ଉପକୂଳରୁ ବାସୁମତି ଧାନ ଆନ୍ଧ୍ର, କୋଲକାତା ଚାଲାଣ

ମହାକାଳପଡ଼ା, ୨୪ା୧(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଚାଷୀମାନେ ଅଧିକ ଖର୍ଚ୍ଚାନ୍ତ ହୋଇ ଖରିଫ ଋତୁରେ ଧାନ ଚାଷ କରିଛନ୍ତି। ତେବେ ଚାଷୀମାନେ ମଣ୍ଡିରେ ୨୦୪୦ ଟଙ୍କାରେ ଧାନ ବିକ୍ରି ପାଇଁ ସରକାର ନିୟମ କରୁଛନ୍ତି। ହେଲେ ଚାଷୀମାନେ ଅଧିକ ଖର୍ଚ୍ଚାନ୍ତ ହୋଇ ଖରିଫ ଫସଲ ଧାନ ବାସୁମତୀ ପ୍ରତି ଆଗ୍ରହ ପ୍ରକାଶ କରିଛନ୍ତି। କାରଣ ସ୍ଥାନୀୟ ଧାନ ବ୍ୟବସାୟୀମାନେ ଚାଷୀଙ୍କଠାରୁ ବାସୁମତୀ ଧାନକୁ ୩ହଜାର ଟଙ୍କାରେ କିଣି ଆନ୍ଧ୍ର ଓ କୋଲକାତା ବ୍ୟବସାୟୀଙ୍କୁ ବେଶ୍‌ ଉଚ୍ଚ ମୂଲ୍ୟରେ ବିକ୍ରି କରୁଥିବା ଦେଖିବକୁ ମିଳୁଛି। ଆନ୍ଧ୍ର ଓ କୋଲକାତା ବ୍ୟବସାୟୀମାନେ ଏହି ଅଞ୍ଚଳର ସ୍ଥାନୀୟ ବ୍ୟବସାୟୀଙ୍କୁ ହାତକରି ଚାଷୀଙ୍କଠାରୁ ବାସୁମତୀ ଧାନ ବିପୁଳ ପରିମାଣରେ ଟ୍ରକ୍‌ ଯୋଗେ ଚାଲାଣ କରୁଛନ୍ତି। ଏଠାରେ ପ୍ରଶ୍ନ ଉଠେ ସରକାର ଚାଷୀମାନଙ୍କ ହିତ ସାଧନ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଥିଲେ ମଧ୍ୟ ଚାଷୀଟିଏ ଯେପରି ଅଭାବୀ ବିକ୍ରିର ସମ୍ମୁଖୀନ ନ ହୁଅନ୍ତି ସେଥିପାଇଁ ସମବାୟ ଓ ଯୋଗାଣ ବିଭାଗ ପକ୍ଷରୁ ବ୍ଲକରେ ୨୪ଟି ପ୍ରାଥମିକ କୃଷି ସମବାୟ ସମିତି ଖୋଲାଯାଇଛି। ଏହି ଧାନମଣ୍ଡିଗୁଡ଼ିକରେ ଚାଷୀଙ୍କଠାରୁ କୁଇଣ୍ଟାଲ ଧାନ ପ୍ରତି ୫ କିଲୋ ଧାନ କଟ୍‌ନି ଛଟ୍‌ନି କରୁଛନ୍ତି। ଫଳରେ ସ୍ଥାନୀୟ ଚାଷୀମାନେ ମଣ୍ଡିରେ ବିକ୍ରି ନ କରି ବାଧ୍ୟ ହୋଇ ରାଜ୍ୟ ବାହାର ବ୍ୟବସାୟୀଙ୍କୁ ବିକ୍ରିକରି ବେଶ୍‌ ଦୁଇପଇସା ରୋଜଗାର କରୁଛନ୍ତି। ଏହି ବାସୁମତୀ ଧାନ ବ୍ଲକର ଖରିନାସୀ, ବତୀଘର, ରାମନଗର, ପେଟଛେଲା, ଜମ୍ବୁ, ବଉଳକଣି, ସୁନିତି, ନାଞ୍ଜୁରା ଆଦି ପଞ୍ଚାୟତରୁ ଟ୍ରକ୍‌ରେ ଚାଲାଣ ହେଉଛି। ଦୈନିକ ୫ରୁ ୧୦ ଟ୍ରକ୍‌ ଧାନ ରାଜ୍ୟ ବାହାରକୁ ଯାଉଛି। ଏ ସମ୍ପର୍କରେ ବ୍ଲକ ସମବାୟ ଅଧିକାରୀ ଯୋଗେନ୍ଦ୍ର ବିଶ୍ୱାଳଙ୍କ ପଚାରିବାରେ ନିର୍ଦ୍ଦିଷ୍ଟ ଅଭିଯୋଗ ମିଳିଲେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ଧରିତ୍ରୀରେ ଖବର ପ୍ରକାଶ ପରେ ଚେତିଲା ବିଭାଗ: ୩ ମାସ ପରେ କାର୍ଯ୍ୟକ୍ଷମ ହେଲା ଖଣ୍ଡହତା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୧୭ା୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପ୍ରାୟ ତିନି ମାସ ଧରି ଅଚଳ ହୋଇ ପଡ଼ିଥିବା ପାନୀୟ ଜଳ ଯୋଗାଣ ପ୍ରକଳ୍ପ…

ମହଜୁଦ୍‌ ଅଛି ପର୍ଯ୍ୟାପ୍ତ ତେଲ, ଆତଙ୍କିତ ନ ହେବାକୁ ଅନୁରୋଧ

ବଞ୍ଚୋ,୧୭ା୫(ପ୍ରଦୋଷ କୁମାର ବିଶ୍ୱାଳ):କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ପେଟ୍ରୋଲ ପମ୍ପରେ ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ରହିଥିବା ସୂଚନା ମିଳିଛି। ଇନ୍ଧନ ସଙ୍କଟ…

ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା କଲେ ବିଧାୟକ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ ଉନ୍ନୟନ ପ୍ରସଙ୍ଗରେ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ।…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri