ସୌନ୍ଦର୍ଯ୍ୟ ହରାଉଛି କଫି ବଗିଚା ଅଞ୍ଚଳ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୭/୭ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ବେସ ପରିଚିତ। କଫି ବଗିଚା ଦାରିଙ୍ଗବାଡିକୁ ସ୍ବତନ୍ତ୍ର ପରିଚୟ ଦେଇଛି। ପର୍ଯ୍ୟଟକ କଫି ବଗିଚା ବୁଲିବାକୁ ନିୟମିତ ବର୍ଷା, ଖରା ଓ ଶୀତ ଦିନରେ ଆସୁଛନ୍ତି। ଆଜି ସେହି କଫି ବଗିଚା ସମ୍ମୁଖରେ ରହିଥିବା ୟୁକାଲ ପଟାସ ବଣରେ କୁଢ଼କୁଢ଼ ଅଳିଆ ଆବର୍ଜନା ପରିବେଶକୁ ନଷ୍ଟ କରିବାରେ ବସିଛି।
ଦାରିଙ୍ଗବାଡି ବଜାରରୁ ବାହାରୁଥୁବା ପ୍ଲାଷ୍ଟିକ, ଅଇଁଠା ଖଲି ପତ୍ର ସମେତ ବର୍ଜ୍ୟବସ୍ତୁକୁ ଲୋକମାନେ ଆଣି ସେହି ୟୁକାଲ ପଟାସ ବଣରେ ପକାଇ ପରିବେଶକୁ ସମ୍ପୂର୍ଣ୍ଣ ନଷ୍ଟ କରିସାରିଥିବା ଅଭିଯୋଗ ହେଉଛି। ଏବେ କୁଢ଼ କୁଢ଼ ଅଳିଆ ଏହି ଲଘୁଚାପଜନିତ ବର୍ଷା ଜଳରେ ପୁତ୍ତିମୟ ଗନ୍ଧ ସୃଷ୍ଟି ହୋଇଛି। ଫଳରେ କଫି ବଗିଚାକୁ ଆସୁଥିବା ପର୍ଯ୍ୟଟକ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କଫି ବଗିଚା ବୁଲିବାକୁ ଆସୁଥିବା ପର୍ଯ୍ୟଟକ ଉକ୍ତ ୟୁକାଲ ପଟାସ ବଣ ମଧ୍ୟ ବୁଲି ଫଟୋ ଉତ୍ତୋଳନ କରୁଥିବା ଓ ବୁଲିବାକୁ ପସନ୍ଦ କରୁଥିବାବେଳେ କୁଢ଼ କୁଢ଼ ଅଳିଆ ଯୋଗୁ ପର୍ଯ୍ୟଟକ ନିରାଶ ହେଉଛନ୍ତି। ଦାରିଙ୍ଗବାଡିର ଝରଣା, ଜଳ ପ୍ରପାତ, ଜଙ୍ଗଲକୁ ଭଲ ପାଉଥିବା ପର୍ଯ୍ୟଟକଙ୍କ ମନରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏଥି ପ୍ରତି ଦାୟିତ୍ୱରେ ଥିବା ଅଧିକାରୀମାନେ ଗୁରୁତ୍ୱ ଦେବାକୁ ପର୍ଯ୍ୟଟକ କହିଛନ୍ତି। ଡମ୍ପିୟାର୍ଡ଼ ଶୀଘ୍ର ନିର୍ମାଣ କରାଯାଇ ବଜାରରୁ ବାହାରୁଥିବା ଅଳିଆକୁ ଡମ୍ପିୟାର୍ଡ଼ରେ ପକାଇବା ବ୍ୟବସ୍ଥା କରାଯାଇ ଏଣେ ତେଣେ ଅଳିଆ ନପକାଇବାକୁ ପର୍ଯ୍ୟଟକମାନେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

କଠୋର କାର୍ଯ୍ୟାନୁଷ୍ଠାନ ନେଲେ ସରକାର! ସକାଳୁ ସକାଳୁ CJP ଦେଲା ବଡ଼ ସୂଚନା, ଦେଶରେ ହଇଚଇ

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜୀତ ଦୀପକେ କହିଛନ୍ତି ଯେ ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତି ଏବଂ ଅହିଂସା ପନ୍ଥାରେ ଆଗକୁ ବଢିବ।…

ବିଦ୍ରୋହ ଭିତରେ ଇନଷ୍ଟାଗ୍ରାମ୍‌ ଛାଡିଲେ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ, କାରଣ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ, ୨୩ା୭: ଜନ୍ତର-ମନ୍ତରରେ ଛାତ୍ର ଏବଂ ‘କକରୋଚ୍ ଜନତା ପାର୍ଟି’ର ପ୍ରଦର୍ଶନ ଜାରି ରହିଛି। ଏହି ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଝିଅ ନୈମିଷା…

ବାହାଘରରୁ ଫେରୁଥିବା ବେଳେ ବଡ଼ ଅଘଟଣ: ପୋଖରୀକୁ ଖସି ପଡିଲା କାର୍‌: ୫ ମୃତ

ଢେଙ୍କାନାଳ,୨୩।୭( ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଛାଟିଆ ନିକଟରେ ଏକ ଇନୋଭା କାର୍‌ ଗୁରୁବାର ଭୋର୍‌ ୪ଟା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡ଼…

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri