କୃଷକଙ୍କ ସାମାଜିକ- ଅର୍ଥନୈତିକ ବିକାଶ ପାଇଁ ସମବାୟ କ୍ଷେତ୍ର ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ଜିଲା ସ୍ତରରେ ଥିବା କେନ୍ଦ୍ର ସମବାୟ ବ୍ୟାଙ୍କରେ ୨୪୦ ଜଣ ସହକାରୀ ମ୍ୟାନେଜର ଓ ୨୬ ଜଣ ସିଷ୍ଟମ୍‌ ମ୍ୟାନେଜର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଗୁରୁବାର ଲୋକସେବା କନ୍‌ଭେନ୍‌ଶନ ସେଣ୍ଟରରେ ଆୟୋଜିତ କର୍ମଶାଳାରେ ଭର୍ଚୁଆଲ ମୋଡ୍‌ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ଅଧିକାରୀଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ନିଯୁକ୍ତି ବ୍ୟାଙ୍କଗୁଡ଼ିକରେ ମାନବ ସମ୍ବଳ ଅଭାବ ପୂରଣ କରିବ ଓ ଚାଷୀଙ୍କୁ ବ୍ୟାଙ୍କରୁ ଉତ୍ତମ ସେବା ମିଳିବ। ଏଥିସହ ଚାଷୀଙ୍କ ସମସ୍ୟାର ତୁରନ୍ତ ସମାଧାନ ହେବ। ରାଜ୍ୟରେ ଜନସଂଖ୍ୟାର ୯୦ ପ୍ରତିଶତ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଅଛନ୍ତି। ଚାଷୀଙ୍କ ସାମାଜିକ ଓ ଆର୍ଥିକ ବିକାଶ କ୍ଷେତ୍ରରେ ସମବାୟ ବ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛି। ଆର୍ଥିକ ସ୍ଥିତି କିଭଳି ସୁଦୃଢ଼ ହୋଇପାରିବ, ସେଥିପାଇଁ ସମବାୟ ବ୍ୟାଙ୍କ କାର୍ଯ୍ୟ କରିଆସୁଛି। ସମବାୟ ବ୍ୟାଙ୍କ ଓ ସମବାୟ ସମିତି ରାଜ୍ୟର ୬୦ ପ୍ରତିଶତ ଶସ୍ୟ ଋଣ ପ୍ରଦାନ କରୁଛନ୍ତି। ରାଜ୍ୟରେ ଧାନ ସଂଗ୍ରହ ମଧ୍ୟ ସମିତି ଦ୍ୱାରା କରାଯାଉଛି। ସରକାର ସମବାୟ ବ୍ୟାଙ୍କ ଓ ସମବାୟ ସମିତିର ମାନବ ସମ୍ବଳ ଉପରେ ସର୍ବଦା ଗୁରୁତ୍ୱ ଦେଇ ଆସୁଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କମ୍‌ ସୁଧରେ ଋଣ ଯୋଗାଇ ଦେଉଛନ୍ତି। ଏପରି କି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ସରକାର ବିନା ସୁଧରେ ଫସଲ ଋଣ ଯୋଗାଇ ଦେଉଛନ୍ତି। ରାଜ୍ୟରେ ଥିବା ୨୧୫୮ ପ୍ୟାକ୍ସକୁ ଅନ୍‌ଲାଇନ କୋର୍‌ ବ୍ୟାଙ୍କିଂ ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ପ୍ରତ୍ୟେକ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ନିକଟରେ ବିନା ସୁଧରେ ଶସ୍ୟ ଋଣ ପହଞ୍ଚିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା କହିଛନ୍ତି ଯେ ସରକାରଙ୍କ ୫-ଟି ନିୟମାବଳୀ ଯୋଗୁ ଲୋକମାନଙ୍କ ନିକଟରେ ସରକାରୀ ସେବା ଶୀଘ୍ର ପହଞ୍ଚି ପାରୁଛି। ଏହି କାର୍ଯ୍ୟକ୍ରମକୁ ୫-ଟି ସଚିବ ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ। ବିଭାଗୀୟ ସଚିବ ସଞ୍ଜୀବ ଚଢ଼ା ସ୍ବାଗତ ଭାଷଣ ଦେଇଥିବା ବେଳେ କାଜୁ ନିଗମ ଏମ୍‌ଡି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri