Posted inଜାତୀୟ

କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତି: ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ, ୬।୧୦: କୋଇଲା ବ୍ଲକ ଆବଣ୍ଟନ ଦୁର୍ନୀତିରେ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲ୍ଲୀପ ରାୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ୧୯୯୯ରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗରେ ଦିଲ୍ଲୀର ସ୍ପେଶାଲ କୋର୍ଟ ବିଚାରପତି ଭାରତ ପରାଶର ଦିଲ୍ଲୀପଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୧ ବର୍ଷ ତଳେ ଝାଡଖଣ୍ଡର ବ୍ରହ୍ମାଡିଆ କୋଇଲା ଖଣି କାଷ୍ଟର୍ଣ୍ଣ ଟେକ୍ନୋଲୋଜି ଲିମିଟେଡକୁ ଆବଣ୍ଟିତ କରାଯାଇଥିଲା ସେତେବେଳେ କୋଇଲା ବ୍ଲକ ଆବଣ୍ଟନରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ସିବିଆଇ ପକ୍ଷରୁ ଏହି ମାମଲାର ତଦନ୍ତ କରାଯିବା ସହିତ କୋର୍ଟରେ ଆବଶ୍ୟକ ତଥ୍ୟ ଉପସ୍ଥାପନ କରାଯାଇଥିଲା । ଦିଲ୍ଲୀପଙ୍କ ସମେତ କୋଇଲା ମନ୍ତ୍ରଣାଳୟର ତତ୍କାଳୀନ ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କ ସହ କାଷ୍ଟ୍ରନ ଟେକ୍ନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ମଧ୍ୟ ଏହି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ସୂଚନାଯୋଗ୍ୟ, ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଏନଡିଏ ସରକାରରେ ଦିଲ୍ଲୀପ କୋଇଲା ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ସେତେବେଳେ ପ୍ରଦୀପ କୁମାର ବାନାର୍ଜୀ କୋଇଲା ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଓ ପ୍ରକଳ୍ପ ପରାମର୍ଶଦାତା ଭାବେ ଅବସ୍ଥାପିତଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

ନାବାଳକଙ୍କ ନାରକୀୟ କାଣ୍ଡ: ସାମାନ୍ୟ ବଚସାରୁ ବାପ-ପୁଅଙ୍କୁ ମାରିଲେ ଛୁରି

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ସାମାନ୍ୟ ବଚସାକୁ କେନ୍ଦ୍ର କରି ଜ୍ଯଯଯ ହତ୍ୟାକାଣ୍ଡ। ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଗୌଡସୁଗୁଡା ଗ୍ରାମରେ ଶୁକ୍ରବାର ସକାଳୁ ଛୁରା ମାଡରେ…

କିନ୍ନର ବେଶ ଯାଇ ପ୍ରଥମେ ପାଣି ଛିଞ୍ଚିଲେ, ଏୟାର ହୋଷ୍ଟେସଙ୍କୁ ଏକା ଦେଖି ଯାହା କଲେ…

ମୁମ୍ବାଇ,୨୧।୮: ମୁମ୍ବାଇର ପୱାଇ ଅଞ୍ଚଳରେ ବଳାତ୍କାର ମାମଲା ସାମ୍ନାକୁ ଆସିଛି। ଟ୍ରାନ୍ସଜେଣ୍ଡର ବେଶ ଧାରଣ କରି ଜଣେ ଏୟାର ହୋଷ୍ଟେସଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଆଶୀର୍ବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri