Posted inଜାତୀୟ

ପୁଣି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ହତ୍ୟା ଧମକ

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପୁଣି ହତ୍ୟା ଧମକ। ପାଇଛନ୍ତି। ଏକ ଅଜଣା ବ୍ୟକ୍ତି ୧୧୨ ନମ୍ବରରେ ମେସେଜ କରି ଏହି ଧମକ ଦେଇଛନ୍ତି, ଯାହା ପରେ ଉତ୍ତେଜନା ଦେଖାଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଧମକ ମିଳିବା ପରେ ସୁରକ୍ଷା ଏଜେନ୍ସିମାନଙ୍କୁ ସତର୍କ କରାଯାଇଛି ଏବଂ ଏହାର ତଦନ୍ତ ଆରମ୍ଭ ହୋଇଛି। ଏହାକୁ ନେଇ ସୁଶାନ୍ତ ଗୋଲ୍ଫ ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଜଣେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଧାରା ୫୦୬ଏବଂ ୫୦୭ ଆଇପିସି ଏବଂ ୬୬ ଆଇଟି ଆକ୍ଟ ଅନୁଯାୟୀ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଛି।

ଖବର ଅନୁଯାୟୀ, ଏପ୍ରିଲ ୨୩ ରାତିରେ ୧୧୨ ନମ୍ବରରେ ଏକ ମେସେଜ ଆସିଥିଲା। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ହତ୍ୟା ଧମକ ଦିଆଯାଇଥିବା ଜଣେ ଅଧିକାରୀ ଦେଖିଥିଲେ। ଏହା ପରେ ସେ ଏହି ମେସେଜର ସ୍କ୍ରିନ ସଟ ନେଇ ତୁରନ୍ତ ବରିଷ୍ଠ ଅଧିକାରୀଙ୍କୁ ଏହା ବିଷୟରେ ଜଣାଇଲେ। ଏହି ମାମଲାରେ ବର୍ତ୍ତମାନ ଲକ୍ଷ୍ନୌରର ସୁଶାନ୍ତ ଗୋଲ୍ଫ ସିଟି ପୋଲିସ ଷ୍ଟେଶନରେ ଏକ ମାମଲା ରୁଜୁ ହୋଇଛି। ଏହି ଧମକ ଦେଉଥିବା ବ୍ୟକ୍ତଙ୍କୁ ପୋଲିସ କୋଜିବା ସହ ତଦନ୍ତ ଆରମ୍ଭ କରିଛି।

ଏହା ପ୍ରଥମ ଘଟଣା ନୁହେଁ ଯେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ  ଏହିପରି ଧମକ ଦିଆଯାଉଛି, ଯୋଗୀ ସରକାରଙ୍କ କଠୋର ପଦକ୍ଷେପ ଯୋଗୁ ତାଙ୍କୁ ଅନେକ ଥର ଧମକ ଦିଆଯାଇଛି। ଏପରିକି ଏକ ସପ୍ତାହ ପୂର୍ବରୁ ଫେସବୁକ ମାଧ୍ୟମରେ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CECଙ୍କ ବିରୋଧରେ ଅଭିଯାନ ଆରମ୍ଭ କରିଛନ୍ତି ବିରୋଧି; ରାହୁଲ-ପ୍ରିୟଙ୍କା ଅଟକ

ନୂଆଦିଲ୍ଲୀ,୬।୧୦: ଭୋଟର ତାଲିକାରେ କଥିତ ଅନିୟମିତତାକୁ ନେଇ ବିରୋଧୀ ଦଳଗୁଡ଼ିକ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଆରମ୍ଭ କରିଛନ୍ତି। ତାଙ୍କ ଇସ୍ତଫା…

ସର୍ବପିତୃ ଅମାବାସ୍ୟାରେ ଶୁଭ ସଂଯୋଗ: ୩ ରାଶିର ହେବ ଭାଗ୍ୟୋଦୟ, ଚାକିରିରେ ମିଳିବ ଅପୂର୍ବ ସଫଳତା

ଅକ୍ଟୋବର ୧୦ରେ ପାଳନ ହେବ ସର୍ବପିତୃ ଅମାବାସ୍ୟା। ପିତୃପକ୍ଷର ଏହି ଶେଷ ତିଥିକୁ ଧାର୍ମିକ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ମଧ୍ୟ…

ଅକ୍ଟୋବରରେ କଲବଲ କରୁଛି ତାତି, ୧୩୦ ବର୍ଷ ଇତିହାସରେ ପୁରୀରେ ଦ୍ୱିତୀୟ ସର୍ବୋଚ୍ଚ ତାପମାତ୍ରା

ଭୁବନେଶ୍ବର,୬।୧୦: ପୁରୀ ସହରରେ ଗତ ସୋମବାର ଦିନ ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହୋଇଛି । ଅକ୍ଟୋବର ୫ ତାରିଖରେ ପୁରୀ ସହର ତାପମାତ୍ରା ୩୬.୬°C…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍‌

ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…

କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”

ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…

ଭାରତୀୟ କ୍ରୁ ଥିବା ଜାହାଜ ଉପରେ ଆକ୍ରମଣ; ୨ ବିଦେଶୀ ନାଗରିକଙ୍କ ମୃତ୍ୟୁ

ନୂଆଦିଲ୍ଲୀ/ବୁଚାରେଷ୍ଟ,୬।୧୦: କଳା ସାଗର (Black Sea) ରେ ରୋମାନିଆ ନିକଟରେ ଭାରତୀୟ କର୍ମଚାରୀ ଥିବା ଏକ ବାଣିଜ୍ୟିକ ଜାହାଜ ଉପରେ ହୋଇଥିବା ଆକ୍ରମଣରେ ଦୁଇଜଣ ବିଦେଶୀ ନାଗରିକଙ୍କ…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?