କୋକାକୋଲାରୁ ୪ହଜାର ଛଟେଇ

ବାଙ୍ଗାଲୋର,୩୦।୮: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଆର୍ଥିକ ମାନ୍ଦାବସ୍ଥା ସହ ବଜାରରେ ସମସ୍ୟା ସୃଷ୍ଟି ହୋଇଛି। ବିଶ୍ୱର ପ୍ରମୁଖ କମ୍ପାନୀ କୋକାକୋଲା ବର୍ତ୍ତମାନ ବିଭିନ୍ନ ସମସ୍ୟା ସାମ୍ନା କରୁଛି। ଏଥିଲାଗି କମ୍ପାନୀ ଆମେରିକା ସମେତ ଅନ୍ୟ ୟୁନିଟରୁ ମଧ୍ୟ ପ୍ରାୟ ୪ହଜାର କର୍ମଚାରୀଙ୍କୁ ଛଟେଇ କରିଥିବା ସୂଚନା ମିଳିଛି। ମହାମାରୀ ଯୋଗୁ ବିଭିନ୍ନ ସ୍ଥାନରେ ଲକ୍‌ଡାଉନ କଟକଣା ଜାରି ରହିଛି। ଫଳରେ କମ୍ପାନୀର ବାଣିଜି୍ୟକ କାରବାର ହ୍ରାସ ହେବା ସହ ଏହା ସମସ୍ୟା ଦେଇ ଗତି କରୁଛି। ଏ ସମ୍ପର୍କରେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଗତ କିଛିଦିନ ମଧ୍ୟରେ ୪ଟି ଭୌଗୋଳିକ ପରିସୀମା ମଧ୍ୟରେ ୯ଟି ଅପରେଟିଂ ୟୁନିଟ ସହ ୧୭ଟି ବାଣିଜି୍ୟକ କେନ୍ଦ୍ରରୁ ଏହି ଛଟେଇ କରାଯାଇଛି। ମହାମାରୀ କାରଣରୁ କମ୍ପାନୀ ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହେବା ସହ ପ୍ରାୟ ୩୫୦ରୁ ୫୫୦ ମିଲିୟନ ଡଲାର କ୍ଷତି ସହିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

ବଦଳିବ ଓ୍ବେଷ୍ଟ୍‌ବେଙ୍ଗଲ ନାଁ, ବିଧାନସଭା ପ୍ରଥମ ଅଧିବେଶନରେ ଆସିବ ବିଲ୍‌, ସୂଚନା ଦେଇ କହିଲେ…

କୋଲକାତା,୭ା୧୦: ଓ୍ବେଷ୍ଟବେଙ୍ଗଲ ନାଁ ପରିବର୍ତ୍ତନ କରି ‘ପଶ୍ଚିମ ବଙ୍ଗ’ (Paschim Banga) ରଖାଯିବାକୁ ଯାଉଛି। ଏଥିପାଇଁ ବିଧାନସଭାର ପ୍ରଥମ ଅଧିବେଶନରେ ହିଁ ଏକ ନୂତନ ବିଲ ଆଗତ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?