ଯୋଗୀଙ୍କ ନିଷ୍ପତ୍ତି: ସୁର ସାମ୍ରାଜ୍ଞୀଙ୍କ ନାଁରେ ହେବ ସ୍ବତନ୍ତ୍ର ଛକ

ଲକ୍ଷ୍ନୌ,୧୧।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାରକୁ ଜୋରଦାର କରାଯାଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ଦଳ ନାନାପ୍ରକାରର ଯୋଜନାମାନ ଘୋଷଣା କରୁଛନ୍ତି। ଏହିକ୍ରମରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ମଧ୍ୟ ପଛରେ ନାହାନ୍ତି। ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କ ନାଁରେ ଲତା ମଙ୍ଗେସକର ଏକାଡେମୀ ନିର୍ମାଣ କରିବା ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଏଥିସହ ଅଯୋଧ୍ୟାର ଏକ ସ୍ବତନ୍ତ୍ର ଛକକୁ ମଧ୍ୟ ଲତାଙ୍କ ନାମରେ ନାମକରଣ କରାଯିବ। ଶୁକ୍ରବାର କାସଗଞ୍ଜ ରାଲିରେ ଜନତାଙ୍କୁ ସମ୍ବୋଧିତ କରିବା ସମୟରେ ଏନେଇ ଘୋଷଣା କରିଛନ୍ତି ଯୋଗୀ ଆଦିତ୍ୟନାଥ। ତେବେ ଯୋଗୀ ସରକାରଙ୍କ ଏହି ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ପ୍ରଂଶସା କରିଛନ୍ତି। ଉତ୍ତରପ୍ରଦେଶର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ କାସଗଞ୍ଜରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଅଯୋଧ୍ୟାରେ ଭାରତ ରତ୍ନ ଗାୟୀକା ଲତା ମଙ୍ଗେସକରଙ୍କ ନାମରେ ଏକ ଛକର ନାମକରଣ କରାଯିବ। ଏଥିସହ ଫିଲ୍ମ ସିଟିରେ ସଙ୍ଗୀତ ପାଇଁ ଲତା ମଙ୍ଗେସକର ଏକାଡେମୀ ପ୍ରତିଷ୍ଠା କରିଥିବାରୁ ଆଦିତ୍ୟନାଥଙ୍କୁ ମୋଦି ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri