କରୋନା ସଂକ୍ରମଣ ଯୋଗୁ କୋଚିଂ ସେଣ୍ଟର ବନ୍ଦ, ଶିକ୍ଷାର୍ଥୀଙ୍କ ହଙ୍ଗାମା

ପାଟନା,୫।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିହାରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍କୁଲ୍‌, କଲେଜ ତଥା କୋଚିଂ ସେଣ୍ଟରକୁ ବନ୍ଦ କରାଯାଇଛି। କୋଚିଂ ସେଣ୍ଟରୁ ବନ୍ଦ ଘଟଣାକୁ ନେଇ ସାସାରାମ ଅଞ୍ଚଳର ଚୌରାହା ଏବଂ ଗୋରାକ୍ଷଣୀ ବଜାର ନିକଟରେ ଶିକ୍ଷାର୍ଥୀମାନେ ହଙ୍ଗାମା କରିଛନ୍ତି। ଶିକ୍ଷାର୍ଥୀମାନେ ନିଆଁ ଲଗାଇବା ସହିତ ଭଙ୍ଗାରୁଜା କରିଛନ୍ତି। ପୋଲିସ ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିଲେ। ପୋଲିସ ଶିକ୍ଷାର୍ଥୀବାଧା ଦେବାରୁ ସେମାନେ ଧସ୍ତାଧସ୍ତି ଆରମ୍ଭ କରିଥିଲେ। ଏଥିରେ ଥାନା ଇନଚାର୍ଜ ନାରାୟଣ ସିଂଙ୍କ ସମେତ ୩ ଜଣ ପୋଲିସ ଆହତ ହୋଇଛନ୍ତି। ୯ ଶିକ୍ଷାର୍ଥୀଙ୍କୁ ଗିରଫ କରାଯାଇଛି। ଜିଲାପାଳ ଧର୍ମେନ୍ଦ୍ର କୁମାର ଏବଂ ଏସ୍‌ପି ଆଶିଷ ଭାରତୀ ପହଞ୍ଚି ଛାତ୍ରମାନଙ୍କୁ କରୋନା ମାର୍ଗଦର୍ଶିକା ପାଳନ କରିବା ସହିତ ଘରକୁ ଫେରିଯିବାକୁ ପରାମର୍ଶ ଦେଇଛନ୍ତି। କରୋନା ସଂକ୍ରମଣରେ ସମସ୍ତ କାର୍ଯ୍ୟ କଳାପ ଜାରି ରହିଛି। କିନ୍ତୁ ପ୍ରଶାସନ ପକ୍ଷରୁ କେବଳ କୋଚିଂ ସେଣ୍ଟରକୁ ବନ୍ଦ କରାଯାଉଥିବାରୁ ଶିକ୍ଷାର୍ଥୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାଦ୍ୱାରା ସେମାନେ ପାଠ ପଢ଼ିବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri