କୋଇଲା ଖଣିରେ ଅଘଟଣ: ୧୦ ମୃତ, ୬ ନିଖୋଜ

ବେଜିଂ,୧୩ା୧: ଚାଇନାର ହେନାନ ପ୍ରଦେଶର ଏକ କୋଇଲା ଖଣିରେ ଦୁର୍ଘଟଣା ପରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ନିଖୋଜ ଅଛନ୍ତି। ଶନିବାର ସକାଳେ ସ୍ଥାନୀୟ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି।

କୋଇଲା ଏବଂ ବିସ୍ଫୋରଣ ଯୋଗୁ ଏହି ଅଘଟଣ ଘଟିଥିବା ସ୍ଥାନୀୟ ସରକାରୀ ସୂତ୍ରରୁ ପ୍ରକାଶ।
ଏହି ଦୁର୍ଘଟଣା ପିଙ୍ଗ୍‌ଦିଙ୍ଗ୍‌ଶାନ ତିଆନାନ କୋଇଲା ଖଣି କୋଲ୍‌ ମାଇନିଙ୍ଗ୍‌ରେ ଘଟିଛି।

ଦୁର୍ଘଟଣା ଘଟିଥିବା ବେଳେ ସମୁଦାୟ ୪୨୫ ଲୋକ ଭୂତଳ କାମ କରୁଥିଲେ ଏବଂ ସେମାନଙ୍କ ମଧ୍ୟରୁ ୩୮୦ ଜଣଙ୍କୁ ଖଣିରୁ ସ୍ଥାନାନ୍ତର କରାଯାଇଛି ବୋଲି ସରକାରୀ ସୂତ୍ରରୁ ପ୍ରକାଶ। ଆଜି ଉଦ୍ଧାର କାର୍ଯ୍ୟ ଜାରି ରହିଛି ବୋଲି ସେ କହିଛନ୍ତି। କୋଇଲା ଖଣି ଦାୟିତ୍ୱରେ ଥିବା ଲୋକଙ୍କୁ ସାଧାରଣ ସୁରକ୍ଷା ଅଧିକାରୀମାନେ ଅଟକ ରଖିଛନ୍ତି।

ଚାଇନାରେ ଖଣି ଦୁର୍ଘଟଣା ସାଧାରଣ କଥା। ତେବେ ନିକଟ ଅତୀତରେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। କୋଇଲା ଉତ୍ପାଦନକାରୀ ତଥା ଉପଭୋକ୍ତା ହେଉଛି ଚାଇନା। ଚାଇନାର ଖଣି ଶିଳ୍ପ ଦୀର୍ଘଦିନରୁ ଦୁନିଆର ସବୁଠାରୁ ମାରାତ୍ମକ ସ୍ଥାନ ହୋଇଆସୁଛି, ଖଣି ଦୁର୍ଘଟଣା ବାରମ୍ବାର ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri