Posted inଖେଳ

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କଫି ଟେବୁଲ ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର, ୨।୩ (ତପନ ସ୍ବାଇଁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ-୨୦୨୩ କଫି ଟେବୁଲ ବୁକ୍‌ ଉନ୍ମୋଚନ କରିଛନ୍ତି। ଅଗ୍ରଣୀ ସ୍ପୋଟର୍‌ସ ମାଗାଜିନ ସ୍ପୋର୍ଟଷ୍ଟାର ଏହି ବହିର ପ୍ରକାଶକ। ଓଡ଼ିଶା କିପରି ଏହି ବିଶ୍ୱକପ୍‌କୁ ସଫଳତାର ସହ ଆୟୋଜନ କରି ସ୍ମରଣୀୟ କରିଛି ଏବଂ ରାଉରକେଲା ଓ ଭୁବନେଶ୍ୱର ଦୁଇ ଭେନ୍ୟୁର ରୂପାନ୍ତରଣ ଆଦି ଏଥିରେ ସ୍ଥାନ ପାଇଛି।

ପ୍ରକାଶଯୋଗ୍ୟ ଯେ, ଓଡ଼ିଶା କ୍ରମାଗତ ହକି ବିଶ୍ୱକପ୍‌ର ଦୁଇ ସଂସ୍କରଣ ବୃହତ୍‌ ଏବଂ ଆଡ଼ମ୍ବର ସହକାରେ ଆୟୋଜନ କରି ପୂର୍ବ ସଂସ୍କରଣଗୁଡ଼ିକୁ ପଛରେ ପକାଇ ଦେଇଥିଲା। ପୁସ୍ତକ ଉନ୍ମୋଚନ ଅବସରରେ ସ୍ପୋର୍ଟଷ୍ଟାର ସମ୍ପାଦକ ଆୟନ ସେନଗୁପ୍ତା, ଦି ହିନ୍ଦୁ ଗ୍ରୁପ୍‌ର ଉପସଭାପତି ଶ୍ରୀଧର ଅରନଲ୍ୟ ଏବଂ ରାଜ୍ୟ କ୍ରୀଡ଼ା ସଚିବ ଆର୍‌. ଭିନିଲ କ୍ରିଷ୍ଣା ପ୍ରମୁଖ ଉପସ୍ଥିତ ଥିଲେ।

କଫି ଟେବୁଲ ବୁକ୍‌ରେ ବିଶ୍ୱକପ୍‌ର ସମୃଦ୍ଧ ଐତିହ୍ୟ ସହ ସ୍ମରଣୀୟ ମୁହୂର୍ତ୍ତ, ଆଇକନିକ ଖେଳାଳି ଓ ଉତ୍ସାହୀ ଦର୍ଶକଙ୍କ ସମର୍ଥନ ସମ୍ପର୍କରେ ବର୍ଣ୍ଣନା ରହିଛି। ଚିତ୍ତାକର୍ଷକ ଫଟୋ ଏବଂ ଆକର୍ଷଣୀୟ ବର୍ଣ୍ଣନାଶୈଳୀ ଦ୍ୱାରା ଏହି ପୁସ୍ତକ ସମ୍ମାନଜନକ ବିଶ୍ୱକପ୍‌ର ଆବେଗ ସମ୍ପର୍କରେ ପାଠକମାନଙ୍କୁ ଭିନ୍ନ ଅନୁଭୂତି ପ୍ରଦାନ କରିବ। ୨୦୨୩ ପୁରୁଷ ହକି ବିଶ୍ୱକପ୍‌ ଅଭୂତପୂର୍ବ ସଫଳତା ଲାଭକରି ବାର୍ଷିକ କ୍ରୀଡ଼ା ଇତିହାସରେ ଅଲିଭାଦାଗ ସୃଷ୍ଟି କରିଥିଲା। ଏହି ପୁସ୍ତକ ଆଗାମୀ ଯୁବପିଢ଼ିଙ୍କୁ ନିଶ୍ଚିତ ଅନୁପ୍ରାଣିତ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?