ସିଏମ୍‌ସିର ନୂଆ ଗାଇଡ୍‌ଲାଇନ୍‌: ବିବାହ ଉତ୍ସବରେ ୧୦୦, ଶୁଦ୍ଧି କାର୍ଯ୍ୟରେ ୫୦ ଲୋକଙ୍କୁ ଅନୁମତି

କଟକ ଅଫିସ, ୩।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନୂଆ ଗାଇଡ୍‌ଲାଇନ୍‌ ଜାରି କରିଥିଲା। ତେବେ ଶନିବାର କଟକ ମହାନଗର ନିଗମ (ସିଏମ୍‌ସି) ନୂଆ ମାର୍ଗଦର୍ଶିକା ଜାରି କରିଛି।
ଏଣିକି ବିବାହ ଉତ୍ସବରେ କେବଳ ୧୦୦ଜଣ ଉପସ୍ଥିତ ରହିପାରିବେ। ଶୁଦ୍ଧି କାର୍ଯ୍ୟରେ ୫୦ ଜଣଙ୍କୁ ଅନୁମତି ମିଳିବ। ବିବାହ ଓ ଶୁଦ୍ଧି କାର୍ଯ୍ୟରେ କୋଭିଡ ଗାଇଡ୍‌ କଡ଼ାକଡ଼ି ଭାବେ ପାଳନ ହେବ। ସମ୍ମିଳନୀ ଓ ସମାବେଶ ଉପରେ ରୋକ ଲଗାଇଛି ସିଏମ୍‌ସି। କୌଣସି ଅନୁଷ୍ଠାନର ସୁବର୍ଣ୍ଣ, ରୌପ୍ୟ ଓ ଶତବାର୍ଷିକୀ ପାଳନକୁ ବନ୍ଦ କରାଯାଇଛି। ଏହା ସହିତ କୌଣସି ସଂସ୍ଥା ଓ ଶିକ୍ଷାନୁଷ୍ଠାନର ବାର୍ଷିକ ଉତ୍ସବ ମଧ୍ୟ ହୋଇପାରିବ ନାହିଁ। ଆସନ୍ତା ୬ ତାରିଖରୁ ଲାଗୁ ହେବ ଏହି ମାର୍ଗଦର୍ଶିକା। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ କଟକଣା ବଳବତ୍ତର ରହିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି।
ଗତ ୨ ତାରିଖ ସୁଦ୍ଧା ସିଏମ୍‌ସି ଅଞ୍ଚଳରେ ୧୬୭୦୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୮୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬୭୦୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୫୩ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri