କୃଷକଙ୍କ ସାମାଜିକ- ଅର୍ଥନୈତିକ ବିକାଶ ପାଇଁ ସମବାୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜିଲା ସ୍ତରରେ ଥିବା କେନ୍ଦ୍ର ସମବାୟ ବ୍ୟାଙ୍କରେ ୨୪୦ ଜଣ ସହକାରୀ ମ୍ୟାନେଜର ଓ ୨୬ ଜଣ ସିଷ୍ଟମ୍‌ ମ୍ୟାନେଜର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଗୁରୁବାର ଲୋକସେବା କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ କର୍ମଶାଳାରେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଅଧିକାରୀଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ନିଯୁକ୍ତି ବ୍ୟାଙ୍କଗୁଡ଼ିକରେ ମାନବ ସମ୍ବଳ ଅଭାବ ପୂରଣ କରିବ ଓ ଚାଷୀଙ୍କୁ ବ୍ୟାଙ୍କରୁ ଉତ୍ତମ ସେବା ମିଳିବ। ଏଥିସହ ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ ହେବ। ରାଜ୍ୟରେ ଜନସଂଖ୍ୟାର ୯୦ ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଅଛନ୍ତି। ଚାଷୀଙ୍କ ସାମାଜିକ ଓ ଆର୍ଥିକ ବିକାଶ କ୍ଷେତ୍ରରେ ସମବାୟ ବ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛି। ଆର୍ଥିକ ସ୍ଥିତି କିଭଳି ସୁଦୃଢ଼ ହୋଇପାରିବ, ସେଥିପାଇଁ ସମବାୟ ବ୍ୟାଙ୍କ କାର୍ଯ୍ୟ କରିଆସୁଛି। ସମବାୟ ବ୍ୟାଙ୍କ ଓ ସମବାୟ ସମିତି ରାଜ୍ୟର ୬୦ ପ୍ରତିଶତ ଶସ୍ୟ ଋଣ ପ୍ରଦାନ କରୁଛନ୍ତି। ରାଜ୍ୟରେ ଧାନ ସଂଗ୍ରହ ମଧ୍ୟ ସମିତି ଦ୍ୱାରା କରାଯାଉଛି। ସରକାର ସମବାୟ ବ୍ୟାଙ୍କ ଓ ସମବାୟ ସମିତିର ମାନବ ସମ୍ବଳ ଉପରେ ସର୍ବଦା ଗୁରୁତ୍ୱ ଦେଇ ଆସୁଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କମ୍‌ ସୁଧରେ ଋଣ ଯୋଗାଇ ଦେଉଛନ୍ତି। ଏପରି କି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସରକାର ବିନା ସୁଧରେ ଫସଲ ଋଣ ଯୋଗାଇ ଦେଉଛନ୍ତି। ରାଜ୍ୟରେ ଥିବା ୨୧୫୮ ପ୍ୟାକ୍ସକୁ ଅନ୍‌ଲାଇନ କୋର୍‌ ବ୍ୟାଙ୍କିଂ ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ପ୍ରତ୍ୟେକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ନିକଟରେ ବିନା ସୁଧରେ ଶସ୍ୟ ଋଣ ପହଞ୍ଚିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ ସରକାରଙ୍କ ୫-ଟି ନିୟମାବଳୀ ଯୋଗୁ ଲୋକମାନଙ୍କ ନିକଟରେ ସରକାରୀ ସେବା ଶୀଘ୍ର ପହଞ୍ଚି ପାରୁଛି। ଏହି କାର୍ଯ୍ୟକ୍ରମକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ସଞ୍ଜୀବ ଚଢ଼ା ସ୍ବାଗତ ଭାଷଣ ଦେଇଥିବା ବେଳେ କାଜୁ ନିଗମ ଏମ୍‌ଡି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ବାଲିଯାତ୍ରାରେ ରକ୍ତପାତ: ଛୁରାମାଡ଼ରେ ଜଣେ ମୃତ, ଅନ୍ୟଜଣେ ଗୁରୁତର

କଲ୍ୟାଣସିଂହପୁର, ୯।୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିଖରପାଇ ବାଲିଯାତ୍ରାରେ ଘଟିଛି ଏକ ଅଭାବନୀୟ ଘଟଣା। ସାମାନ୍ୟ ବଚସାକୁ କେନ୍ଦ୍ର କରି…

କେତେ ପଢ଼ିଛନ୍ତି ଫେମସ ୟୁଟ୍ୟୁବର ଧ୍ରୁବ ରାଠୀ? ନେଟ୍ ୱର୍ଥ ଶୁଣିଲେ ଉଡ଼ିଯିବ ହୋସ୍

ଗତ କିଛି ବର୍ଷ ମଧ୍ୟରେ ଧ୍ରୁବ ରାଠିଙ୍କ ନାମ ଭାରତୀୟ ସୋସିଆଲ ମିଡିଆ ଜଗତରେ ଅଧିକ ଲୋକପ୍ରିୟ ହୋଇଛି। ପ୍ରାରମ୍ଭିକ ଦିନରେ ଟ୍ରାଭେଲ ଭିଡିଓ ଯୋଗୁଁ ଫେମସ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?