Posted inଜାତୀୟ

ଟିଏମ୍‌ସି ଏମ୍‌ପିଙ୍କ ପତ୍ନୀ ରୁଜିରାଙ୍କ ନାଁରେ ଓ୍ବାରେଣ୍ଟ

କୋଲାକାତା,୭।୫: ତୃଣମୂଳ କଂଗ୍ରେସର ଏମ୍‌ପି ଅଭିଷେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କ ବିରୋଧରେ ଓ୍ବାରେଣ୍ଟ ଜାରି କରାଯାଇଛି। କୋଇଲା ଚୋରା ଚାଲାଣ ମାମଲାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ବୋହୁ ରୁଜିରାଙ୍କ ନାଁରେ ୱାରେଣ୍ଟ ଜାରି ହୋଇଥିବା ଜଣାପଡ଼ିଛି। କୋଇଲା ଚୋରା ଚାଲାଣ ମାମଲାରେ ପୂର୍ବରୁ ଇଡି ଜେରା ପାଇଁ ନୋଟିସ କରିଥିଲେ ମଧ୍ୟ ରୁଜିରା ହାଜର ହୋଇ ନ ଥିଲେ। ଯାହାଫଳରେ ଶନିବାର ଇଡି ପକ୍ଷରୁ ତାଙ୍କ ନାଁରେ ଜାମିନ ପ୍ରଦାନ ୱାରେଣ୍ଟ ଜାରି କରାଯାଇଛି। ଏହି ଘଟଣାରେ ଇଡି ଦୁଇଥର ଅଭିଷେକ ବାନାର୍ଜୀଙ୍କୁ ଜେରା କରିସାରିଛି। ଇଡି ପକ୍ଷରୁ ରୁଜିରାଙ୍କୁ ସମନ ଜାରି କରାଯାଇଥିଲେ ମଧ୍ୟ ସେ ଥରୁଟିଏ ବି କାର୍ଯ୍ୟାଳୟରେ ହାଜର ହୋଇନାହାନ୍ତି। ସୂଚନାଯୋଗ୍ୟ, ଇଡି ପକ୍ଷରୁ ଅଭିଷେକ ବାନାର୍ଜୀ ଓ ରୁଜିରାଙ୍କୁ ଦିଲ୍ଲୀ ସ୍ଥିତ ମୁଖ୍ୟାଳୟରେ ମାର୍ଚ୍ଚ ୨୨ ଓ ୨୩ରେ ହାଜର ହେବାକୁ ନୋଟିସ କରାଯାଇଥିଲା। ଏହା ବିରୋଧରେ ଉଭୟ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କୌଣସି ପ୍ରକାରର ସୁଫଳ ମିଳି ନ ଥିଲା। ଏଥିସହ ଉଭୟ ଦିଲ୍ଲୀ ନୁହେଁ ବରଂ କୋଲକାତାରେ ଇଡି ଜେରାର ସମ୍ମୁଖୀନ ହେବାକୁ ଚାହୁଁଥିଲେ। କିନ୍ତୁ କୋର୍ଟ ଏଥିରେ ରାଜି ହୋଇ ନ ଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ପରେ ମାର୍ଚ୍ଚରେ ଅଭିଷେକ ବାନାର୍ଜୀ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ତାଙ୍କୁ ଅଧିକାରୀମାନେ ପ୍ରାୟ ୮ ଘଣ୍ଟା ଧରି ଜେରା କରିଥିଲେ। ହେଲେ ରୁଜିରା ସମନ ପାଇବା ପରେ ବି ହାଜର ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri