Posted inଜାତୀୟ

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି ନ ପାରି ଫସି ରହିଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ମୃତଦେହ ମଙ୍ଗଳବାର ମିଳିଥିବାବେଳେ ନିଖୋଜ ଥିବା ଅନ୍ୟ ୬ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ୩୦୦ ଫୁଟ୍‌ ଗଭୀରର ଏହି ‘ର଼୍ୟାଟ୍‌ ହୋଲ୍‌’ ଖଣିର ୧୦୦ ମିଟର ପର୍ଯ୍ୟନ୍ତ ପାଣିରେ ବୁଡ଼ିଯାଇଥିବା ଜଣାପଡ଼ିଛି। ଉଦ୍ଧାର କାର୍ଯ୍ୟରେ ୩୦ ଜଣିଆ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସହ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌)ର ୮ କର୍ମଚାରୀ ନିୟୋଜିତ ହୋଇଛନ୍ତି। ସ୍ଥଳ ଓ ବାୟୁସେନା ଯବାନ ଉଦ୍ଧାର କାର୍ଯ୍ୟରେ ସାମିଲ ଥିବାବେଳେ ବିଶାଖାପାଟଣାରୁ ନୌସେନାର ବୁଡ଼ାଳିମାନେ ଆସି ପହଞ୍ଚତ୍ଛନ୍ତି।
କୋଇଲା ଖଣିଟି ବେଆଇନ ଭାବରେ ଚାଲିଥିଲା ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଏନେଇ ଖଣି ଓ ଖଣିଜ ଆଇନ, ୧୯୫୭ର ଆନୁଷଙ୍ଗିକ ଧାରା ଅନୁଯାୟୀ ତଦନ୍ତ ପାଇଁ ମାମଲା ରୁଜୁ ହୋଇଛି। ମାମଲା ସହ ସମ୍ପୃକ୍ତ ପୁନିଶ ନୁନିସାଙ୍କୁ ଗିରଫ କରାଯାଇଛି। ୧୫ ଜଣ ଶ୍ରମିକ ଫସିଥିବା ପ୍ରଥମେ କୁହାଯାଉଥିବାବେଳେ, ଖଣି କର୍ମଚାରୀମାନେ ଫସିଥିବା ୯ ଶ୍ରମିକଙ୍କ ନାଁ ଦେଇଥିଲେ। ଉଦ୍ଧାର କାର୍ଯ୍ୟ ପାଇଁ ସେନା ଏବଂ ଆସାମ ରାଇଫଲ୍ସର ବିଶେଷଜ୍ଞ ବୁଡ଼ାଳି, ଇଞ୍ଜିନିୟର, ମେଡିକାଲ ଟିମ୍‌ ଓ ସହକାରୀ କର୍ମଚାରୀମାନେ ଆବଶ୍ୟକ ଉପକରଣ ସହ ଉପସ୍ଥିତ ରହିଥିବା ଗୁଆହାଟୀର ପ୍ରତିରକ୍ଷା ମୁଖପାତ୍ର ଲ୍ୟୁଟ୍‌ନାଣ୍ଟ କଲୋନେଲ୍‌ ମହେନ୍ଦର ରାଓ୍ବତ୍‌ କହିଛନ୍ତି। ପ୍ରଶାସନ ସହ ସମ୍ପର୍କ ରଖି ସବୁ ପ୍ରକାର ଉଦ୍ୟମ କରାଯାଉଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫:ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା ହୁତୁହୁତୁ ହୋଇ…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ସକାଳୁ ସକାଳୁ ବଡ଼ ଝଟକା! ପୁଣି ବଢ଼ିଲା ପେଟ୍ରୋଲ- ଡିଜେଲ ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୨୩।୫: ମେ ୨୩ ତାରିଖରୁ ନୂତନ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଲାଗୁ ହୋଇଛି। ପେଟ୍ରୋଲ ମୂଲ୍ୟ ୯୧ ପଇସା ଏବଂ ଡିଜେଲ ୮୬ ପଇସା…

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ଭାରତର ଡାଟା ସେଣ୍ଟର ପରିକଳ୍ପନାକୁ ବିପଦ ରୌଦ୍ରତାପ: ପ୍ରଶ୍ନ ଘେରରେ…

ନୂଆଦିଲ୍ଲୀ, ୨୩ା୫:ଭାରତ ଭଳି ଏକ କ୍ରମବର୍ଦ୍ଦିଷ୍ଣ ଅର୍ଥନୈତିକ ରାଷ୍ଟ୍ରରେ ବିଭିନ୍ନ କ୍ଷେତ୍ରର ସମ୍ପ୍ରସାରଣ କରାଯାଉଥିବାବେଳେ ଡିଜିଟାଲ ବ୍ୟବସ୍ଥାର ଭିତ୍ତିଭୂମି ବୃଦ୍ଧି ଦେଶକୁ ବିଭିନ୍ନ ଦିଗରେ ରୂପାନ୍ତରିତ କରିଛି।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri