ଫେରିବ ଶୀତ, ଘନ କୁହୁଡି ପାଇଁ ଏସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୧: ଗତ ଦୁଇ ଦିନ ମଧ୍ୟରେ କିଛି ଆରାମ ପାଇବା ପରେ ଶୀତ ପୁଣି ଓଡିଶା ଫେରିବାର ସମ୍ଭାବନା ରହିଛି। ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ ପରିବର୍ତ୍ତନ ଆସିବ ବୋଲି ବୁଧବାର ଭାରତ ପାଣିପାଗ ବିଭାଗ ସୂଚନା ଦେଇଛି।

ରାଜ୍ୟର ବିଭିନ୍ନ ଜିଲା ମାନଙ୍କରେ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ହ୍ରାସ ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି। ଏଥିସହିତ ଓଡିଶାର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପାଇଁ ଆଇଏମଡି ହଳଦିଆ ଚେତାବନୀ ମଧ୍ୟ ଦେଇଛି।

ଗୁରୁବାର ଝାରସୁଗୁଡା, ସମ୍ବଲପୁର, କଟକ, ପୁରୀ, ଗଞ୍ଜାମ, ଗଜପତି, ସୋନପୁର, ଅନୁଗୁଳ ଏବଂ ଦେଓଗଡ଼ ଜେଲର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।

ଏଥିପାଇଁ ସୁନ୍ଦରଗଡ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

ସେହିଭଳି ଶୁକ୍ରବାର ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, ଗଜପତି ସୋନପୁର, ଦେଓଗଡ଼ ଏବଂ ନୟାଗଡ଼ ଜିଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।

ସେହିଦିନ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri