Posted inଜାତୀୟ

ରାମଭକ୍ତଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କୁ ଭୋଟ ଦେବାଭଳି ପାପ କଦାପି କରିବେ ନାହିଁ: ଆଦିତ୍ୟନାଥ

ଅଯୋଧ୍ୟା,୨୨।୨: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୨ ଲାଗି ସମସ୍ତ ରାଜନୈତିକ ଦଳ ପ୍ରଚାର ଜୋରଦାର କରୁଛନ୍ତି। ନେତାମାନେ ସାଧାରଣ ସଭା କରି ଜନସାଧାରଣଙ୍କ ମନ କିଣିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟାରେ ଏକ ସମାବେଶକୁ ସମ୍ବୋଧିତ କରି ରାମଭକ୍ତଙ୍କ ଉପରକୁ ଗୁଳି ଚଳାଇଥିବା ଲୋକଙ୍କୁ ଭୋଟ ଦେବେ କି ବୋଲି ପ୍ରଶ୍ନ କରିଛନ୍ତି।

ଆଦିତ୍ୟନାଥ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରି କହିଛନ୍ତି, ଏବେ ଯେତେବେଳେ ଅଯୋଧ୍ୟାରେ ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି ସେତେବେଳେ ଅଯୋଧ୍ୟାକୁ ଯିବା ଉଚିତ ବୋଲି ବବୁଆଙ୍କୁ ମନେ ପଡ଼ିଛି। ପ୍ରଥମେ ଲୋକେ କହୁଥିଲେ ଏଠରେ ପତ୍ର ବି ହଲି ପାରିବ ନାହିଁ। ଏଠାରେ ରାମଭକ୍ତଙ୍କ ଉପରେ ଗୁଳି ଚଳାଯାଉଥିଲା। କ’ଣ ରାମ ଭକ୍ତଙ୍କ ଉପରକୁ ଗୁଳି ଚଳାଇଥିବା ବ୍ୟକ୍ତି ଅଯୋଧ୍ୟାରେ, ବାଇକାପୁର କିମ୍ବା ମିଲ୍କିପୁରରେ ଭୋଟ ପାଇବେ? ଭାଇ ଓ ଭଉଣୀମାନେ ଏହି ପାପ କଦାପି କରିବେ ନାହିଁ।

କହିରଖୁଛୁ ଯେ, ୟୁପିରେ ୭ଟି ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଫେବୃୟାରୀ ୨୩ରେ ଏହାର ଚତୁର୍ଥ ପର୍ଯ୍ୟାୟ ଲାଗି ନିର୍ବାଚନ ହେବ। ମାର୍ଚ୍ଚ ୧୦ରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା କରାଯିବ। ଏହି ନିର୍ବାଚନରେ ଭାଜପା ଏବଂ ସମାଜବାଦୀ ପାର୍ଟି ମଧ୍ୟରେ କଡ଼ା ମୁକାବିଲା ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri