କରୋନା ପାଇଁ ସିଏମ୍‌ସିର ଟୋଲ୍‌ ଫ୍ରି ନମ୍ବର ଜାରି

କଟକ ଅଫିସ, ୧୯ା୪:ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାର ପ୍ରଭାବ କଟକ ଜିଲାରେ ଦେଖିବାକୁ ମିଳିଛି। ରବିବାର କଟକ ଜିଲାରୁ ମୋଟ୍‌ ୧୯୮ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେହିପରି କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳରୁ ୧୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୫୫ ଜଣ ଗୃହ ସଙ୍ଗରୋଧ, ୪୩ ଜଣ ଲୋକାଲ କଣ୍ଟାକ୍ଟ ଓ ୪ ଜଣ ସରକାରୀ ସଙ୍ଗରୋଧରେ ରହିଥିବା ଜଣାପଡିଛି। ଅପରପକ୍ଷେ କରୋନା ପାଇଁ ରବିବାର ସିଏମ୍‌ସି ପକ୍ଷରୁ ଟୋଲ୍‌ ଫ୍ରି ନମ୍ବର ୭୦୭୭୭୭୫୫୫୫ ଜାରି କରାଯାଇଛି। କୋଭିଡ୍‌ ସମ୍ପର୍କିତ ସହାୟତା ପାଇଁ ଏହି ନମ୍ବରରେ ଯୋଗାଯୋଗ କରିବାକୁ ସିଏମସି ପକ୍ଷରୁ ସୂଚନା ଦିଆଯାଇଛି। ରବିବାରକୁ ମିଶାଇ ସିଏମ୍‌ସି ଅଞ୍ଚଳରୁ ମୋଟ୍‌ ୧୭,୪୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬, ୭୪୮ ଜଣ ଆରୋଗ୍ୟ ଲାଭ କରିଥିବା ଜଣାପଡିଛି। ଏବେ ସହରର ବିଭିନ୍ନ ହସ୍ପିଟାଲରେ ୬୪୮ ଜଣ ଚିକିତ୍ସାଧୀନ ଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସହରରେ ନାଇଟ କର୍ଫ୍ୟୁ ସହ ୧୪୪ ଧାରା ଲାଗୁ କରାଯାଇଛି। ସହରରେ ସଂକ୍ରମଣ ବଢୁଥିବାରୁ ଶୁକ୍ରବାର ଅଶ୍ୱିନୀ ହସ୍ପିଟାଲରେ ସିଏମ୍‌ସି ପକ୍ଷରୁ ୭୫ଟି କରୋନା ଶର୍ଯ୍ୟା, ୬୦ଟି ଆଇସିୟୁ, ୧୫ଟି ଏଚ୍‌ଡିୟୁ ଓ ୧୦ଟି ସାଧାରଣ ଶର୍ଯ୍ୟାର ବ୍ୟବସ୍ଥା କରାଯାଇଛି। ସେହିପରି ସୋମବାର ସଦ୍‌ଗୁରୁ ହସ୍ପିଟାଲରେ ୧୩୦ କରୋନା ଶଯ୍ୟାର ବ୍ୟବସ୍ଥା କରାଯାଉଛି। ସେଥିମଧ୍ୟରେ ୩୦ଟି ଆଇସିୟୁ, ୬୦ ଏଚ୍‌ଡିୟୁ ଓ ୪୦ଟି ସାଧାରଣ ଶଯ୍ୟା ବ୍ୟବସ୍ଥା ସିଏମ୍‌ସି ପକ୍ଷରୁ କରାଯିବ ବୋଲି ଜିଲା କୋଭିଡ୍‌ ନୋଡାଲ ଅଧିକାରୀ ଉମେଶ ରାଏ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri