ସିଏମ୍‌ସି ଯନ୍ତ୍ରୀ ବିଭାଗ ଆବଶ୍ୟକତାକୁ ନେଇ ପ୍ରଶ୍ନବାଚୀ

କଟକ ଅଫିସ,୨୦ା୧: କଟକ ମହାନଗର ନିଗମ(ସିଏମ୍‌ସି)ର ସ୍ବତନ୍ତ୍ର ଯନ୍ତ୍ରୀ ବିଭାଗ ରହିଛି। ସେଥିରେ ନିର୍ବାହୀ ଯନ୍ତ୍ରୀଠାରୁ ଆରମ୍ଭ କରି ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ରହିଛନ୍ତି। ସହରର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ପାଇଁ ଏହି ବିଭାଗ କାର୍ଯ୍ୟ କରିଥାଏ। ମାତ୍ର ସିଏମ୍‌ସି ନିକଟରେ ଉକ୍ତ ବିଭାଗ ଥାଇ ମଧ୍ୟ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସରକାରୀ ସଂସ୍ଥାକୁ ଦିଆଯିବାକୁ ନେଇ ପବ୍ଲିକ ୱାର୍କ ଷ୍ଟାଣ୍ଡିଂ କମିଟି ବୈଠକରେ କର୍ପୋରେଟର ପ୍ରଶ୍ନ କରିଛନ୍ତି। ସିଏମ୍‌ସି ବିଜୁଭବନ ପରିସରରେ ପବ୍ଲିକ ୱାର୍କ ଷ୍ଟାଣ୍ଡିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏଥିରେ କର୍ପୋରେଟରମାନେ ଯନ୍ତ୍ରୀମାନଙ୍କୁ ଘେରିଥିଲେ। ସହରରେ ୨ଟି ପ୍ରକଳ୍ପ ନିର୍ମାଣ ପାଇଁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ(ଓଏସ୍‌ଆଇସି)କୁ କାର୍ଯ୍ୟାଦେଶ ଦିଆଯାଇଛି। ଯଦି ଓଏସ୍‌ଆଇସି ଏହି କାର୍ଯ୍ୟ କରିବ, ତେବେ ସିଏମ୍‌ସି ଯନ୍ତ୍ରୀ ବିଭାଗ କ’ଣ କରିବ ବୋଲି ୫୦ ନଂ. ୱାର୍ଡ କର୍ପୋରେଟର ସନ୍ତୋଷ ଭୋଳ ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ହୋହଲ୍ଲା ହୋଇଥିଲା। ସେହିପରି ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବରେ ସହରର ସୌନ୍ଦର୍ଯ୍ୟକରଣ ପାଇଁ ୧୧ରୁ ୧୨ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସିଏମ୍‌ସି ପକ୍ଷରୁ ତଥ୍ୟ ଦିଆଯାଇଛି। ହେଲେ କେଉଁ ବାବଦରେ କେତେ ଖର୍ଚ୍ଚ ହୋଇଛି, କେଉଁ ୱାର୍ଡରେ କେଉଁ ଏଜେନ୍ସି କାର୍ଯ୍ୟ କରିଛି ସେ ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିବାକୁ କୁହାଯାଇଥିଲା। ଏଥିସହ ବାଲିଯାତ୍ରା ଖର୍ଚ୍ଚ ନେଇ ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ମିଳିବା ପରେ ବିଲ୍‌ କରାଯିବା ନେଇ କାଉନ୍‌ସିଲ ବୈଠକରେ ନିଷ୍ପତ୍ତି ନିଆଯାଇଥିବାବେଳେ ୨ଟି ବିଲ୍‌ ରିଲିଜ କରିବା ପାଇଁ ପ୍ରସ୍ତୁତ କରାଯାଇଛି। ଏହାକୁ କର୍ପୋରେଟରମାନେ ବିରୋଧ କରିଥିଲେ। ତେବେ ବୈଠକ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ହୋହାଲ୍ଲା ଦେଖିବାକୁ ମିଳିଥିଲା। ଏହି ବୈଠକରେ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପ୍ରଦୀପ୍ତ କିଶୋର ଖୁଣ୍ଟିଆ, କର୍ପୋରେଟର ତାପସ ରଞ୍ଜନ ସାମନ୍ତରାୟ, ଚନ୍ଦନ କୁମାର ଜେନା, ବିକାଶ ରଞ୍ଜନ ବେହେରାଙ୍କ ସମେତ ଯନ୍ତ୍ରୀ ବିଭାଗର ସମସ୍ତ ଯନ୍ତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri