Posted inଜାତୀୟ

ସରକାର ହୋଇଥିଲେ ରାଜି, ହେଲେ ୟୁ-ଟର୍ନ ନେଲା CJP, ରୋକଠୋକ ଶୁଣାଇଦେଲା-ଆମେ…

ନୂଆଦିଲ୍ଲୀ,୨୩।୭: ସରକାର ବାରମ୍ବାର କହିଆସୁଛନ୍ତି , ସେମାନେ ପ୍ରତିବାଦକାରୀମାନଙ୍କ ସହିତ ଆଲୋଚନା କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ,ସୂତ୍ରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଜଣାପଡିଛି ଯେ CJP ଜେ.ପି. ନଡ୍ଡାଙ୍କ ସହିତ ଆଲୋଚନା କରିବାକୁ ମନା କରିଛି। ମିଳିଥିବା ସୂତ୍ର ଅନୁଯାୟୀ, ମୋଦି ସରକାର କକ୍ରୋଚ ଜନତା ପାର୍ଟିର ପ୍ରତିନିଧୀମାନଙ୍କୁ ଭେଟିବା ପାଇଁ ପ୍ରସ୍ତୁତ ଅଛି। ସରକାର ଏହି ବିବାଦକୁ ଶୀଘ୍ର ସମାଧାନ କରିବାକୁ ଚାହୁଁଥିବାବେଳେ, ଅନ୍ୟପକ୍ଷରେ CJP ନେତାମାନେ ସରକାରଙ୍କ ସହ ଆଲୋଚନା କରିବାକୁ ମନା କରିଦେଇଥିବା ଖବର ରହିଛି। ସେମାନେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡାଙ୍କ ସହ ଆଲୋଚନା କରିବାକୁ ସଫା ସଫା ମନା କରିଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ କହିଛନ୍ତି ଯେ, “ମି ମୁଁ ଯୁବକମାନଙ୍କୁ କହିବାକୁ ଚାହେଁ ଯେ, ଆପଣଙ୍କ ଭାବନାକୁ ଆଧାର କରି କିଛି ଲୋକ ଆନ୍ଦୋଳନକୁ ଭଡ଼କାଇବାର କାମ କରୁଛନ୍ତି।” ସରକାର NEET ଉପରେ ଆଲୋଚନା ଚାହାଁନ୍ତି ଏବଂ ସରକାର NEET ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ମଧ୍ୟ ଅଛନ୍ତି, କିନ୍ତୁ ବିରୋଧୀ ଦଳଗୁଡ଼ିକ ଆଲୋଚନାରୁ ପଳାୟନ କରୁଛନ୍ତି। ଦେଶ ବିରୋଧୀଙ୍କ ଏଭଳି ଆଚରଣକୁ ବୁଝିପାରୁଛି। ଏହା ବ୍ୟତୀତ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ କହିଛନ୍ତି ଯେ ସରକାର ସଂସଦରେ ମଧ୍ୟ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଚାହାଁନ୍ତି।

କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଗତକାଲି ସୋନମ ୱାଙ୍ଗଚୁକଙ୍କୁ ଭେଟିଥିଲେ ଏବଂ ଏହି ଭେଟଘାଟ ପ୍ରାୟ ୪୫ ମିନିଟ ଧରି ଚାଲିଥିଲା। ଏହାପରେ କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା କହିଥିଲେ ଯେ CJP ର ନେତାମାନେ ଯେତେବେଳେ ମଧ୍ୟ ଆଲୋଚନା ପାଇଁ ସମୟ ମାଗିବେ, ସରକାର ସେମାନଙ୍କୁ ଭେଟିବା ପାଇଁ ପ୍ରସ୍ତୁତ ଅଛି। ସେ କହିଥିଲେ ଯେ ସରକାର ସମସ୍ତ ପ୍ରସଙ୍ଗ ଏବଂ ଦିଗ ଉପରେ ଆଲୋଚନା କରିବ ଏବଂ ଆଲୋଚନା ମାଧ୍ୟମରେ ସମାଧାନ ବାହାର କରିବାକୁ ଚେଷ୍ଟା କରାଯିବ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଅବୈଧ ସମ୍ପର୍କରେ ବାଧା ସାଜିଲେ ସନ୍ତାନ; ପ୍ରେମିକ ସହ ମିଶି ହତ୍ୟା କଲେ, ଅନ୍ୟ ଜିଲାକୁ ନେଇ ଫିଙ୍ଗିଦେଲେ ମା’

ଚେନ୍ନାଇ,୬।୯: ତାମିଲନାଡୁର ତିରୁପତ୍ତୁର ଜିଲାରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୫ ବର୍ଷ ଓ ୩ ବର୍ଷ ବୟସର ଦୁଇ ଶିଶୁଙ୍କୁ କୂଅରେ ଫିଙ୍ଗି…

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri