‘କୋବ୍‌’ର ଏକ୍ସକ୍ଲୁସିଭ ଷ୍ଟୋର

କଟକ,୪।୧୦: ଦେଶର ପ୍ରମୁଖ ଗାର୍ମେଣ୍ଟ ଉତ୍ପାଦକ କମ୍ପାନୀ କୋବ୍‌ ପକ୍ଷରୁ ନିକଟରେ ସ୍ଥାନୀୟ ସିଡିଏ-୧ସ୍ଥିତ ଏସ୍‌ଜିବିଏଲ୍‌ ମେଗା ମାର୍ଟରେ ଏକ ବୃହତ୍‌ ଷ୍ଟୋର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କଟକ ମେୟର ସୁବାସ ସିଂହ ଏବଂ ମୋ କଲେଜ ଅଧ୍ୟକ୍ଷ ଆକାଶ ଦାସନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଏଠାରେ ପୁରୁଷବର୍ଗଙ୍କ ପାଇଁ ଜିନ୍ସ ପ୍ୟାଣ୍ଟ, ଫର୍ମାଲ ପ୍ୟାଣ୍ଟ, ଶାର୍ଟ, ଟି-ଶାର୍ଟ, ବ୍ଲେଜର, ଜୋତା, ପର୍ସ ଇତ୍ୟାଦି ଉପଲବ୍ଧ ରହିଛି। ବିଶେଷକରି ଗ୍ରାହକଙ୍କ ବଜେଟକୁ ସୁହାଇଲା ଭଳି ନୂଆ ନୂଆ ଡିଜାଇନର ପୁରୁଷ ପୋଷାକ (ଜେନ୍ସ ଗାର୍ମେଣ୍ଟ)ର ସମ୍ଭାର ଉପଲବ୍ଧ ରହିଛି। ଏଥିସହିତ ପବିତ୍ର ଦଶହରାକୁ ଦୃଷ୍ଟିରେ ରଖି କମ୍ପାନୀ ପକ୍ଷରୁ ଆକର୍ଷଣୀୟ ଅଫର ଦିଆଯାଉଥିବା କୋବ୍‌ର ପ୍ରୋପ୍ରାଇଟର ଶ୍ରଦ୍ଧାନନ୍ଦ ତ୍ରିପାଠୀ କହିଛନ୍ତି। ସେହିଭଳି ଆସନ୍ତା ଶୀତଋତୁ ଅବସରରେ ଶୀତବସ୍ତ୍ର ଉପରେ ବାଏ ଟୁ ଗେଟ୍‌ ପାଇଭ୍‌ ଅଫର ପ୍ରଦାନ କରାଯାଉଛି। ସେହିପରି ଗ୍ରାହକମାନେ ଯେକୌଣସି ୩ଟି ପୋଷାକ କିଣିଲେ ଫ୍ଲାଟ୍‌ ୭୦% ଡିସ୍‌କାଉଣ୍ଟ ପାଇପାରିବେ। ଏପରିକି ସିଙ୍ଗଲ ଆଇଟମ୍‌ ଉପରେ ୫୦%ର ରିହାତି ମିଳୁଛି। ଅପରପକ୍ଷରେ ଜୋତା ଉପରେ ମଧ୍ୟ ଫ୍ଲାଟ ୭୦%ର ଡିସ୍‌କାଉଣ୍ଟ ଦିଆଯାଉଛି। ଏ ସମ୍ପର୍କରେ କୋବ୍‌ର ଡିଜିଏମ୍‌ ମହମ୍ମଦ ଶେଖ୍‌ ମହସିନ୍‌ କହିଛନ୍ତି ଓଡ଼ିଶା ବଜାରରେ କମ୍ପାନୀର ଏହା ୧୫ତମ ଷ୍ଟୋର ହୋଇଥିବା ବେଳେ କମ୍ପାନୀ ଆଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଷ୍ଟୋର ଖୋଲିବାକୁ ଲକ୍ଷ୍ୟ ରଖିଛି ବୋଲି ସେ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri