୧୬% ବୃଦ୍ଧି ପାଇଛି କୋଇଲା ଉତ୍ପାଦନ

ନୂଆଦିଲ୍ଲୀ, ୪।୧: ଗତ ଆର୍ଥିକ ବର୍ଷ ଅପେକ୍ଷା ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈ ମାସିକ ଶେଷ ସୁଦ୍ଧା ଦେଶର କୋଇଲା ଉତ୍ପାଦନ ବୃଦ୍ଧି ପାଇଥିବା କୋଲ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ଏପରିକି ୨୦୨୨-୨୩ ବର୍ଷର ପ୍ରଥମ ୯ମାସ (ଏପ୍ରିଲରୁ ଡିସେମ୍ବର) ମଧ୍ୟରେ ଦେଶରେ କୋଇଲା ଉପତ୍ାଦନ ୧୬% (୧୬.୩୯)ରୁ ଅଧିକ ବୃଦ୍ଧି ଘଟି ପ୍ରାୟ ୬୦୮ (୬୦୭.୯୭) ମିଲିୟନ୍‌ ଟନ୍‌ରେ ପହଞ୍ଚତ୍ଛି। ବିଶେଷ କରି ୨୦୨୧-୨୨ ବର୍ଷର ସମାନ ଅବଧି ମଧ୍ୟରେ ଦେଶର କୋଇଲା ଉତ୍ପାଦନ ୫୨୨ (୫୨୨.୩୪) ମିଲିୟନ୍‌ ଟନରୁ ଅଧିକ ରହିଥିଲା ହେଲେ ୨୦୨୨-୨୩ ଆର୍ଥିକ ବର୍ଷରେ ଏହି ସଂଖ୍ୟା ବୃଦ୍ଧି ପାଇଥିବା ମଙ୍ଗଳବାର କେନ୍ଦ୍ର କୋଇଲା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କୋଲ୍‌ ଇଣ୍ଡିଆ ଲିମିଟେଡ଼୍‌ ଉତ୍ପାଦନରେ ୧୫.୮୨% ବୃଦ୍ଧି ପାଇଛି। ଚଳିତ ଆର୍ଥିକ ବର୍ଷରେ ଡିସେମ୍ବର ସୁଦ୍ଧା ୪୭୯.୦୫ ନିୟୁତ ଟନ୍‌ ଶୁଖଲା ଇନ୍ଧନ ଉତ୍ପାଦନ ରେକର୍ଡ କରାଯାଇଛି। ଦେଶରେ ବନ୍ଦ ହୋଇ ପଡିରହିଥିବା କୋଇଲା ବ୍ଲକ୍‌ ଗୁଡ଼ିକର ଖଣି କ୍ଷମତା ଅଧିକ ବ୍ୟବହାର ହେତୁ କୋଇଲା ଉତ୍ପାଦନରେ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ,କୋଇଲା ଉତ୍ପାଦନ କ୍ଷମତା ବୃଦ୍ଧି କରିବା ପାଇଁ ୧୪୧ଟି ନୂତନ କୋଇଲା ବ୍ଲକ୍‌ ନିଲାମ ପାଇଁ ରଖାଯାଇଛି ବୋଲି କୋଇଲା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri