ଇରଫାନଙ୍କ ପ୍ରଥମ ଫିଲ୍ମର ଟ୍ରେଲର ରିଲିଜ୍‌: ଏଭଳି ପ୍ରତିକ୍ରିୟା ଦେଲେ ରାଇନା

ମୁମ୍ବାଇ: କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ କରି ଲୋକପ୍ରିୟ ହୋଇଥିବା ଇରଫାନ ପଠାନ ବର୍ତ୍ତମାନ ଅଭିନୟ ଜଗତରେ ନିଜର ଇନିଂସ ଖେଳିବାକୁ ଯାଉଛନ୍ତି। ଅଜୟ ଜ୍ଞାନମୁଥୁଙ୍କ ଦ୍ୱାରା ନିର୍ଦ୍ଦେଶିତ ତାମିଲ ଫିଲ୍ମ ‘କୋବ୍ରା’ ସହିତ ଇରଫାନ ଫିଲ୍ମରେ ଡେବ୍ୟୁ କରିଛନ୍ତି। ଶୁକ୍ରବାର ଫିଲ୍ମର ଟ୍ରେଲର ରିଲିଜ ହୋଇଛି। ଏହି ଟ୍ରେଲର ୨ମିନିଟ୍‌ ୩୨ସେକେଣ୍ଡର ହୋଇଥିବା ବେଳେ ଏଥିରେ ପଠାନ ଜଣେ ପୋଲିସ ଅଧିକାରୀ ଭୂମିକାରେ ନଜର ଆସିଛନ୍ତି। ଏଥିରେ ଇରଫାନଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି। ଇରଫାନ ନିଜେ ତାଙ୍କର ଅପକମିଂ ଫିଲ୍ମର ଟ୍ରେଲରକୁ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫିଲ୍ମ ଅଗଷ୍ଟ ୩୧ରେ ରିଲିଜ୍‌ ହେବ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ,୨୦୨୦ରେ ତାଙ୍କ ଜନ୍ମଦିନ ଅବସରରେ ସେ ଫିଲ୍ମରେ କାମ କରିବା ବିଷୟରେ ସୂଚନା ଦେଇ ନିଜ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଅନ୍ୟପଟେ ନିଜ ଇନ୍‌ଷ୍ଟାଗ୍ରାମରେ କୋବ୍ରାର ଟ୍ରେଲରକୁ ଶେୟାର କରି ସୁରେଶ ରାଇନା ନିଜର ଉତ୍ସାହ ବ୍ୟକ୍ତ କରିଛନ୍ତି। ଏଥିସହ ସେ କ୍ୟାପସନରେ ଲେଖିଛନ୍ତି, ଭାଇ ଇରଫାନ ପଠାନ ତୁମେ କୋବ୍ରାରେ ଅଭିନୟ କରୁଥିବାର ଦେଖି ବହୁତ ଖୁସି ଲାଗୁଛି। ଏହି ଫିଲ୍ମଟି ଦମ୍‌ଦାର ଆକ୍ସନରେ ଭରପୁର ଥିବା ବେଳେ ଏହାର ସଫଳତା ପାଇଁ ଇରଫାନ ଓ ଫିଲ୍ମର ପୁରା ଟିମ୍‌କୁ ରାଇନା ଅଭିନନ୍ଦନ ଜଣାଇଛନ୍ତି। ଫିଲ୍ମକୁ ଦେଖିବା ପାଇଁ ସେ ବେଶ୍‌ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି ବୋଲି ସୁରେଶ ରାଇନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ଟିମ ଇଣ୍ଡିଆରୁ ଆସିଲା ବଡ଼ ଖବର: ଶୁଣିଲେ ଖୁସି ହୋଇଯିବେ ବୈଭବ

ନୂଆଦିଲ୍ଲୀ,୨୭।୯: ଏସିଆନ ଗେମ୍ସରେ ମହିଳା କ୍ରିକେଟ ଟିମ ଜବରଦସ୍ତ ପ୍ରଦର୍ଶନ କରିଛି। ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ଭାରତୀୟ ମହିଳା ଟିମ ସ୍ବର୍ଣ୍ଣ ପଦକ ଜିତିଛି। ଏବେ…

ବିରାଟଙ୍କ ନାଁରେ ବଡ଼ ଉପଲବ୍ଧି, ଏହି ଖେଳାଳିଙ୍କ ୨୮ ବର୍ଷର ରେକର୍ଡ ଭାଙ୍ଗି ରଚିଲେ ଇତିହାସ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ODI ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ମଇଦାନକୁ ଓହ୍ଲାଇବା ସହ ନୂଆ ଇତିହାସ ରଚିଛନ୍ତି ବିରାଟ କୋହଲି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ୍‌ ଷ୍ଟାଡିୟମ୍‌ରେ…

BJP ଟିକେଟ ଅଫର କରିଥିଲେ ଜ୍ଞାନେଶ କୁମାର! ଦାବିକୁ ନେଇ ରାଜନୀତିରେ ହଇଚଇ, ରାହୁଲ କହିଲେ…

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)ର ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଚାଲିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏବେ ଏକ ନୂଆ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?