ସମୁଦ୍ର ଉପକୂଳ ଜୀବନଜୀବିକା ବିପଦସଙ୍କୁଳ ହୋଇପଡ଼ୁଛି

ପୁରୀ ଅଫିସ, ୧୦ା୧: ପୁରୀ ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିିଶା ଜନଶକ୍ତି ମଞ୍ଚ ତରଫରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କ ଜରିଆରେ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଜଳବାୟୁ ପରିବର୍ତ୍ତନ ଓ ପ୍ରତିକୂଳ ପାଗ ଯୋଗୁ ରାଜ୍ୟର ୪୮୦ କି.ମି ସମୁଦ୍ର ଉପକୂଳ ଜୀବନ, ଜୀବିକା ଓ ବାସସ୍ଥାନ ପାଇଁ ବିପଦସଙ୍କୁଳ ହୋଇ ପଡିଥିବା ମଞ୍ଚ ଅଭିଯୋଗ ପତ୍ରରେ ଦର୍ଶାଇଛି। ମଞ୍ଚର ଦାବି ଅନୁଯାୟୀ, ୨୦୧୯ ଫନି କ୍ଷତିଗ୍ରସ୍ତ ପରିବାରଙ୍କୁ ୪ ଲକ୍ଷ ଟଙ୍କାର ବାତ୍ୟା/ଭୂମିକମ୍ପ ନିରୋଧ ଗୃହ ଯୋଗାଇ ଦିଆଯାଉ । ସହାୟତରୁ ବଞ୍ଚିତ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ରାଶି ଦେବା ସହ ଫନି କେଳେଙ୍କାରୀରେ ସମ୍ପୃକ୍ତ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ସେହିପରି ଜୀବିକାର ନିରାପତ୍ତା ପାଇଁ ପୁରୀ ଗଞ୍ଜାମ ସଂଯୋଗିକରଣ ନିମନ୍ତେ ଚିଲିକା ଉପରେ ସାତପଡ଼ା – ଜହ୍ନିକୁଦା ସ୍ଥାୟୀ ପୋଲ ନିର୍ମାଣ କରାଯାଉ। ଗୋପ-ନିମାପଡା ବ୍ଲକ ଧନୁଆ ବନ୍ୟାର ସ୍ଥାୟୀ ପ୍ରତିକାର ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତି ଭରଣା କରାଯାଉ ବୋଲି ମଞ୍ଚ ଦାବି କରିଛି । କମିଟିର ଆବାହକ ବିହାରୀ ବନ୍ଧୁ ପଲେଇ ସୂଚନା ଦେଇ କହିଛନ୍ତି, ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରତିକାର କ୍ରିୟାନୁଷ୍ଠାନ କମିଟି ଏବଂ ଓଡ଼ିଶା ଜନଶକ୍ତି ମଞ୍ଚ ଆହ୍ବାନ କ୍ରମେ ଗତ ୬ତାରିଖରେ ୬ ଦଫା ଦାବି ନେଇ ବିଭିନ୍ନ ବ୍ଲକ୍‌ରୁ ୫ ହଜାର ଫନି କ୍ଷତିଗ୍ରସ୍ତ ବିଧାନସଭା ଘେରାଉ କରିଥିଲେ। ତେବେ ସରକାରଙ୍କ ତରଫରୁ ଉନ୍ନୟନ କମିଶନର ପ୍ରଦୀପ ଜେନା ପ୍ରତିନିଧି ଦଳ ସହ ଆଲୋଚନା କରି ଆଗାମୀ ମାର୍ଚ୍ଚରେ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ଏବଂ ସହାୟତା ବଣ୍ଟନର ଅନିୟମିତତା ଉପରେ ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ସେହିପରି ଧନୁଆ ବନ୍ୟାରେ ସ୍ଥାୟୀ ପ୍ରତିକାର ପାଇଁ ଦୁଇଜଣ ବିଶେଷଜ୍ଞକୁ ପଠାଯାଇ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ସୋମବାର ଜିଲାପାଳଙ୍କ ସହ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଛି। ଏହି ଅବସରରେ ଅଶୋକ ନନ୍ଦ, ଦେବରାଜ ବଳିଆରସିଂହ, ରଘୁନାଥ ସାହୁ, ବାନାମ୍ବର ଦଳାଇ, ସୁଧାକର ଭୋଳ ଏବଂ ଅବିନାଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri