ରାଜ୍ୟର ବିକାଶ ପାଇଁ ସମବାୟ ସବୁଠାରୁ ପ୍ରଭାବୀ ମାଧ୍ୟମ: ମନ୍ତ୍ରୀ

ଭୁବନେଶ୍ବର, ୧୨।୭(ସୁନିତ୍‌ ମିଶ୍ର): ଓଡ଼ିଶାର ସମବାୟ ବ୍ୟବସ୍ଥା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାକୁ ବଳିଷ୍ଠ ଓ ଋଦ୍ଧିମନ୍ତ କରିଛି। ରାଜ୍ୟର ସଫଳ ସମବାୟ ବ୍ୟବସ୍ଥା ଅନ୍ତର୍ଜାତୀୟ ଫୋରମରେ ଅନ୍ୟ ଦେଶଗୁଡିକ ଦ୍ବାରା ପ୍ରଶଂସିତ ହୋଇଛି। ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ୮ ଦିନିଆ ବେଲଜିୟମ ଗସ୍ତରେ ଯାଇ ଲିୟୁଭେନ୍‌ଠାରେ ଯୁଗ୍ମ ଆଇସିଏ-ସିସିଆର୍‌ ଗ୍ଲୋବାଲ ଓ ୟୁରୋପିୟାନ୍‌ ସମବାୟ ଗବେଷଣା ସମ୍ମିଳନୀରେ ଯୋଗ ଦେବା ଅବସରରେ ସେ ଏହା କହିଛନ୍ତି।
ଏହି ଅବସରରେ ଉଦ୍‌ବୋଧନ ଦେଇ ମନ୍ତ୍ରୀ ନାୟକ କହିଛନ୍ତି, ସମବାୟ କ୍ଷେତ୍ରରେ ନୂତନ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶର ଅନ୍ୟତମ ପ୍ରଗତିଶୀଳ ରାଜ୍ୟ। ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ସମବାୟ ହେଉଛି ସବୁଠାରୁ ପ୍ରଭାବୀ ମାଧ୍ୟମ। ବିଶେଷକରି ଆର୍ଥିକ ଦୁର୍ବଳ ଶ୍ରେଣୀ, ଅବହେଳିତ ଓ ବଞ୍ଚିତ ବର୍ଗର ଲୋକଙ୍କ ଉନ୍ନତି ପାଇଁ ଏହା ବିଶେଷ ଫଳପ୍ରଦ। ରାଜ୍ୟରେ ଥିବା ପ୍ୟାକ୍‌ସ ଓ ଲ୍ୟାମ୍ପ୍ସ ଚାଷୀମାନଙ୍କ କୃଷି ଉତ୍ପାଦକୁ ମାର୍କେଟିଂ ସୁବିଧା ଯୋଗାଇଦେବା ପାଇଁ ଅଭିପ୍ରେତ। ଏଗୁଡ଼ିକ କେନ୍ଦ୍ର ସରକାରଙ୍କ ଘୋଷିତ ସର୍ବନିମ୍ନ ସହାୟକ ମୂଲ୍ୟରେ ଚାଷୀଙ୍କଠାରୁ ଧାନ କ୍ରୟ କରିଥାଆନ୍ତି। ରାଜ୍ୟ ସରକାରଙ୍କ ପ୍ରାଇସ୍‌ ସପୋର୍ଟ ଯୋଜନା ମାଧ୍ୟମରେ ସେମାନେ ଧାନ ବିକ୍ରୟରେ ସହାୟତା ଯୋଗାଇ ଦେଇଥାନ୍ତି। ଏଗୁଡ଼ିକ ଯୋଗୁ ଡାଲି ଜାତୀୟ ଫସଲ ଓ ତୈଳବୀଜ ଆଦି କୃଷି ଉତ୍ପାଦଗୁଡିକ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ଅଧିକ ଦରରେ ବିକ୍ରୟ ହୋଇପାରୁଛି। ଖାଦ୍ୟଶସ୍ୟ କ୍ଷେତ୍ରରେ ବର୍ତ୍ତମାନ ଓଡ଼ିଶା ଦେଶର ଏକ ବଳକା ରାଜ୍ୟରେ ପରିଣତ ହୋଇଛି। ବିଶ୍ବ ଖାଦ୍ୟ କାର୍ଯ୍ୟକ୍ରମ ପକ୍ଷରୁ ଓଡ଼ିଶା ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନା ଓ ପ୍ରୟାସକୁ ପ୍ରଶଂସା କରାଯାଇଛି। ଖାଦ୍ୟ ସଂଗ୍ରହ ଓ ଖାଦ୍ୟ ସୁରକ୍ଷା ପ୍ରଣାଳୀ କ୍ଷେତ୍ରରେ ସମବାୟର ସଦୁପଯୋଗ ଆମ ରାଜ୍ୟର ଏକ ଅନନ୍ୟ ବ୍ୟବସ୍ଥା ବୋଲି ମନ୍ତ୍ରୀ ନାୟକ କହିଛନ୍ତି। ସୂଚନାଯୋଗ୍ୟ, ଗତ ୧୦ ରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ସମ୍ମିଳନୀ ବେଲଜିୟମର ଲିୟୁଭେନ୍‌ ଠାରେ ଅନୁଷ୍ଠିତ ହେଉଛି। ଏହା ଲିୟୁଭେନ୍‌ ସେଣ୍ଟର ଅଫ୍‌ ଏକ୍ସପର୍ଟାଇଜ ଫର୍‌ କୋଅପରେଟିଭ ଏଣ୍ଟ୍ରେପ୍ରେନ୍ୟୁରଶିପ୍‌ ଦ୍ବାରା ଆୟୋଜିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ: ଉତ୍ତେଜିତ ହୋଇ ମରଣାନ୍ତକ ଆକ୍ରମଣ

ଦିଗପହଣ୍ଡି,୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ସୀମାଞ୍ଚଳ ମହାପାତ୍ର(୨୪) ଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।ବୁଧବାର ସକାଳେ ଡ୍ରେନରେ…

ପ୍ରଧାନଶିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲେ ମହିଳା

ମୋରଡ଼ା,୭ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ନୂଆଗାଁସ୍ଥିତ ହରପ୍ରସାଦ ଶିକ୍ଷା ସଦନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିଶୁ ସେବିକା ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri