ପୁଣି ମହକିବ କଳାହାଣ୍ଡି କଫି

ଭବାନୀପାଟଣା,୨୨।୭(ସ୍ବ.ପ୍ର.): ପୁଣି ନିଜ ପୂର୍ବ ଗୌରବ ଫେରି ପାଇବ କଳାହାଣ୍ଡି। ଜିଲାରେ ମହକିବ କଫି ଚାଷ। ୧୯୮୦ରେ ଜିଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୁଆମୂଳ ରାମପୁର କଫି ଚାଷକୁ ନେଇ ରାଜ୍ୟ ତଥା ଦେଶରେ ଚର୍ଚ୍ଚାରେ ରହିିଥିଲା। କିନ୍ତୁ ତତ୍କାଳୀନ ସରକାରୀ କଳର ଅବହେଳା ଯୋଗୁ ଅଞ୍ଚଳରେ ଲୋପ ପାଇବାକୁ ବସିଥିଲା କଫି ଚାଷ। ଯାହାର ଜଳନ୍ତ ଉଦାହରଣ ଥୁଆମୂଳ ରାମପୁର ରାସ୍ତା କଡରେ ଥିବା କଫି ଗଛ । ବର୍ତ୍ତମାନ ମଧ୍ୟ ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ୨୦ରୁ ଊର୍ଦ୍ଧ୍ୱ କଫି ଗଛ ଅଞ୍ଚଳର କଫି ଇତାହାସର ମୁକସାକ୍ଷୀ ରହିଛି।

ଦୀର୍ଘ ବର୍ଷ ପରେ ପୁଣି କଫି ଚାଷ ଆରମ୍ଭ ହେବ ବୋଲି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ଏ ନେଇ ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଆବଶ୍ୟକ ପଦକ୍ଷେପ ନେବାକୁ ଜଳ ଛାୟା ମିଶନକୁ ନିର୍ଦ୍ଦେଶ ଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଥୁଆମୂଳ ରାମପୁର ବ୍ଲକରେ ପ୍ରଥମ ପର୍ଯ୍ୟାୟରେ ୧୯୩ ହେକ୍ଟରରୁ ଊର୍ଦ୍ଧ୍ୱ ଜମିରେ କଫି ଚାଷ କରାଯିବ ବୋଲି ସୂଚନା ଦିଆଯିବା ପରେ କଫି ଚାଷୀଙ୍କ ମଧ୍ୟରେ ପୁଣି ନୂଆ ଆଶା ସଞ୍ଚାର ହୋଇଛି। ଏହାକୁ ନେଇ  କଫି ମିଶନ ପକ୍ଷରୁ ସ୍ବତନ୍ତ୍ର ବ୍ଲ୍ୟୁପ୍ରିଣ୍ଟ ପ୍ରସ୍ତୁତ ନିମନ୍ତେ ଏକ ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର କୋରାପୁଟ କଫି ଦେଶ ତଥା ବିଦେଶରେ ବେଶ ସୁନାମ ଅର୍ଜନ କରିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ବିପଣନ ବ୍ୟବସ୍ଥା ଯୋଗୁ ଏହା ବେଶ ଆଦର ଲାଭ କରିଛି। କୋରାପୁଟ ପରେ କଳାହାଣ୍ଡି ଜିଲାରେ ପୁଣି କଫି ଚାଷ ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଚାକିରି ଛାଡ଼ି ଗରିବଙ୍କ ସେବା ପାଇଁ ଆଗେଇଲେ ଡାକ୍ତର ଇଶିକା, କେସିଙ୍ଗାରେ ଖୋଲିଲେ କ୍ଲିନିକ

କେସିଙ୍ଗା,୧୧।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଆଦର୍ଶ ଥାନା ପାର୍ଶ୍ଵରେ ଡା ଇଶିକା ଅଗ୍ରୱାଲଙ୍କ ତତ୍ୱାବଧାନରେ ଏକ ଅଗ୍ରୱାଲ ହେଲଥ କେୟାର କ୍ଲିନିକ ରବିବାର ଉଦଘାଟନ…

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ଖୋଳିବାରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ

ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ…

ଡଙ୍ଗା ଓଲଟି ଚାଲିଗଲା ୧୦୦ରୁ ଅଧିକ ଜୀବନ, ୧୧୬ ନିଖୋଜ

ଜିବୁତି ସିଟି,୧୧।୧୦: ପୂର୍ବ ଆଫ୍ରିକାର ଜିବୁତି ଉପକୂଳରେ ଏକ ବଡ଼ ଡଙ୍ଗା ଦୁର୍ଘଟଣା ଘଟିଛି । ପ୍ରାୟ ୩୦୫ ଜଣ ପ୍ରବାସୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

୮ ବର୍ଷ ପରେ ବି କାର୍ଯ୍ୟକ୍ଷମ ହୋଇପାରିଲାନି ଛାତ୍ରୀନିବାସ: ଭୂତକୋଠି ପାଲଟିଛି କୋଟି ଟଙ୍କାର କୋଠା

ଗୁଡ଼ାରି, ୧୦।୧୦ (ପ୍ରମୋଦ କୁମାର ପତି): ଆଦିବାସୀ ଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ଓ ସେମାନଙ୍କ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?