Posted inଜାତୀୟ

କ୍ୟୁଆର୍‌ କୋଡରେ ମୁଖ୍ୟମନ୍ତ୍ରୀଙ୍କ ମୁହଁ, ଭାଜପା ବିରୋଧରେ କଂଗ୍ରେସର ପେସିଏମ୍‌ ଅଭିଯାନ…

ବେଙ୍ଗାଲୁରୁ, ୨୧।୯ : କର୍ନାଟକରେ ଭାଜପା ସରକାରଙ୍କ ବିରୋଧରେ କଂଗ୍ରେସ ପକ୍ଷରୁ ପେସିଏମ ଅଭିଯାନ ଆରମ୍ଭ କରାଯାଇଛି। ପେମେଣ୍ଟ ଆପ ପେଟିଏମ ପରି ଏକ ପୋଷ୍ଟର ଲଗାଯାଇଛି ଯେଉଁଥିରେ ମୁଖ୍ୟମନ୍ତ୍ରୀ ବାସଭରାଜ ବେମ୍ମୋଇଙ୍କ ମୁହଁର କୋଡ ରଖାଯାଇଛି। ଏଭଳି ପୋଷ୍ଟର କର୍ନାଟକର ଅନେକ ସର୍ବସାଧାରଣ ସ୍ଥାନରେ ଦେଖିବାକୁ ମିଳୁଛି। ଏହି କୁାର କୋଡ କେବଳ ପ୍ରଦର୍ଶନ ପାଇଁ ନୁହେଁ। ମୋବାଇଲରେ ସ୍କାନ କରିବା ସମୟରେ ଏକ ସ୍ବତନ୍ତ୍ର ୱେବସାଇଟ ଖୋଲିବ ଯାହା କଂଗ୍ରେସ ଦ୍ୱାରା ଡିଜାଇନ ହୋଇଛି ।

କଂଗ୍ରେସ ଏହି ୱେବସାଇଟକୁ ୪୦ ପ୍ରତିଶତ କମିଶନ ସରକାର ନାମରେ ନାମିତ କରିଛି। ଏହା ଭାଜପା ସରକାରଙ୍କ ଦୁର୍ନୀତି ବୋଲି ଦାବି କରିଛି। ଏଥିରେ ଲୋକଙ୍କୁ ନିଜ ମନ କି ବାତ ଓ ଅଭିଯୋଗ ଲେଖିବାର ବିକଳ୍ପ ମଧ୍ୟ ଦିଆଯାଇଛି।

ପୋଷ୍ଟରରେ ଲେଖା ଅଛି, ଏଠାରେ ୪୦ ପ୍ରତିଶତ ଗ୍ରହଣ କରାଯାଇଥିବା ସ୍ବୀକାର କରନ୍ତୁ। ଏହି ପୋଷ୍ଟରଗୁଡିକ ବେଙ୍ଗାଲୁରୁର ବସଷ୍ଟାଣ୍ଡ, ପାର୍କ, ବଜାର ଏବଂ ଅନ୍ୟାନ୍ୟ ସ୍ଥାନରେ ଲଗାଯାଇଛି। କଂଗ୍ରେସ ଅଭିଯୋଗ କରିଛି ଯେ ଭାଜପା ସରକାରରେ କୌଣସି ଟେଣ୍ଡର ଦେବା କିମ୍ବା ସରକାରୀ କାର୍ଯ୍ୟ ପାଇଁ ଅତି କମରେ ୪୦ ପ୍ରତିଶତ କମିଶନ ଦେବାକୁ ପଡିବ। ଏହା ସରକାରଙ୍କ ଦୁର୍ନୀତିର ଖୁଲାସା କରିବ ବୋଲି କଂଗ୍ରେସ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?