ରକ୍ଷଣାବେକ୍ଷଣ ଅଭାବରୁ ମରିଗଲାଣି ନଡ଼ିଆ ଚାରା

କୋଣାର୍କ,୧୭।୧୧(ଡି.ଏନ୍‌.ଏ.): ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ପୁରୀ ଜିଲା ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ୨ ବର୍ଷ ପୂର୍ବରୁ ରାସ୍ତାକଡରେ ନଡିଆ ଚାରା ଲଗାଯାଇଥିଲା। ରକ୍ଷଣାବେକ୍ଷଣ ଅଭାବରୁ ଏବେ ଚାରା ସବୁ ମରିବାକୁ ବସିଲାଣି। ଏପରି ଘଟଣା କୋଣାର୍କ ନିକଟସ୍ଥ ସୋରଭା ପଞ୍ଚାୟତରେ ଦେଖିବାକୁ ମିଳିଛି।

ସୂଚନା ମୁତାବକ, ଗ୍ରାମ ପଞ୍ଚାୟତର ଆର୍ଥିକ ମାନଦଣ୍ଡ ବୃଦ୍ଧି ଓ ସବୁଜ ବଳୟ ସୃଷ୍ଟି କରିବା ଲକ୍ଷ୍ୟରେ ରାସ୍ତା ପାର୍ଶ୍ୱରେ ଯୋଜନାରେ ଚାରାରୋପଣ ହୋଇଥିଲା। ବିଭାଗର ଆନ୍ତରିକତା ଅଭାବ ଓ ଦାୟିତ୍ୱରେ ଅଣଦେଖା ନୀତି ଫଳରେ ଚାରା ସବୁ ମରିଗଲାଣି। ଏହି ଚାରାରୋପଣ ନାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଦାୟିତ୍ୱରେ ଥିବା ମୃତ୍ତିକା ସଂରକ୍ଷଣ କର୍ମଚାରୀ ଓ ପଞ୍ଚାୟତର କିଛି ମୁଷ୍ଟିମେୟ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ନୀତି ଫଳରେ ଯୋଜନାର ମୂଳ ଲକ୍ଷ୍ୟଠାରୁ ଦୂରେଇ ଯାଉଥିବା ପରିବେଶବିତଙ୍କ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ ସୋରଭା ଗ୍ରାମ ପଞ୍ଚାୟତର ଓଟାଙ୍ଗ, ମହାନ୍ତି ସାହି, ସୋରଭା, ଦୁର୍ଗାପୁର ଓ ତରୁଣା ଆଦି ଗ୍ରାମର ରାସ୍ତା କଡରେ ଲଗାଯାଇଥିବା ନଡିଆ ଗଛ ପାଣି ନ ପାଇ ଅଧିକାଂଶ ଗଛ ମରିଯାଇଥିବା ଦେଖିବାକୁ ମିଳିଛି। ବିଭାଗର ଆନ୍ତରିକତାର ଅଭାବ ଯୋଗୁଁ ଏଭଳି ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି। ସୋରଭା ପଞ୍ଚାୟତ ବ୍ୟତୀତ ଗୋପ ବ୍ଲକର ଅଧିକାଂଶ ପଞ୍ଚାୟତରେ ମୃତ୍ତିକା ସଂରକ୍ଷଣ ବିଭାଗ ପ୍ରକଳ୍ପ କାର୍ଯ୍ୟ କାଗଜ କଲମରେ ସୀମିତ ଥିବାବେଳେ କେତେକ ପଞ୍ଚାୟତରେ କରାଯାଇଥିବା ପ୍ରକଳ୍ପ କାର୍ଯ୍ୟ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ଅବସ୍ଥାରେ ପଡି ରହିଛି। ଏହି ସମ୍ବେଦନଶୀଳ ଘଟଣା ଉପରେ ମୃତ୍ତିକା ସଂରକ୍ଷଣ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଓ ପୁରୀ ଜିଲାପାଳ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ସୋରଭା ପଞ୍ଚାୟତ ସମେତ ଅଧିକାଂଶ ପଞ୍ଚାୟତର ବୁଦ୍ଧିଜୀବୀ, ସଚେତନ ନାଗରିକ, ସାମାଜିକ କର୍ମୀ ଓ ପରିବେଶବିତ୍‌ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri