ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର ବିଳମ୍ବିତ ରାତ୍ରିରେ ପାର୍ତ୍ତାପୁର ଗ୍ରାମ ନିକଟରେ ବିଶାଖାପାଟଣାରୁ କୋଇଲା ବୋଝେଇ ହୋଇ ରାୟପୁର ଯିବା ସମୟରେ ଟ୍ରକ୍‌ଟି ଓଲଟି ପଡ଼ିଥିଲା। ଦୁର୍ଘଟଣା ଫଳରେ ଟ୍ରକ୍‌ ଡ୍ରାଇଭର ଜଣଙ୍କ ଗୁରୁତର ଆହତ ହୋଇଥିବାବେଳେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଅପରପକ୍ଷରେ ଟ୍ରକ୍‌ଟି ଓଲଟି ଯିବା ଫଳରେ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଓଡ଼ିଶା ଆନ୍ଧ୍ର ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ସୋମବାର ଭୋରରୁ ଦୁର୍ଘଟଣା ହୋଇଥିବାରୁ ଉଦ୍ଧାର କାର୍ଯ୍ୟ ହୋଇ ପାରି ନ ଥିଲା। ଫଳରେ ଉଭୟ ପାର୍ଶ୍ୱରେ ଶହଶହ ଯାନବାହନ ଅଟକି ରହିଥିଲା। ଖବର ପାଇ ଅଗ୍ନିଶମ ବିଭାଗ, ପୋଲିସ ଓ ଅନ୍ୟ ବିଭାଗ ଯାଇ ରାସ୍ତା ସଫା କାର୍ଯ୍ୟ ଜାରି ରଖିଛନ୍ତି। ରାସ୍ତାରେ ପଡ଼ିଥିବା କୋଇଲା ଏବଂ ଟ୍ରକକୁ ସମ୍ପୂର୍ଣ୍ଣ ଭାବେ ରାସ୍ତାରୁ ହଟାଇବା ପରେ ଓଡ଼ିଶା ଆନ୍ଧ୍ର ରାସ୍ତାରେ ଯାତାୟାତ ସୁଗମ ହୋଇପାରିବ ବୋଲି ସୂଚନା ଦେଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

ଅନ୍ୟ ଗ୍ରହରେ ବସତି ସମସ୍ୟା

ପ୍ରଥମେ ସୌର ଗ୍ରହମାନଙ୍କ ତଥ୍ୟାବଳୀ ସମ୍ପର୍କରେ ଜ୍ଞାତ ହେବା ପ୍ରାସଙ୍ଗିକ ହେବ। ଗ୍ରହଗୁଡିକରେ ବସତି ସ୍ଥାପନ ନେଇ ଅନେକ ଆଲୋଚନା ଚାଲିଛି। ତେବେ ଏ ବିଷୟରେ କେତେକ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri