ପହଲଗାମ୍‌ରେ ଆକ୍ରମଣ ପରେ ଉପକୂଳରେ ହାଇ ଆଲର୍ଟ

ମହାକାଳପଡ଼ା, ୨୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ଦେଶର ଜମ୍ମୁ-କଶ୍ମୀର ପହଲଗାମ୍‌ରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ନିରୀହ ପର୍ଯ୍ୟଟକମାନଙ୍କ ଉପରେ ବର୍ବରୋଚିତ ଭାବେ ଆକ୍ରମଣକୁ ଦେଶବାସୀ ଘୋର ନିନ୍ଦା କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଆତଙ୍କବାଦୀ ଯେଉଁଠି ଥାଆନ୍ତୁ ନା କାହିଁକି କେନ୍ଦ୍ର ସରକାର ଜଳ, ସ୍ଥଳ ଓ ଆକାଶ ବାହିନୀରେ ଆଲର୍ଟ ଜାରି କରିଛନ୍ତି। କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ବଙ୍ଗୋପସାଗର ଉପକୂଳ ଅଞ୍ଚଳରେ ବେଆଇନ ଭାବେ ବାଂଲାଦେଶୀ ମତ୍ସ୍ୟଜୀବୀ ପ୍ରବେଶ କରିବା ଆଶଙ୍କା ରହିଛି। ଏଥିପ୍ରତି ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ କଡ଼ା ନଜର ରଖାଯାଇଛି। ଉପକୂଳ ଅଞ୍ଚଳରେ ବିସ୍ତୃତ ଘଞ୍ଚ ଲୁଣା ହେନ୍ତାଳ ଜଙ୍ଗଲ ରହିଛି। ସନ୍ଦିଗ୍ଧ ଅନୁପ୍ରବେଶକାରୀ ଜଙ୍ଗଲରେ ଆଡ୍ଡା ଜମାଇବା ସହ କ୍ଷତି ପହଞ୍ଚାଇବା ଅସମ୍ଭବ ନୁହେଁ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ କହିଛନ୍ତ। ଏମାନଙ୍କୁ ମୁକାବିଲା କରିବା ପାଇଁ ଜମ୍ବୁ ଓ ତନ୍ତିଆପାଳ ସାମୁଦ୍ରିକ ଥାନା ଆଲର୍ଟ ରହିବାକୁ ଦାବି ହେଉଛି। ଅପରପକ୍ଷରେ ଜିଲା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ଓ ସମୁଦ୍ରରେ ହାଇ ସ୍ପିଡ୍‌ ବୋଟ ପଇନ୍ତରା ମାରିବା ପାଇଁ ଉଭୟ ଥାନା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ମିଳିଛି ବୋଲି ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳ କହିଛନ୍ତି। ଜଳପଥରେ କୌଣସି ସନ୍ଦିଗ୍ଧ ବ୍ୟକ୍ତି ନଜରକୁ ଆସିଲେ ତୁରନ୍ତ ନିକଟସ୍ଥ ପୋଲିସ ଓ ସୁରକ୍ଷା ଅଧିକାରୀଙ୍କୁ ସୂଚନା ଦେବା ପାଇଁ କୁହାଯାଇଛି ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଅପରପକ୍ଷରେ ସମୁଦ୍ର କୂଳରେ ପାରାଦୀପ ବନ୍ଦର ଓ ବୃହତ ଶିଳ୍ପାଞ୍ଚଳ ରହିଛି। ତେବେ ସନ୍ଦିଗ୍ଧମାନେ କିଛି ବି ଘଟାଇବା ଅସମ୍ଭବ ନୁହେଁ ବୋଲି କୁହାଯାଇଛି। ସେଥିପାଇଁ ସମୁଦ୍ରରେ ପଇଁତରା ମାରିବାକୁ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ପୂର୍ବତନ ନାଭାଲ କର୍ମଚାରୀମାନେ ସାମିଲ ହୋଇଛନ୍ତି। ଏ ସଂକ୍ରାନ୍ତରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପଚାରିବାରେ ଉପକୂଳ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରିବାକୁ ଉଚ୍ଚ କର୍ତ୍ତୃପକ୍ଷଙ୍କଠାରୁ ନିର୍ଦ୍ଦେଶ ମିଳିଛି। ଏ ନେଇ ଉପକୂଳ ଅଞ୍ଚଳରେ ସୁରକ୍ଷା କର୍ମଚାରୀମାନେ ଶୁକ୍ରବାର ପଇଁତରା ମାରୁଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri