ଆଳି ତଟବନ୍ଧ ଡିଭିଜନରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ, ୭ା୬: ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ପାଇଁ କେନ୍ଦ୍ରାପଡ଼ା ଜିଲାର ଆଳିଠାରେ ତଟବନ୍ଧ ଡିଭିଜନ ପ୍ରତିଷ୍ଠା ହୋଇଛି। ଆଳି ସମେତ ରାଜକନିକା, ରାଜନଗର ଓ ମହାକାଳପଡ଼ାର ମୋଟ ୭୪୪.୪୭ କିଲୋମିଟର ତଟବନ୍ଧର ସୁରକ୍ଷା କରିବା କଥା। ଏ ନେଇ ଗତବର୍ଷ ଏପ୍ରିଲ ମାସରେ ମିଳିତ ପ୍ରଶାସନିକ ସର୍ଭେ ହୋଇଥିଲା। ୨୦୨୨- ୨୩ ଆର୍ଥିକ ବର୍ଷରେ ତଟବନ୍ଧର ସର୍ଭେ ରିପୋର୍ଟରେ ବିଭାଗୀୟ ଅଧିକାରୀ, ସମ୍ପୃକ୍ତ ଅଞ୍ଚଳର ବିଡିଓ, ତହସିଲଦାରଙ୍କଠାରୁ ଜିଲାପାଳ ପର୍ଯ୍ୟନ୍ତ ଦସ୍ତଖତ କରିଥିଲେ। ଏହାର ଅର୍ଥ ତଟବନ୍ଧର ଦୁର୍ବଳତା ସମ୍ପର୍କରେ ଜିଲାର ସମସ୍ତ ପ୍ରଶାସନିକ ଅଧିକାରୀ ଅବଗତ ଅଛନ୍ତି। ଏହାସତ୍ତ୍ୱେ ଜିଲାର ରାଜନଗର ବ୍ଲକ ତାଳଚୁଆଠାରୁ ରାଜନଗର ଓ ମହାକାଳପଡ଼ାର ବତିଘର ପଞ୍ଚାୟତ ପର୍ଯ୍ୟନ୍ତ ଏହି ଜୁଆର ପାଣି ଚାଷ ଓ ବାସକୁ ନଷ୍ଟ କରୁଛି। ଯାତାୟାତ ପଥ ରୋକିବା ସହ ଶିକ୍ଷା, ସ୍ବାସ୍ଥ୍ୟ ପରି ମୌଳିକ ସମସ୍ୟାରେ ସ୍ଥାନୀୟ ଅଞ୍ଚଳବାସୀ ରହିଛନ୍ତି। ଧନଜୀବନରେ ଅସୁରକ୍ଷିତ ଥିବା ତଟାଞ୍ଚଳବାସୀ ଗତ ୧୮ ବର୍ଷ ଧରି ଚାଲିଥିବା ଏହି କାର୍ଯ୍ୟାଳୟରେ ପ୍ରକଳ୍ପ ଅର୍ଥକୁ ପ୍ରଶାସନିକ ଅଧିକାରୀ ଓ ଠିକାଦାର ଭାଗବଣ୍ଟା କରିଛନ୍ତି ବୋଲି ମତ ଦେଇଛନ୍ତି।
ରାଜନଗରର ବସନ୍ତ କୁମାର ହାତୀ, ଆଳିର ବ୍ରଜସୁନ୍ଦର ଭୂୟଁା, ମହାକାଳପଡ଼ାର ସୁନୀଲ କୁମାର ଗନ୍ତାୟତ, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ବୁଦ୍ଧିଜୀବୀ ରାଧାକାନ୍ତ ମହାନ୍ତି ପ୍ରମୁଖ କହିଛନ୍ତି, ଆଳି ତଟାଞ୍ଚଳ ଡିଭିଜନ ୨୦୦୪ ଅକ୍ଟୋବରରୁ କାର୍ଯ୍ୟକାରୀ ହେଉଛି। ଏହା ଅଧୀନରେ ଆଳି ସବ୍‌ଡିଭିଜନର ୧୧୧.୫୩ କିଲୋମିଟର, ମହାକାଳପଡ଼ାର ୨୩୭.୬୨ କିଲୋମିଟର, ରାଜନଗରର ୩୦୨.୧୨ କିଲୋମିଟର ଓ ରାଜକନିକା ସବ୍‌ଡିଭିଜନର ୯୩.