ଭୁବନେଶ୍ୱର,୨୪।୯: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଆଇଟି କମ୍ପାନୀ ଏଚ୍ସିଏଲ୍ ଟେକ୍ର କର୍ପୋରେଟ ସୋସିଆଲ ରେସପନି୍ସବିଲିଟି ବା ସିଏସ୍ଆର୍ ପଦକ୍ଷେପଗୁଡିକୁ କାର୍ଯ୍ୟକାରୀ କରୁଥିବା ଏଚ୍ସିଏଲ୍ ଫାଉଣ୍ଡେଶନ ପକ୍ଷରୁ ଉପକୂଳ ସଂରକ୍ଷଣ ଅଭିଯାନର ଶୁଭାରମ୍ଭ କରାଯାଇଛି। ଏପରିକି ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା ଦିବସ ୨୦୨୪ ଅବସରରେ ଫାଉଣ୍ଡେଶନ ପକ୍ଷରୁ ଏକ ବ୍ୟାପକ, ସମୁଦାୟ-ପରିଚାଳିତ ଉପକୂଳ ସ୍ବଚ୍ଛତା କ୍ୟାମ୍ପେନିଂ ପରିଚାଳନା କରାଯାଇଛି। ଏହି ଅଭିଯାନ ଆନ୍ଧ୍ରପ୍ରଦେଶ, ତାମିଲନାଡୁ, ଓଡିଶା, କେରଳ, ପଶ୍ଚିମବଙ୍ଗ ଓ କର୍ନାଟକ ଭଳି ରାଜ୍ୟରେ ଆରମ୍ଭ ହୋଇଛି। ଭାରତର ଉପକୂଳ ଓ ସାମୁଦ୍ରିକ ପରିବେଶକୁ ସୁରକ୍ଷିତ ଓ ସଂରକ୍ଷିତ ରଖିବା ପାଇଁ ଏକ ସାମଗ୍ରିକ ପ୍ରୟାସରେ ଅଂଶଗ୍ରହଣ କରିବା ଲାଗି ପ୍ରତିଷ୍ଠାନ ୨୪୨୬ରୁ ଅଧିକ ସ୍ବେଚ୍ଛାସେବୀଙ୍କୁ ପ୍ରୋତ୍ସାହିତ କରିଛି। ଏହି ସ୍ବେଚ୍ଛାସେବୀମାନେ ବିଭିନ୍ନ ସ୍ଥାନରୁ ୧୮୪୮୫ କିଲୋଗ୍ରାମ ବର୍ଜ୍ୟବସ୍ତୁ ସଂଗ୍ରହ କରିଛନ୍ତି।
ବିଶ୍ୱବ୍ୟାପୀ ସେପ୍ଟେମ୍ବର ମାସର ୩ୟ ଶନିବାରକୁ ଅନ୍ତର୍ଜାତୀୟ ଉପକୂଳ ସ୍ବଚ୍ଛତା ଦିବସ ଭାବେ ପାଳନ କରାଯାଇଥାଏ। ଯାହା ସାମୁଦ୍ରିକ ଇକୋସିଷ୍ଟମକୁ ପ୍ରଦୂଷଣ ଓ ଆବର୍ଜନାରୁ ସୁରକ୍ଷିତ ରଖିବା ପାଇଁ ସମୁଦାୟଗୁଡିକୁ ଏକତ୍ରିତ କରୁଛି।
ଏ ସମ୍ପର୍କରେ ଏଚ୍ସିଏଲ୍ ଫାଉଣ୍ଡେଶନର ଗ୍ଲୋବାଲ ସିଏସ୍ଆର୍ ବିଭାଗର ବରିଷ୍ଠ ଉପାଧ୍ୟକ୍ଷ ଡ. ନିଧି ପୁନ୍ଧୀର କହିଛନ୍ତି, ଆମର ଉପକୂଳଗୁଡିକୁ ସଂରକ୍ଷିତ ରଖିବା କେବଳ ଏକ ଦାୟିତ୍ୱ ନୁହେଁ ବରଂ ଏକ ମିଳିତ ପ୍ରତିବଦ୍ଧତା ହୋଇଥିଲାବେଳେ ଏହି ଅଭିଯାନ ମାଧ୍ୟମରେ ଏଚ୍ସିଏଲ୍ ଫାଉଣ୍ଡେଶନ ସାମୁଦ୍ରିକ ଓ ଉପକୂଳ ସଂରକ୍ଷଣ ପାଇଁ ଏକ ଦୀର୍ଘସ୍ଥାୟୀ ଆନ୍ଦୋଳନ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛି।
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ
ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

