ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ ହୁତୁହୁତୁ ହୋଇ ଜଳି ଯାଇଥିବା ବେଳେ ଘରର ବିଦ୍ୟୁତ ଉପକରଣ ପୋଡ଼ିଯାଇଛି। ଘଟଗଁା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

