ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ତର୍କ ପ୍ରତିଯୋଗିତା: ସୁନ୍ଦର ପୃଥିବୀ ଗଠନ ପାଇଁ ଛାତ୍ରଛାତ୍ର ନେଲେ ଶପଥ

ମହାକାଳପଡ଼ା,୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସଦରମହକୁମା କିଆରବାଙ୍କସ୍ଥିତ ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ସଭାଗୃହରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ଉପକୂଳ ପରିବେଶ ସୁରକ୍ଷା ସମ୍ପର୍କିତ ବାର୍ଷିକ ତର୍କ ପ୍ରତିଯୋଗିତା-୨୦୨୬ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।

ଏହି ପ୍ରତିଯୋଗିତାରେ ବ୍ଲକର ୨୫ଟି ଉଚ୍ଚ ବିଦ୍ୟାଳୟରୁ ୪୪ ଜଣ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ଜଙ୍ଗଲ, ବନ୍ୟପ୍ରାଣୀ ଓ ଲୁଣା ହେନ୍ତାଳ (ମାଙ୍ଗ୍ରୋଭ) ଜଙ୍ଗଲ ସୃଷ୍ଟି କରିବା ମାନବ ଜାତିର ଭବିଷ୍ୟତ ଗଢ଼ିବାରେ ବିଶେଷ ସହାୟକ ହୋଇଥାଏ ବୋଲି ସଚେତନତା ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।

ଆମର ଏହି ସୁନ୍ଦର ପୃଥିବୀରେ ପରିବେଶ ସନ୍ତୁଳନ ଓ ଉପକୂଳ ସୁରକ୍ଷାରେ ଲୁଣା ହେନ୍ତାଳ ଜଙ୍ଗଲର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ଆମକୁ ସଚେତନ ରହିବା ସହ ଶପଥ ନେବାକୁ ପଡ଼ିବ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ। କେନ୍ଦ୍ରାପଡ଼ା ଜିଲାର ବହୁଚର୍ଚ୍ଚିତ ଭିତରକନିକାର ସବୁଜ ପରିବେଶ ଏବଂ ଗହିରମଥାରେ ଅଲିଭ ରିଡ଼ଲେ କଇଁଛମାନଙ୍କ ମିଳନସ୍ଥଳୀ ପାଇଁ ଆମ ଜିଲା ଗର୍ବିତ ବୋଲି ସେମାନେ କହିଥିଲେ। ଏହି ଅବସରରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ମଧ୍ୟ ପାଳିତ ହୋଇଥିଲା।

ଏହି ପ୍ରତିଯୋଗିତାରେ ଦୋଳି ଗାଁ ଉଚ୍ଚ ବିଦ୍ୟାଳୟ ଛାତ୍ର ଦେବ ପ୍ରକାଶ ମହାନ୍ତି  ପ୍ରଥମ ସ୍ଥାନ , ଦ୍ଵିତୀୟରେ ବଟ ମହାପୁରୁଷ  ଉଚ୍ଚ ବିଦ୍ୟାଳୟ ବଡ଼ ଗାଁ ଛାତ୍ରୀ ଅର୍ପିତା ପ୍ରିୟଦର୍ଶିନୀ ବେହେରା  ଓ  ତୃତୀୟରେ ଗାନ୍ଧୀଜୀ ବିଦ୍ୟାପୀଠ ଗୋଜାବନ୍ଧର ଛାତ୍ରୀ  ସୁପ୍ରିୟା  ସୋନମ ବେହେରା ପ୍ରମୁଖ  ଅତିଥିମାନଙ୍କଠାରୁ ମାନପତ୍ର ଆର୍ଥିକ ରାଶି ଓ ଟ୍ରଫି ଗ୍ରହଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ଯୁବ ଆଇନଜୀବୀ ବଳରାମ ନାୟକଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ମହାକାଳପଡ଼ା ଥାନା ଅଧିକାରୀ ବନ୍ଦନା ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଆଇନଜୀବୀ ରମେଶ ରାଉତ,ପ୍ରଧାନଶିକ୍ଷୟିତ୍ରୀ ଅଞ୍ଜଳି ବେହେରା, ସହ-ଥାନା ଅଧିକାରୀ ଦୀନବନ୍ଧୁ ପ୍ରଧାନ, ଆଲୋକ ରଥ ଏବଂ ବନପାଳ ମଙ୍ଗଳ ହେମ୍ବ୍ରମ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଲକ୍ଷ୍ମୀକାନ୍ତ ସ୍ୱାଇଁ, ଅଶୋକ ସ୍ୱାଇଁ ଓ ଶ୍ରୀମନ୍ତ ଦାସ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

ରାଜନୀତିରେ ହଲଚଲ: ମମତା ବାନାର୍ଜୀଙ୍କୁ ଖୋଲା ଅଫର ଦେଲା କଂଗ୍ରେସ, କହିଲା-ବାକି ଥିବା ବିଧାୟକ, ସାଂସଦଙ୍କୁ…

ନୂଆଦିଲ୍ଲୀ, ୨।୧୦: ପଶ୍ଚିମବଙ୍ଗ ରାଜନୀତିରେ ନୂଆ ଚର୍ଚ୍ଚା। ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କୁ କଂଗ୍ରେସକୁ ଫେରିବାକୁ ଖୋଲା ନିମନ୍ତ୍ରଣ ଦେଇଛନ୍ତି କଂଗ୍ରେସ ନେତା ଅଧୀର…

କୁସ୍ତିରେ ବଡ଼ ବିପର୍ଯ୍ୟୟ ଘଟାଇଲେ ମଲ୍ଲଯୋଦ୍ଧା ସୁଜିତ, ଭାରତକୁ ମିଳିଲା ପୁଣି ସ୍ବର୍ଣ୍ଣ

ନାଗୋୟା,୨ା୧୦: ଭାରତୀୟ ମଲ୍ଲଯୋଦ୍ଧା ସୁଜିତ କାଲ୍‌କାଲ୍‌ ୨୦୨୬ ଏସୀୟ କ୍ରୀଡ଼ାରେ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ସୁଜିତ ପୁରୁଷ ୬୫ କିଲୋଗ୍ରାମ ଫ୍ରିଷ୍ଟାଇଲ କୁସ୍ତି ବର୍ଗରେ ସ୍ବର୍ଣ୍ଣ ପଦକ…

ବ୍ରିଟିଶ ରାଜ ପରିବାରର ଅତିଥି ହେବେ ସୌରଭ ଗାଙ୍ଗୁଲି; ଆରମ୍ଭ ହେଲାଣି ସଜବାଜ

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ବ୍ରିଟିଶ ରାଜ ପରିବାର ପକ୍ଷରୁ ଏକ ଚାରିଟି ମ୍ୟାଚ (ପରୋପକାରୀ ଉଦ୍ଦେଶ୍ୟରେ ଆୟୋଜିତ ମ୍ୟାଚ) ପାଇଁ…

ଦୀପାବଳି ପୂର୍ବରୁ ଚାଷୀଙ୍କୁ ଉପହାର: ଖାତାକୁ ଆସୁଛି PM କିଷାନର ୨୦୦୦ ଟଙ୍କା; ତୁରନ୍ତୁ କରନ୍ତୁ…

ନୂଆଦିଲ୍‌ଲୀ,୨।୧୦: ଦେଶର କୋଟି କୋଟି ଚାଷୀଙ୍କୁ ଦୀପାବଳି ପୂର୍ୱରୁ ସରକାର ଉପହାର ଦେଇପାରନ୍ତି। କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-Kisan) ଯୋଜନାର ୨୪ତମ କିସ୍ତି…

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?