Posted inଜାତୀୟ

ଯୋଗୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବେ ବଡବଡ ଉଦ୍ଦ୍ୟୋଗପତି

ଲକ୍ଷ୍ନୌ,୨୪ ।୩: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ଲାଗି ଯୋଗୀ ଆଦିତ୍ୟନାଥ ୨୫ ମାର୍ଚ୍ଚରେ ଶପଥ ଗ୍ରହଣ କରିବେ । ଏବେ ଏହି ଶପଥ ଗ୍ରହଣ ଉତ୍ସବ ଉପରେ ସମସ୍ତଙ୍କ ନଜର । ଦେଶର ସବୁଠାରୁ ବଡ ରାଜ୍ୟର ଅର୍ଥବ୍ୟବସ୍ଥାକୁ ଏକ ଟ୍ରିଲିୟନ ଡଲାର କରିବା ଲାଗି ଯୋଗୀ ଆଦିତ୍ୟନାଥ ପୂର୍ବରୁ ଯୋଜନା ପ୍ରସ୍ତୁତ କରିଥିବା ବେଳେ ଏହି ଶପଥ ଗ୍ରହଣ ଉତ୍ସବକୁ ଉଦ୍ଦ୍ୟୋଗପତିଙ୍କୁ ନିମନ୍ତ୍ରଣ କରିବା ଏହାର କିଛି ସଙ୍କେତ ଦେଉଛି । ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ଯେଉଁ ରିକ୍ୱେଷ୍ଟ ଅଫ୍ ପ୍ରପୋଜାଲ ଜାରି କରାଯାଇଛି ୧ ଟ୍ରିଲିୟନ ଡଲାର ଇକୋନମି କରିବାର, ଏଥିପାଇଁ ଉଦ୍ଦ୍ୟୋଗପତିଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା କୁହାଯାଉଛି । ଏହି ଲକ୍ଷ୍ୟ ପୂରଣ କରିବାକୁ ୫ ବର୍ଷ ସମୟ ଦିଆଯାଇଛି । ଏଥିପାଇଁ ଯୋଗୀ ଆଦିତ୍ୟନାଥଙ୍କ ଶପଥ ଗ୍ରହଣ ସମାରୋହ ୨୫ ମାର୍ଚ୍ଚକୁ ପ୍ରାୟ ୫୦ ଉଦ୍ଦ୍ୟୋଗତିଙ୍କୁ ନିମନ୍ତ୍ରଣ କରାଯାଇଛି । ଏମାନଙ୍କ ମଧ୍ୟରେ ରହିଛନ୍ତି ଟାଟା ଗ୍ରୁପ, ଅମ୍ବାନି ଗ୍ରୁପ, ଆଦିତ୍ୟ ବିରଲା ଗ୍ରୁପ, ଆଦାନୀ ଗ୍ରୁପ, ମହିନ୍ଦ୍ରା ଗ୍ରୁପ, ଆଇଟିସି ଗ୍ରୁପ, ପେପସିକୋ, ହିନ୍ଦୁସ୍ତାନ ୟୁନିଲିଭର ଗ୍ରୁପ, ଫ୍ଲିପକାର୍ଟ ଓ ଆଇଜିଏଲ ଗ୍ରୁପ । ହେଲେ ସବୁଠାରୁ ବଡ ପ୍ରଶ୍ନ ୫ ବର୍ଷ ମଧ୍ୟରେ କ’ଣ ଏହି ଲକ୍ଷ୍ୟ ପୂରଣ ହୋଇପାରିବ । କାରଣ କରୋନା ପାଇଁ ରାଜ୍ୟର ଅର୍ଥବ୍ୟବସ୍ଥା ଭୁଷୁଡି ପଡିଥିବା ବେଳେ ଏହାକୁ ପୂର୍ବ ସ୍ଥିତିକୁ ଆଣିବାକୁ କିଛି ସମୟ ଲାଗିପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri