ଜୋର୍‌ଦାର ଚାଲିଛି କୋଇଲା ଚୋରା କାରବାର

ତାଳଚେର,୧୦।୫(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବିଭିନ୍ନ କୋଇଲା ଖଣି ଅଞ୍ଚଳରୁ ଚାଲିଛି ଜୋର୍‌ଦାର କୋଇଲା ଚୋରି। କୋଇଲା ମାଫିଆଙ୍କ ସହ କେତେଜଣ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀ, ଡିଡିଏମ୍‌ ଅଫିସରେ ଥିବା କେତେଜଣ କର୍ମଚାରୀ ଓ ପୋଲିସ ଏଥିରେ ସାମିଲ ଥିବା ଅଭିଯୋଗ ହେଉଛି। ଏହି ଅସାଧୁ ମେଣ୍ଟରେ ଥିବା ମାଫିଆ ଓ କର୍ମଚାରୀମାନେ ଦୈନିକ ଖଣି ମଧ୍ୟରୁ ସହସ୍ରାଧିକ ଟନ୍‌ କୋଇଲା ଚୋରି କରି ଟ୍ରକ୍‌ ଯୋଗେ ରାଜ୍ୟ ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି। ଏପରି ଅଭିଯୋଗ ବଢ଼ିଚାଲିଥିଲେ ମଧ୍ୟ କେତେବେଳେ କେମିତି ପୋଲିସ ଓ ଡିଡିଏମ୍‌ ଅଫିସ ପକ୍ଷରୁ ଚଢ଼ାଉ କରାଯାଇ ଚୋରା କୋଇଲା ଜବତ କରାଯାଉଛି। ସୋମବାର ହିଙ୍ଗୁଳା କୋଇଲା ଖଣିରୁ ଚୋରା କୋଇଲା ଚାଲାଣ ବେଳେ ପୋଲିସ ୩ଟି ଟ୍ରକ୍‌ ଜବତ କରିଛି। ହିଙ୍ଗୁଳା କୋଇଲା ଖଣି ପ୍ରକଳ୍ପ ଅଧିକାରୀ ଅଜୟ କୁମାର ସିଂହଙ୍କ ଅଭିଯୋଗ କ୍ରମେ ତାଳଚେର ଏସ୍‌ଡିପିଙ୍କ ନେତୃତ୍ୱରେ କଲିୟାରୀ ପୋଲିସ ଖଣିର ୯ ଓ ୧୦ ନମ୍ବର କଣ୍ଟା ନିକଟରେ ଚଢ଼ାଉ କରି କୋଇଲା ବୋଝେଇ କରୁଥିବା ୩ଟି ଟ୍ରକ୍‌ (ନଂ. ଓଡି୦୫ଏସ୍‌-୭୫୮୫, ଓଡି୦୫ଏଇ-୭୫୮୫, ଓଡି୦୫ଓ୍ବାଇ-୭୫୮୫)କୁ ଜବତ କରିଛି। ଟ୍ରକ୍‌ରୁ ୨୨ ଟନ୍‌ କୋଇଲା ଜବତ ହୋଇଛି। ଚଢ଼ାଉ ବେଳେ କଟକ ଜିଲା ତିଗିରିଆ ଥାନା ବନମାଳୀପୁର ଗ୍ରାମର ଚେରୁ ନାୟକଙ୍କ ପୁଅ ସତ୍ୟ ନାରାୟଣ ନାୟକ ଓ ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିସିଂହା ଗ୍ରାମର କାଳନ୍ଦୀ ସିଂହଙ୍କ ପୁଅ କାହ୍ନା ସିଂହଙ୍କୁ ଗିରଫ କରାଯାଇଛି। ତେବେ କୋଇଲା ମାଫିଆ ଜଣଙ୍କ ସେଠାରୁ ଖସି ପଳାଇଥିବା କୁହାଯାଉଛି। ଏ ସଂକ୍ରାନ୍ତରେ କଲିୟାରୀ ଥାନାରେ ନଂ. ୨୧୩/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଉମରକୋଟରେ ଛାତ୍ର ସଂସଦ ନିର୍ବାଚନୀ ହିଂସା: ଅଣଛାତ୍ର ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଉମରକୋଟ,୧୧ା୧୦(ସଦାଶିବ ପ୍ରହରାଜ/ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ପେଣ୍ଡ୍ରାଣୀ କଲେଜ ନିର୍ୱାଚନକୁ କେନ୍ଦ୍ର କରି ଶନିବାର ୨ ଅଣଛାତ୍ର ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଗୋଟିଏ ଗୋଷ୍ଠୀର ଛୁରାମାଡ଼ରେ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?