୨୦ କିଲୋମିଟର ତଟବନ୍ଧ ଅଛି। ବନ୍ୟା, ବାତ୍ୟାରେ ସ୍ଥାନୀୟ ଅଞ୍ଚଳରେ ହେବାକୁ ଥିବା କ୍ଷୟକ୍ଷତିକୁ ରୋକିବାକୁ ମିଳିତ ପ୍ରଶାସନିକ ଅଧିକାରୀ ସର୍ଭେ କରିଛନ୍ତି। ତେବେ ମହାକାଳପଡ଼ା ସବ୍‌ଡିଭିଜନର ଜମ୍ବୁ ଲୁଣା ଘେରି, ବତିଘର ଘେରି, ରାଜନଗର ସବ୍‌ଡିଭିଜନ ଅନ୍ତର୍ଗତ ଗଜରିଆ ତଟବନ୍ଧ, ଉତିକଣ ଲୁଣା ଘେରି, କେରଡ଼ାଗଡ଼, ପଦନୀ ପଦ୍ମନାଭପୁର, ଗୋପାଳପୁର, ରାଜଗଡ଼, ଗଦାଧରପୁର, ବାରଗଁା ଆଦି ଘେରିବନ୍ଧକୁ ଟପି କ୍ଷେତ ଓ ନିକଟସ୍ଥ ଗ୍ରାମକୁ ସମୁଦ୍ର ଜୁଆର ପାଣି ପଶୁଛି। ଏହି ସବ୍‌ଡିଭିଜନ ଅନ୍ତର୍ଗତ ପେଣ୍ଠ ଜିଓ ଟ୍ୟୁବୱାଲକୁ ସମୁଦ୍ର ଜୁଆର ନଷ୍ଟ କରିବାକୁ ଆଶଙ୍କା ଥିବା ବେଳେ ୪୦୦ ମିଟର ପର୍ଯ୍ୟନ୍ତ ତଟବନ୍ଧରେ ସମୁଦ୍ର ଛୁଇଁଛି। ସେହିପରି ଜୁଆର ପ୍ରଭାବିତ ବ୍ରାହ୍ମଣୀ, ଖରସ୍ର୍ରୋତା, ଗୋବରୀ, ହଂସୁଆ ଆଦି ନଦୀ ବନ୍ଧ ଏକ ପ୍ରକାର ଅସୁରକ୍ଷିତ ହୋଇଛି। ଗତ ପୂର୍ଣ୍ଣିମାରେ ହୋଇଥିବା ଜୁଆର ପାଣି ପାଟ୍ଟଶାଳା ନଦୀକୁ ଉଛୁଳାଇ ଦେଇଥିଲା। ଏହି ଲୁଣି ଜୁଆର ପାଣି ରାଜନଗର ବ୍ଲକ ରଙ୍ଗଣୀର ପଟ୍ଟାପାରିଆ, ଭେକ୍ଟା ମୌଜାକୁ ମାଡ଼ି ଯାଇଥିଲା। ସେହିପରି ମହାକାଳପଡ଼ା ବ୍ଲକ ସୁନିତି ପଞ୍ଚାୟତର ପାଞ୍ଚଗୋଛିଆ ବାଟ ଦେଇ କ୍ଷେତ ଜମିକୁ ମାଡ଼ି ଯାଇଥିବା ସହ ନିକଟସ୍ଥ ଗ୍ରାମରେ କେତେଜଣଙ୍କ ଘରକୁ ଏହି ଜଳ ପ୍ରବେଶ କରିଛି। ସମୁଦ୍ର ଉଛୁଳିଲେ ବତିଘର ଅଞ୍ଚଳର ବଡ଼ଟୁବି, ସାନଟୁବି, ମହାନଦୀ ସଂଲଗ୍ନ ଆଖଡ଼ାଶାଳି ଆଦି ଅଞ୍ଚଳରେ ଜୁଆର ପାଣି ମାଡ଼ି ଯାଉଛି। ଅଧିକାଂଶ ତଟାଞ୍ଚଳରେ ବନ୍ଧ ଆଦୌ ନିର୍ମାଣ କରାଯାଇନାହିଁ। ଏଠାରେ ମୌଳିକ ସୁବିଧା ବାଧାପ୍ରାପ୍ତ ହୋଇଛି। ସର୍ଭେ ସମୟରେ ତଟବନ୍ଧ ଦୁର୍ବଳତା ସତ୍ତ୍ୱେ ପ୍ରକଳ୍ପକୁ ଠିକ୍‌ ଭାବେ କାର୍ଯ୍ୟକାରୀ ନ କରିବା, ପୂର୍ବ ପ୍ରକଳ୍ପରେ ଆସିଥିବା ଅର୍ଥକୁ ପ୍ରଶାସନିକ ଅଧିକାରୀ ଓ ଠିକାଦାର ଭାଗବଣ୍ଟା କରି ନେଇଥିବା ଏହାଠାରୁ ଅଧିକ ଉଦାହରଣ କ’ଣ ହୋଇଥାଇପାରେ ବୋଲି ସେମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ସୁବ୍ରତ ଦାଶଙ୍କୁ ପଚାରିବାରେ ବିଶ୍ୱ ତାପନ ଫଳରେ ପରିବେଶ ବିଗିଡ଼ିଛି। ତଟବନ୍ଧର ବହୁ ସ୍ଥାନ ଏବେ ସମୁଦ୍ର ଜୁଆରଠାରୁ ୧ ମିଟର ଉଚ୍ଚାରେ ଅଛି। ଏହାକୁ ୪ରୁ ୬ ମିଟର ଉଚ୍ଚା ତଟବନ୍ଧ କରିବାକୁ ବିଭିନ୍ନ ପ୍ରକଳ୍ପ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri