Posted inଜାତୀୟ

CJPର ବଡ଼ ଘୋଷଣା: ଆନ୍ଦୋଳନ ଶେଷ, ଏବେ ଆଇନଗତ ଯୁଦ୍ଧ ଆରମ୍ଭ! ପୁଣି ଚିନ୍ତାରେ ପଡିଲେ ସରକାର

ନୂଆଦିଲ୍ଲୀ,୨୬।୭: ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଯନ୍ତର-ମନ୍ତରରେ ୩୬ ଦିନ ଧରି ଚାଲିଥିବା ଆନ୍ଦୋଳନ ସମାପ୍ତ ହେବା ପରେ କକ୍ରୋଚ ଜନତା ପାର୍ଟି (CJP) ର ନେତାମାନେ ଶନିବାର ଦିଲ୍ଲୀ ପୋଲିସ କମିଶନର ଅନୁରାଗ କୁମାରଙ୍କୁ ଭେଟିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଏବଂ ସରକାରଙ୍କ ଦ୍ୱାରା ଆନ୍ଦୋଳନର ସମସ୍ତ ମୁଖ୍ୟ ଦାବି ଗ୍ରହଣ କରାଯିବା ପରେ ଏହି ସାକ୍ଷାତ ହୋଇଛି। ବୈଠକ ପରେ CJP ନେତାମାନେ କହିଛନ୍ତି ଯେ ଆନ୍ଦୋଳନ ଯଦିଓ ସମାପ୍ତ ହୋଇଯାଇଛି, କିନ୍ତୁ ଜୁଲାଇ ୨୦ ତାରିଖରେ ଛାତ୍ରମାନଙ୍କୁ କଥିତ ପୋଲିସ ବଳ ପ୍ରୟୋଗ ମାମଲାରେ ଆଇନଗତ ଲଢ଼େଇ ଜାରି ରହିବ।

ବୈଠକ ପରେ ଗଣମାଧ୍ୟମ ସହ ଆଲୋଚନା କରି CJPର ମୁଖପାତ୍ର ସୌରବ ଦାସ କହିଛନ୍ତି ଯେ ଏହି ସାକ୍ଷାତର କୌଣସି ନିର୍ଦ୍ଦିିଷ୍ଟ ଏଜେଣ୍ଡା ନଥିଲା। ଆଲୋଚନା ଅତ୍ୟନ୍ତ ସୌହାର୍ଦ୍ଦ୍ୟପୂର୍ଣ୍ଣ ପରିବେଶରେ ହୋଇଥିଲା, ଯେଉଁଥିରେ ଦିଲ୍ଲୀ ପୋଲିସର ସ୍ବତନ୍ତ୍ର କମିଶନରଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ। ସେ କହିଛନ୍ତି ଯେ ପାର୍ଟି ଦିଲ୍ଲୀ ପୋଲିସକୁ ସ୍ପଷ୍ଟ ଭାବରେ ଜଣାଇ ଦେଇଛି ଯେ ଜୁଲାଇ ୨୦ ର ମାର୍ଚ୍ଚ ସମୟରେ ଛାତ୍ରମାନଙ୍କ ଉପରେ କଥିତ ଭାବରେ ଆବଶ୍ୟକତାଠାରୁ ଅଧିକ ବଳ ପ୍ରୟୋଗ କରିଥିବା ପ୍ରତ୍ୟେକ ପୋଲିସ ଅଧିକାରୀ ଏବଂ ରାପିଡ ଆକ୍ସନ ଫୋର୍ସ (RAF) ର ଯବାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପହଞ୍ଚିଲେ ପୁଟିନ: ଜୋରଦାର ସ୍ବାଗତ, ଜିନ୍‌ପିଙ୍ଗଙ୍କୁ ଅପେକ୍ଷା

ନୂଆଦିଲ୍ଲୀ,୧୧।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଶୁକ୍ରବାର ସକାଳେ ଭାରତରେ ପହଞ୍ଚିଥିଲେ। ନୂଆଦିଲ୍ଲୀରେ ପହଞ୍ଚିବା ପରେ ଭାରତୀୟ ଅଧିକାରୀମାନେ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍‌କୁ ନେଇ ହଟିଲା ଦ୍ୱନ୍ଦ୍ୱ

ନୂଆଦିଲ୍ଲୀ,୧୦ା୯: ରାଜଧାନୀରେ ବ୍ରିକ୍ସ ସମିଟ କାରଣରୁ ଆସନ୍ତା ୧୩ରେ ଆଫଗାନିସ୍ତାନ ଓ ଭାରତ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଦିନକ ପାଇଁ ସ୍ଥଗିତ ରଖାଯିବାର…

BDAର ୩୫ ବର୍ଷରୁ ଊର୍ଦ୍ଧ୍ୱ ଜମି ବିବାଦରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ୨୦୦ ହିତାଧିକାରୀଙ୍କୁ ଆଶ୍ୱସ୍ତି, ଦୂର ହେଲା…

ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍‌ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ, ସପ୍ତାହକୁ ଦୁଇଥର…

ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) – ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri