Posted inଜାତୀୟ

କୋଚିଂ ସେଣ୍ଟରଗୁଡିକ ପାଲଟିଗଲାଣି ଡେଥ୍‌ ଚାମ୍ବର:ସୁପ୍ରିମକୋର୍ଟଙ୍କ କଡ଼ା ଟିପ୍ପଣୀ

ନୂଆଦିଲ୍ଲୀ,୫।୮: ଦିଲ୍ଲୀ କୋଚିଂ ସେଣ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଛାତ୍ରୀଛାତ୍ରଙ୍କ ମାମଲା ସୁପ୍ରିମକୋର୍ଟ ସୋମବାର କଡ଼ା ମନୋଭାବ ଦେଖାଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଶୁଣାଣି ସମୟରେ କୋର୍ଟ କହିଛନ୍ତି, ଦେଶର ବିଭିନ୍ନ ପ୍ରାନ୍ତରୁ ଆସୁଥିବା ଛାତ୍ରଛାତ୍ରୀଙ୍କ ଜୀବନ ସହ କୋଚିଂ ସେଣ୍ଟର ଖେଳୁଛି। କୋଚିଂ ପ୍ରତିଷ୍ଠାନଗୁଡିକରେ ଅଗ୍ନି ନିରାପତ୍ତା ନିୟମ ପାଳନ କରିବା ସମ୍ପର୍କରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ବିରୋଧରେ କୋଚିଂ ସେଣ୍ଟର ଫେଡେରେସନ ସୁପ୍ରିମକୋର୍ଟରେ ପହଞ୍ଚିଥିଲା।
ଫେଡେରେଶନର ଆବେଦନ ଉପରେ ତୀବ୍ର ଅସନ୍ତୋଷ ବ୍ୟକ୍ତ କରି କୋର୍ଟ ଏହା ଉପରେ ୧ ଲକ୍ଷ ଟଙ୍କା କ୍ଷତିପୂରଣ ମଧ୍ୟ ଦେଇଛନ୍ତି। ସୁପ୍ରିମକୋର୍ଟ ଏକ ଦୃଢ ମନ୍ତବ୍ୟ ଦେଇ କହିଛନ୍ତି, କୋଚିଂ ସେଣ୍ଟରଗୁଡିକ ଡେଥ୍‌ ଚାମ୍ବର ପରିଣତ ହୋଇଛି। ଏହାକୁ କେବଳ ଅନଲାଇନରେ ଚଳାଇବା ଭଲ ହେବ।
ଦେଶର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି, ଦିଲ୍ଲୀର ପୁରୁଣା ରାଜେନ୍ଦ୍ର ନଗରରେ ଘଟିଥିବା ଏହି ଘଟଣା ଆଖି ଖୋଲିଦେବା ଭଳି।
ଜଷ୍ଟିସ ସୂର୍ଯ୍ୟ କାନ୍ତଙ୍କ ନେତୃତ୍ୱରେ ଏକ ବେଞ୍ଚ କହିଛନ୍ତି, ଦିଲ୍ଲୀ ସରକାର କିମ୍ବା କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କ’ଣ ପ୍ରଭାବଶାଳୀ ପଦକ୍ଷେପ ଗ୍ରହଣ କରିଛନ୍ତି ତାହା ଆମେ ଜାଣି ନାହୁଁ। କୋଚିଂ ସେଣ୍ଟରରେ ପଢୁଥିବା କିଛି ଛାତ୍ରଙ୍କ ଜୀବନହାନୀ ହେବା ଦୁର୍ଭାଗ୍ୟଜନକ ଘଟଣା ଘଟିଛି। ଏହି ଘଟଣା ସମସ୍ତଙ୍କ ପାଇଁ ଆଖି ଖୋଲିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri