Posted inଜାତୀୟ

ଅମିତ ଶାହଙ୍କ ଉପସ୍ଥିତିରେ ଗୋରଖପୁରରୁ ପ୍ରାର୍ଥିପତ୍ର ଦାଖଲ କରିବେ ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୪ ।୨: ଉତ୍ତର ପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ଗୋରଖପୁର ବିଧାନସଭା ଆସନ ଲାଗି ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉପସ୍ଥିତ ରହିବେ । ଯୋଗୀଙ୍କ ପ୍ରାର୍ଥିପତ୍ର ଦାଖଲ କାର୍ଯ୍ୟକ୍ରମକୁ ଦେଖି ରାଜ୍ୟର ଉଚ୍ଚ ଅଧିକାରମାନେ ଗୋରଖପୁରରେ ଉପସ୍ଥିତ ରହିଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରାର୍ଥିପତ୍ର ଦାଖଲ କରିବା ପରେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ଦଳର ପ୍ରଦେଶ ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପା ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ଦ୍ର ଦେବ ସିଂଙ୍କ ଉପସ୍ଥିତିରେ ଏକ ଜନସଭାକୁ ସମ୍ବୋଧିତ କରିବେ ।
ମହାରାଣା ପ୍ରତାପ ଇଣ୍ଟର କଲେଜରେ ଭାଜପା କର୍ମୀ ସମ୍ମିଳନୀରେ ସହରର ବିଭିନ୍ନ ବର୍ଗର ବଛା ବଛା ୧୦୦୦ ପ୍ରତିନିଧି ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶର ଅନୁପାଳନ କରି ଏହି ଜନସଭାରେ ସାମିଲ ହେବେ । ଏହି ୧୦୦୦ ଲୋକଙ୍କ ମଧ୍ୟରେ ଶିକ୍ଷାବିତ୍‌, ଚିକିତ୍ସକ, ସାମାଜିକ କର୍ମୀ, ଉଦ୍ୟୋଗୀ, ବ୍ୟବସାୟ. ଓକିଲ ସମେତ ବିଭିନ୍ନ ସାମାଜିକ ସଙ୍ଗଠନ ଓ ପ୍ରତିନିଧି ଓ ଜନ ପ୍ରତିନିଧି ଯୋଗ ଦେବେ । ଏହି ଜନସଭାର ପ୍ରସାରଣ ସୋସିଆଲ ମିଡିଆରେ ବି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri