ସୌନ୍ଦର୍ଯ୍ୟ ହରାଉଛି କଫି ବଗିଚା ଅଞ୍ଚଳ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୭/୭ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ବେସ ପରିଚିତ। କଫି ବଗିଚା ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଛି। ପର୍ଯ୍ୟଟକ କଫି ବଗିଚା ବୁଲିବାକୁ ନିୟମିତ ବର୍ଷା, ଖରା ଓ ଶୀତ ଦିନରେ ଆସୁଛନ୍ତି। ଆଜି ସେହି କଫି ବଗିଚା ସମ୍ମୁଖରେ ରହିଥିବା ୟୁକାଲ ପଟାସ ବଣରେ କୁଢ଼କୁଢ଼ ଅଳିଆ ଆବର୍ଜନା ପରିବେଶକୁ ନଷ୍ଟ କରିବାରେ ବସିଛି।
ଦାରିଙ୍ଗବାଡି ବଜାରରୁ ବାହାରୁଥୁବା ପ୍ଲାଷ୍ଟିକ, ଅଇଁଠା ଖଲି ପତ୍ର ସମେତ ବର୍ଜ୍ୟବସ୍ତୁକୁ ଲୋକମାନେ ଆଣି ସେହି ୟୁକାଲ ପଟାସ ବଣରେ ପକାଇ ପରିବେଶକୁ ସମ୍ପୂର୍ଣ୍ଣ ନଷ୍ଟ କରିସାରିଥିବା ଅଭିଯୋଗ ହେଉଛି। ଏବେ କୁଢ଼ କୁଢ଼ ଅଳିଆ ଏହି ଲଘୁଚାପଜନିତ ବର୍ଷା ଜଳରେ ପୁତ୍ତିମୟ ଗନ୍ଧ ସୃଷ୍ଟି ହୋଇଛି। ଫଳରେ କଫି ବଗିଚାକୁ ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କଫି ବଗିଚା ବୁଲିବାକୁ ଆସୁଥିବା ପର୍ଯ୍ୟଟକ ଉକ୍ତ ୟୁକାଲ ପଟାସ ବଣ ମଧ୍ୟ ବୁଲି ଫଟୋ ଉତ୍ତୋଳନ କରୁଥିବା ଓ ବୁଲିବାକୁ ପସନ୍ଦ କରୁଥିବାବେଳେ କୁଢ଼ କୁଢ଼ ଅଳିଆ ଯୋଗୁ ପର୍ଯ୍ୟଟକ ନିରାଶ ହେଉଛନ୍ତି। ଦାରିଙ୍ଗବାଡିର ଝରଣା, ଜଳ ପ୍ରପାତ, ଜଙ୍ଗଲକୁ ଭଲ ପାଉଥିବା ପର୍ଯ୍ୟଟକଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏଥି ପ୍ରତି ଦାୟିତ୍ୱରେ ଥିବା ଅଧିକାରୀମାନେ ଗୁରୁତ୍ୱ ଦେବାକୁ ପର୍ଯ୍ୟଟକ କହିଛନ୍ତି। ଡମ୍ପିୟାର୍ଡ଼ ଶୀଘ୍ର ନିର୍ମାଣ କରାଯାଇ ବଜାରରୁ ବାହାରୁଥିବା ଅଳିଆକୁ ଡମ୍ପିୟାର୍ଡ଼ରେ ପକାଇବା ବ୍ୟବସ୍ଥା କରାଯାଇ ଏଣେ ତେଣେ ଅଳିଆ ନପକାଇବାକୁ ପର୍ଯ୍ୟଟକମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri