Posted inଜାତୀୟ

ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା, ବଢିଲା ସିଏନଜି-ପିଏନଜି ଦାମ

ନୂଆଦିଲ୍ଲୀ,୮ ।୧୦: ଦୀପାବଳୀ ପୂର୍ବରୁ ଗ୍ରାହକଙ୍କୁ ବଡ ଝଟକା ଲାଗିଛି । ଆଇଜିଏଲ ଦ୍ୱାରା ସିଏନଜିର ଦାମ କିଲୋପିଛା ୩ ଟଙ୍କା ବୃଦ୍ଧି ହୋଇଛି । ସେହିଭଳି ପିଏନଜିର ଦାମ ବି ୩ ଟଙ୍କା ବଢିଛି । ଶନିବାରଠାରୁ ଏହି ବର୍ଦ୍ଧିତ ଦାମ ଲାଗୁ କରାଯିବ । ରାଜଧାନୀ ଦିଲ୍ଲୀରେ ସିଏନଜିର ଦାମ ୭୫.୬୧ ଟଙ୍କା ଥିବା ବେଳେ ଏବେ ଏହା ୭୮.୬୧ ଟଙ୍କା ହୋଇଛି । ସେହିଭଳି ନୋଏଡା, ଗ୍ରେଟର ନୋଏଡା ଓ ଗାଜିଆବାଦରେ ଦାମ ୭୮.୧୭ ଟଙ୍କାରୁ ବୃଦ୍ଧି ହୋଇ ୮୧.୧୭ ଟଙ୍କା ହୋଇଛି । ପୂର୍ବରୁ ମୁମ୍ବାଇରେ ଏହାର ଦାମ ବୃଦ୍ଧି ହୋଇଛି ।
ବର୍ଦ୍ଦିତ ଦାମ ଗ୍ରାହକଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି କି ସିଏନଜିର ଦାମ କିଲୋପ୍ରତି ୮ ଟଙ୍କା ବୃଦ୍ଧି ହୋଇପାରେ । ନିକଟରେ ଗ୍ରାହକଙ୍କୁ ଆଶ୍ୱସ୍ତି ନ ମିଳିପାରେ ବୋଲି ସେମାନେ ମତ ଦେଉଛନ୍ତି । ଏପଟେ ପିଟିଆଇ ରିପୋର୍ଟରେ କୋଟକ ଇନଷ୍ଟୁଚ୍ୟଶନାଲ ଇକ୍ୟୁଇଟିର ତଥ୍ୟ ଅନୁଯାୟୀ ଗୋଟିଏ ବର୍ଷରେ ଗ୍ୟାସର ଦାମ ପାଖାପାଖି ୫ ଗୁଣା ବୃଦ୍ଧି ହେଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri