୍ଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ନିଜ ପାଖରେ ରାଜସ୍ବ, ଗୃହ ଓ ସୂଚନା ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ରଖିଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ଗ୍ରାମାଞ୍ଚଳ ବିକାଶ ସମେତ ୬ଟି ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଛି। ସେହିପରି ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକଙ୍କୁ ଯୋଗୀ ଆଦିତ୍ୟନାଥ ସ୍ବାସ୍ଥ୍ୟ ଏବଂ ଚିକିତ୍ସା ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ଦାୟିତ୍ୱ ଦେଇଛନ୍ତି। ଏତଦ୍‌ ବ୍ୟତୀତ ସ୍ବତନ୍ତ୍ର ଦେବ ସିଂଙ୍କୁ ଜଳ ଶକ୍ତି ମନ୍ତ୍ରୀ କରାଯାଇଛି। ସେହିପରି ଚୌଧୁରୀ ଲକ୍ଷ୍ମୀ ନାରାୟଣଙ୍କୁ ଆଖୁ ବିକାଶ ମନ୍ତ୍ରୀ, ବେବି ରାନୀ ମୌର୍ଯ୍ୟଙ୍କୁ ମହିଳା କଲ୍ୟାଣ ମନ୍ତ୍ରଣାଳୟ, ଜିତିନ ପ୍ରସାଦଙ୍କୁ ପିଡବ୍ଲ୍ୟୁଡି ଦିଆଯାଇଛି। ସେହିଭଳି ଧର୍ମାପାଲ ସିଂହଙ୍କୁ ପଶୁପାଳନ ଓ କ୍ଷୀର ବିକାଶ, ଏକେ ଶର୍ମାଙ୍କୁ ସହରର ବିକାଶ ସହିତ ଅତିରିକ୍ତ ଶକ୍ତି ବିଭାଗ, ନୀତିନ ଅଗ୍ରଓ୍ବାଲଙ୍କୁ ଅବକାରୀ ବିଭାଗ, କପିଲଦେବ ଅଗ୍ରଓ୍ବାଲଙ୍କୁ ଧନ୍ଦାମୂଳକ ଶିକ୍ଷା ବିଭାଗ, ଦୟାଶଙ୍କରଙ୍କୁ ପରିବହନ ବିଭାଗ, ଆଶିଷ ପଟେଲଙ୍କୁ ବୈଷେୟିକ ବିଭାଗ, ସଞ୍ଜୟ ନିଶାଦଙ୍କୁ ମତ୍ସ୍ୟଜୀବୀ ବିଭାଗ, ସୁରେଶ ଖନ୍ନାଙ୍କୁ ଅର୍ଥ ଓ ସଂସଦୀୟ ବିଭାଗ, ଜୟବୀର ସିଂଙ୍କୁ ପର୍ଯ୍ୟଟନ ବିଭାଗ ଓ ଯୋଗେନ୍ଦ୍ର ଉପାଧ୍ୟାୟଙ୍କୁ ଉଚ୍ଚ ଶିକ୍ଷା ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ବିଭାଗ ଓ ଗୁଲାବ ଦେବୀଙ୍କୁ ମାଧ୍ୟମିକ ଶିକ୍ଷା ବିଭାଗର ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri