ସିଏମ୍‌ସି ଯନ୍ତ୍ରୀ ବିଭାଗ ଆବଶ୍ୟକତାକୁ ନେଇ ପ୍ରଶ୍ନବାଚୀ

କଟକ ଅଫିସ,୨୦ା୧: କଟକ ମହାନଗର ନିଗମ(ସିଏମ୍‌ସି)ର ସ୍ବତନ୍ତ୍ର ଯନ୍ତ୍ରୀ ବିଭାଗ ରହିଛି। ସେଥିରେ ନିର୍ବାହୀ ଯନ୍ତ୍ରୀଠାରୁ ଆରମ୍ଭ କରି ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ରହିଛନ୍ତି। ସହରର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ପାଇଁ ଏହି ବିଭାଗ କାର୍ଯ୍ୟ କରିଥାଏ। ମାତ୍ର ସିଏମ୍‌ସି ନିକଟରେ ଉକ୍ତ ବିଭାଗ ଥାଇ ମଧ୍ୟ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ସରକାରୀ ସଂସ୍ଥାକୁ ଦିଆଯିବାକୁ ନେଇ ପବ୍ଲିକ ୱାର୍କ ଷ୍ଟାଣ୍ଡିଂ କମିଟି ବୈଠକରେ କର୍ପୋରେଟର ପ୍ରଶ୍ନ କରିଛନ୍ତି। ସିଏମ୍‌ସି ବିଜୁଭବନ ପରିସରରେ ପବ୍ଲିକ ୱାର୍କ ଷ୍ଟାଣ୍ଡିଂ କମିଟି ବୈଠକ ଗୁରୁବାର ଅନୁଷ୍ଠିତ ହୋଇଥିଲା। ଏଥିରେ କର୍ପୋରେଟରମାନେ ଯନ୍ତ୍ରୀମାନଙ୍କୁ ଘେରିଥିଲେ। ସହରରେ ୨ଟି ପ୍ରକଳ୍ପ ନିର୍ମାଣ ପାଇଁ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମ(ଓଏସ୍‌ଆଇସି)କୁ କାର୍ଯ୍ୟାଦେଶ ଦିଆଯାଇଛି। ଯଦି ଓଏସ୍‌ଆଇସି ଏହି କାର୍ଯ୍ୟ କରିବ, ତେବେ ସିଏମ୍‌ସି ଯନ୍ତ୍ରୀ ବିଭାଗ କ’ଣ କରିବ ବୋଲି ୫୦ ନଂ. ୱାର୍ଡ କର୍ପୋରେଟର ସନ୍ତୋଷ ଭୋଳ ପ୍ରଶ୍ନ କରିଛନ୍ତି। ଏହାକୁ ନେଇ ହୋହଲ୍ଲା ହୋଇଥିଲା। ସେହିପରି ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବରେ ସହରର ସୌନ୍ଦର୍ଯ୍ୟକରଣ ପାଇଁ ୧୧ରୁ ୧୨ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ସିଏମ୍‌ସି ପକ୍ଷରୁ ତଥ୍ୟ ଦିଆଯାଇଛି। ହେଲେ କେଉଁ ବାବଦରେ କେତେ ଖର୍ଚ୍ଚ ହୋଇଛି, କେଉଁ ୱାର୍ଡରେ କେଉଁ ଏଜେନ୍ସି କାର୍ଯ୍ୟ କରିଛି ସେ ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିବାକୁ କୁହାଯାଇଥିଲା। ଏଥିସହ ବାଲିଯାତ୍ରା ଖର୍ଚ୍ଚ ନେଇ ସ୍ବତନ୍ତ୍ର ଅଡିଟ୍‌ ରିପୋର୍ଟ ମିଳିବା ପରେ ବିଲ୍‌ କରାଯିବା ନେଇ କାଉନ୍‌ସିଲ ବୈଠକରେ ନିଷ୍ପତ୍ତି ନିଆଯାଇଥିବାବେଳେ ୨ଟି ବିଲ୍‌ ରିଲିଜ କରିବା ପାଇଁ ପ୍ରସ୍ତୁତ କରାଯାଇଛି। ଏହାକୁ କର୍ପୋରେଟରମାନେ ବିରୋଧ କରିଥିଲେ। ତେବେ ବୈଠକ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ହୋହାଲ୍ଲା ଦେଖିବାକୁ ମିଳିଥିଲା। ଏହି ବୈଠକରେ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପ୍ରଦୀପ୍ତ କିଶୋର ଖୁଣ୍ଟିଆ, କର୍ପୋରେଟର ତାପସ ରଞ୍ଜନ ସାମନ୍ତରାୟ, ଚନ୍ଦନ କୁମାର ଜେନା, ବିକାଶ ରଞ୍ଜନ ବେହେରାଙ୍କ ସମେତ ଯନ୍ତ୍ରୀ ବିଭାଗର ସମସ୍ତ ଯନ୍ତ୍ରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?