ପ୍ରତିଶ୍ରୁତି ମିଳୁଛି, ପୋଖରୀରେ ପାଣି ପଶୁନି

ମହାକାଳପଡ଼ା,୧୨।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ପ୍ରସିଦ୍ଧ ଶକ୍ତିପୀଠ ଦରିଆ ପାରି ମା’ ରାମଚଣ୍ଡୀ ବିଜେସ୍ଥଳୀ ଅବ୍ୟବସ୍ଥା ନେଇ ଲଗାତାର ୨ ଦିନ ଧରି ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ପ୍ରଶାସନର ଚେତା ପଶିଛି। ଅପରପକ୍ଷରେ ଆଗାମୀ ଝାମୁଯାତ୍ରାରେ ୫୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହେବା ଆଶଙ୍କା ରହିଛି। ପୋଖରୀରେ ବିଶୁଦ୍ଧ ଜଳ ପଶିବା, ପରିମଳ, ପାନୀୟ ଜଳ ଓ ଅଗ୍ନି ନିରାପତ୍ତା ଜରୁରୀ ବୋଲି ରାଜସ୍ବ ବିଭାଗର ସ୍ବତନ୍ତ୍ର ତଦାରଖ ଟିମ୍‌ ମଙ୍ଗଳବାର ଘଟଣାସ୍ଥଳରେ ପହଞ୍ଚତ୍ ସ୍ଥିତି ସମୀକ୍ଷା କରିଛନ୍ତି। ଏହି ଟିମ୍‌ ମନ୍ଦିର ପରିଚାଳନା କମିଟି ଟ୍ରଷ୍ଟି ମଥୁରୀ ଚରଣ ସେନାପତିଙ୍କ ସହ ଆଲୋଚନା କରିବା ସହ କିପରି ଯୁଦ୍ଧକାଳୀନ ମଧ୍ୟରେ ପଦକ୍ଷେପ ନିଆଯାଇପାରିବ ବୋଲି କହିଛନ୍ତି ସ୍ଥାନୀୟ ତହସିଲଦାର ମାନସ ରଞ୍ଜନ ତ୍ରିପାଠୀ। ଦୀର୍ଘ ୭ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଝାମୁଯାତ୍ରାରେ ଶ୍ରଦ୍ଧାଳୁମାନଙ୍କର କିପରି ଅସୁବିଧା ନ ହେବେ ସେଥିପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବା ଆବଶ୍ୟକ ବୋଲି ଟିମ୍‌ କହିଛି। ବିଶେଷକରି ମହିଳାମାନଙ୍କ ପାଇଁ ଅସ୍ଥାୟୀ ଶୌଚାଳୟ ନିର୍ମାଣ, ପରିମଳ, ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ଅଗ୍ନି ନିରାପତ୍ତା ଜରୁରୀ ବୋଲି ଏହି ଟିମ୍‌ ନିକଟରେ ମା’ ରାମଚଣ୍ଡୀ ଆଞ୍ଚଳିକ ସେନା ଆବାହକ ଲକ୍ଷ୍ମୀକାନ୍ତ ସ୍ବାଇଁ ଦାବି କରିଛନ୍ତି। ପାଣିପାଗ ବିଭାଗ ପୂର୍ବାନୁମାନ ସୂଚନା ଅନୁସାରେ ଆଗାମୀ ୫ ଦିନ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ। ଏହାକୁ ଦୃଷ୍ଟିରେ ରଖି ମନ୍ଦିର ପରିଚାଳନା କର୍ତ୍ତୃପକ୍ଷ ଓ ପ୍ରଶାସନ କିପରି ମୁକାବିଲା କରିବେ ସ୍ଥାନୀୟ ବୁଦ୍ଧିଜୀବୀମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଝାମୁଯାତ୍ରାରେ ବ୍ୟବସାୟୀମାନେ ପସରାମେଲାଇ ଥିବା ସ୍ଥାନର ମୂଲ୍ୟ ପରିଚାଳନା କମିଟି ଆଦାୟ କରି ଯେପରି ବାଟ ମାରଣା ନ ହୁଏ ସେଥି ପ୍ରତି ସ୍ବ୍‌ତନ୍ତ୍ର ଧ୍ୟାନ ଦେବାକୁ ସେନା ପକ୍ଷରୁ ତହସିଲଦାର ତ୍ରିପାଠୀ ନିକଟରେ ଦାବି କରାଯାଇଛି। ଏହି ରାଜସ୍ବ ଟିମ କ୍ଷେତ୍ର ପରିଦର୍ଶନ କରିବା ସମୟରେ ମା’ଙ୍କ ବିଜେସ୍ଥଳୀର ନିଜସ୍ବ ଜମି ୫୦ ଏକର ୮୫ ଡିସିମିଲିର ଖତିଆନ ସହ ନକ୍ସା ମେଳ କରି କେଉଁ କେଉଁ ସ୍ଥାନରେ ମା’ଙ୍କ ଜମି ରହିଛି ଦେଖିଥିଲେ। ଏହି ଜମି କିଛି ସରକାରୀ ଜମି ଜାଗା ରହିଛି ତାହାକୁ ଅନୁଧ୍ୟାନ କରିଛନ୍ତି। ତେବେ ମା’ଙ୍କ ବିଜେସ୍ଥଳ ୧୭୩୭ ମସିହାରେ କୁଜଙ୍ଗ ରାଜାଙ୍କ ଦ୍ୱାରା ତିନି ଶତାବ୍ଦୀରୁ ଅଧିକ ନିର୍ମିତ ହୋଇଥିଲେ ମଧ୍ୟ ସରକାର ଆଦ୍ୟାବଧି ପର୍ଯ୍ୟଟନସ୍ଥଳର ମାନ୍ୟତା ଦିଆଗଲାନାହିଁ ବୋଲି ସେନା ପକ୍ଷରୁ ଅଭିଯୋଗ କରାଯାଇଛି। ଏହି ଟିମରେ ପେଟଛେଲା ରାଜସ୍ବ ନିରୀକ୍ଷକ ପାରଶ ନାୟକ, ଗୋଗୁଆ ରାଜସ୍ବ ନିରୀକ୍ଷକ ପବିତ୍ର ବେହେରା, ଅମିନ ଉମାକାନ୍ତ ବେହେରା, କର୍ମଚାରୀ ସୁବାସ ବେହେରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri