Posted inଜାତୀୟ

୨୮ବର୍ଷ ପରେ ମା’ଙ୍କ ସହ ରାତ୍ରିଯାପନ କରିବେ ଯୋଗୀ

ଡେରାଡୁନ,୩।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଉତ୍ତରାଖଣ୍ଡର ପୁଅ ଯୋଗୀ ଆଦିତ୍ୟନାଥ ଗତ ୫ବର୍ଷ ପରେ ମଙ୍ଗଳବାର ତାଙ୍କ ପୈତୃକ ଗାଁରେ ପହଞ୍ଚିଛନ୍ତି। ଗାଁରେ ପହଞ୍ଚିବା ପରେ ଯୋଗୀ ଆଦିତ୍ୟନାଥ ମା’ ସାବିତ୍ରୀ ଦେବୀଙ୍କୁ ଭେଟିଛନ୍ତି। ଏଥିସହ ପରିବାରର ଅନ୍ୟ ସଦସ୍ୟଙ୍କୁ ମଧ୍ୟ ଭେଟିଛନ୍ତି। ଯୋଗୀ ଆଦିତ୍ୟନାଥ ସନ୍ୟାସର ୨୮ ବର୍ଷ ପରେ ଉକ୍ତ ଗାଁରେ ରାତି ବିତାଇବେ। ଅନ୍ୟପଟେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଆଗମନକୁ ନେଇ ସାରା ସହର ଚଳଚଞ୍ଚଳ ହୋଇଉଠିଥିଲା। ତାଙ୍କର ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ୨୦୧୭ରେ, ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜ ଘରେ ପହଞ୍ଚିଥିଲେ। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୩ ଦିନିଆ ଗସ୍ତରେ ଉତ୍ତରାଖଣ୍ଡ ଯାଇଛନ୍ତି। ଯୋଗୀ ଆଦିତ୍ୟନାଥ ପୈତୃକ ଗ୍ରାମରେ ପହଞ୍ଚିବା ମାତ୍ରେ ତାଙ୍କୁ ଦେଖିବା ପାଇଁ ଏକ ଏକ ଜନସମାଗମ ହୋଇଥିଲା। ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବା ପରେ ଯୋଗୀଙ୍କ ଉତ୍ତରାଖଣ୍ଡକୁ ଏହା ହେଉଛି ପ୍ରଥମ ଗସ୍ତ। ସେଠାରେ ଯୋଗୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ଯୋଗୀ ଉତ୍ତରାଖଣ୍ଡରେ ପହଞ୍ଚିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ତାଙ୍କୁ ସ୍ବାଗତ ଜଣାଇଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଧାମି ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ସିଂ କହିଛନ୍ତି, ବହୁ ବର୍ଷ ପରେ ଜଣେ ସନ୍ୟାସୀ ତାଙ୍କ ମା’ଙ୍କୁ ଭେଟିବାକୁ ଯାଉଛନ୍ତି। ଏହା ଏକ ଅତ୍ୟନ୍ତ ଭାବପ୍ରବଣ ମୁହୂର୍ତ୍ତ ବୋଲି ସେ କହିଛନ୍ତି। ସୂଚନା ମୁତାବକ, ଯୋଗୀ ଆଦିତ୍ୟନାଥ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ହେବା ପରେ ମଙ୍ଗଳବାର ପ୍ରଥମ ଥର ନିଜ ପୈତୃକ ଗ୍ରାମ ୟମକେଶ୍ୱରର ପଞ୍ଚୁରରେ ପହଞ୍ଚିଥିଲେ। ଏଠାରେ ସେ ପ୍ରଥମେ ପଞ୍ଚୁରଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ବିଥ୍ୟାଣି ସ୍ଥିତ ମହାଯୋଗୀ ଗୁରୁ ଗୋରଖନାଥ ସରକାରୀ ମହାବିଦ୍ୟାଳୟ ପରିସରରେ ଗୁରୁ ମହନ୍ତ ଅବୈଧନାଥଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ। ଉନ୍ମୋଚନ କାର୍ଯ୍ୟକ୍ରମ ପରେ ଯୋଗୀ ତାଙ୍କ ମା’ ସାବିତ୍ରୀ ଦେବୀ ଏବଂ ପରିବାର ସଦସ୍ୟଙ୍କୁ ଭେଟିଥିଲେ। ପୁଅ ଗାଁରେ ପହଞ୍ଚିବା ପରେ ପରିବାର ଲୋକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri