Posted inଜାତୀୟ

ଆରଏସ୍‌ଏସ୍‌ ମୁଖ୍ୟଙ୍କୁ ଭେଟିଲେ ଯୋଗୀ ଆଦିିତ୍ୟନାଥ

ଲକ୍ଷ୍ନୌ,୨୦।୧୦: ଉତ୍ତରପ୍ରଦେଶ ପ୍ରୟାଗରାଜର ଗୌହନିଆରେ ଅବସ୍ଥିତ ଜୟପୁରିଆ ସ୍କୁଲର ବତ୍ସଲ୍ୟ କ୍ୟାମ୍ପସରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଆରଏସ୍‌ଏସ୍‌ ମୁଖ୍ୟ ମୋହନ ଭାଗବତଙ୍କୁ ଭେଟିଛନ୍ତି। ଦୁହିଁଙ୍କ ମଧ୍ୟରେ ପ୍ରାୟ ୧ଘଣ୍ଟା ଧରି ସୌଜନ୍ୟମୂଳକ ସାକ୍ଷାତକାର ହୋଇଥିଲା। ଏହି ସମୟରେ ଯୋଗୀ ଆଦିତ୍ୟନାଥ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସହ ଜନସଂଖ୍ୟା ଅସନ୍ତୁଳନ ଓ ଧର୍ମପରିବର୍ତ୍ତନ ଭଳି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଏଥିସହ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ଦୀପତ୍ସୋବରେ ମଧ୍ୟ ଯୋଗଦେବାକୁ ସେ ଆନୁଷ୍ଠାନିକ ଭାବେ ଭାଗବତଙ୍କୁ ନିମନ୍ତ୍ରଣ କରିଛନ୍ତି। ଚଳିତ ଥର ଯୋଗୀ ସରକାର ଅଯୋଧ୍ୟାରେ ଏକ ଭବ୍ୟ ଦୀପତ୍ସୋବ ଆୟୋଜନ କରୁଛନ୍ତି। ଏଥର ୧୬ଲକ୍ଷରୁ ଅଧିକ ଦୀବ ଜଳିବ। ଯାହା ଗିନିଜ ୱାଲର୍‌ଡରେ ରେକର୍ଡ ହେବ। ଅନ୍ୟପଟେ ଯୋଗୀ ଅଯୋଧ୍ୟାରେ ହେବାକୁ ଥିବା ଏକ ଭବ୍ୟ ରାମ ମନ୍ଦିର ନିର୍ମାଣ ବିଷୟରେ ମୋହନ ଭାଗବତଙ୍କୁ ଅବଗତ କରାଇଥିଲେ। ଅନ୍ୟପଟେ ଡେଙ୍ଗୁ ସହ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୋହନ ଭାଗବତଙ୍କୁ ଭେଟିବା ପରେ ଯୋଗୀ ହେଲିକପ୍ଟରରେ ଲକ୍ଷ୍ନୌ ଅଭିମୁଖେ ଯାତ୍ରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri