Posted inଖେଳ

ରୋନାଲ୍ଡୋ ବୋତଲ ହଟାଇବାରୁ କୋକା କୋଲାର ବଡ଼ କ୍ଷତି

ବୁଡାପେଷ୍ଟ,୧୭।୬ (ପି.ଟି.) : ୟୁରୋକପ୍‌ରେ ପର୍ତ୍ତୁଗାଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ହଙ୍ଗେରୀ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଏକ ଖବରଦାତା ସମ୍ମିଳନୀରେ ତାଙ୍କ ଆଗରେ ରଖାଯାଇଥିବା କୋକା କୋଲା ବୋତଲ ହଟାଇ ଦେଇଥିଲେ। ଏହା କୋକା କୋଲା କମ୍ପାନୀର ପ୍ରଭୁତ କ୍ଷତି ଘଟାଇଛି। ରୋନାଲ୍ଡୋଙ୍କ ଏହି ଆଚରଣ ଦ୍ୱାରା କମ୍ପାନୀ ୪ ବିଲିୟନ ଅମେରିକୀୟ ଡଲାର ଅର୍ଥାତ ୨୯.୩୪ ହଜାର କୋଟି ଟଙ୍କାର କ୍ଷତି ସହିଛି। ଏହି ଘଟଣା ପରେ ଶେୟାର ବଜାରେ କମ୍ପାନୀର ଶେୟାର ପ୍ରାଇସ୍‌ ୫୬.୧୦ ଡଲାରରୁ ୧.୬ ପ୍ରତିଶତ ଅବନତି ହୋଇ ୫୫.୨୨ ଡଲାରରେ ପହଞ୍ଚିଛି। ଏହାଦ୍ୱାରା କମ୍ପାନୀର ମାର୍କେଟ ଭେଲ୍ୟୁ ୨୪୨ରୁ କମି ୨୩୮ ଡଲାରରେ ପହଞ୍ଚିଛି। ଉଲ୍ଲେଖଥାଉ କି, କୋକା କୋଲା ୟୁରୋପର ୧୧ଟି ଦେଶରେ ଖେଳାଯାଉଥିବା ୟୁରୋକପ୍‌ର ଅଫିସିଆଲ ସ୍ପୋନ୍ସର ରହିଛି। ଏ ସଂମ୍ପର୍କିତ ଏକ ଭିଡିଓ ମଧ୍ୟ ଭାଇରାଲ ହୋଇଛି। କୋକା କୋଲା ବୋତଲ ବଦଳରେ ସେ ଏକ ପାଣି ବୋତଲକୁ ଧରିଥିଲେ ଓ କୋଲ୍ଡ ଡ୍ରିଙ୍କ୍ସ ବଦଳରେ ପାଣିକୁ ବ୍ୟବହାର କରିବାକୁ ସେ କହୁଥିବା ସମ୍ମିଳନୀରେ ଲକ୍ଷ୍ୟ କରାଯାଇଥିଲା। ୩୬ ବର୍ଷୀୟ ରୋନାଲ୍ଡୋ ପୂର୍ବରୁ ମଧ୍ୟ ଏଭଳି କୋଲ୍ଡ ଡ୍ରିଙ୍କ୍ସ ପିଇବା ନେଇ ଅସହଜ ମନେ କରୁଥିବା ଏକାଧିକ ବାର କହିଛନ୍ତି। ମଙ୍ଗଳବାର ଫ୍ରାନ୍ସ ମିଡ୍‌ ଫିଲ୍ଡର ପଲ ପୋଗବା ମଧ୍ୟକ ଏଭଳି ଘଟଣା ଘଟାଇଛନ୍ତି। ସେ ଜଣେ ମୁସ୍‌ଲିମ୍‌ ହୋଇଥିବାରୁ ଖବରଦାତା ସମ୍ମିଳନୀରେ ହେନେକେନ ବିୟର ବୋତଲ ହଟାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri